ପାଣି ନ ଦେଲେ ବିଦ୍ୟୁତ୍‌ ସଂଯୋଗ ବନ୍ଦ

ବରପାଲି, ୨୨।୪: (ଡି.ଏନ.ଏ.) ବରଗଡ଼ ଜିଲା ବିଜେପୁର ନିର୍ବାଚନ ମଣ୍ଡଳୀର ବରପାଲି ଓ ବିଜେପୁର ବ୍ଲକର କେତେକ ଗ୍ରାମର ଚାଷଚଜମି ଜଳସେଚିତ କରିବା ଉଦ୍ଦେଶ୍ୟରେ ଗଙ୍ଗାଧର ମେଗା ଜଳପ୍ରକଳ୍ପ ଯୋଜନା କରାଯାଇଛି। ମାତ୍ର ଏହି ପ୍ରକଳ୍ପରୁ ବରପାଲି ବ୍ଲକର ଗୋପାଇପାଲି, ବନ୍ଧପାଲି ଓ ବିଜେପୁର ବ୍ଲକର ସୂରୁବାଲି ଗ୍ରାମପଞ୍ଚାୟତ ଅଞ୍ଚଳକୁ ପାଣି ଯୋଗାଇ ଦିଆଯିବ ନାହିଁ ବୋଲି ଜଣାପଡିଛି। ଉକ୍ତ ତିନି ପଞ୍ଚାୟତକୁ ପାଣି ଯୋଗାଇ ଦେବା ପାଇଁ ପୂର୍ବରୁ ଯୋଜନା ଥିବାବେଳେ ଏବେ ଉକ୍ତ ପଞ୍ଚାୟତର ନାମ ନ ଥିବାରୁ ଚାଷୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଶୁକ୍ରବାର ବରଗଡ଼ ଏସ୍‌ଡିପିଓ ଅମରିତ ପଣ୍ଡା, ବରପାଲି ତହସିଲଦାର ରୁକ୍ମଣ ମେହେର ବିଦ୍ୟୁତ୍‌ ବିଭାଗ କର୍ମଚାରୀଙ୍କ ସହ ମେଗା ପ୍ରକଳ୍ପ ପାଇଁ ବିଦ୍ୟୁତ୍‌ ସଂଯୋଗ ପାଇଁ ୩୩ କେଭି ତାର ଟାଣିବାକୁ ଯିବା ସମୟରେ ଚାଷୀମାନେ ପ୍ରବଳ ବିରୋଧ କରିଥିଲେ। ଉକ୍ତ ୩ ପଞ୍ଚାୟତ ଅଞ୍ଚଳକୁ ପାଣି ନ ଦେଲେ ବିଦ୍ୟୁତ୍‌ ସଂଯୋଗ କରାଇ ଦେବୁନି ବୋଲି ଚାଷୀମାନେ କହିଥିଲେ। ଶେଷରେ ବିଧାୟକ ସୁଶାନ୍ତ ସିଂ ଏଥିରେ ହସ୍ତକ୍ଷେପ କରି ଚାଷୀମାନଙ୍କୁ ଭୁବନେଶ୍ବର ନେଇ ସେଠାରେ ଆଲୋଚନା କରି ସମସ୍ୟାର ସମାଧାନ କରିବେ ବୋଲି କହିଥିଲେ। ତେଣୁ ଆସନ୍ତା ୨୫ ତାରିଖ ଯାଏ କାର୍ଯ୍ୟ ସ୍ଥଗିତ ରଖାଯାଇଛି ବୋଲି ତହସିଲଦାର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri