ମାସ୍କ ନ ପିନ୍ଧି ଗଣିଲେ ୧ ଲକ୍ଷ ଟଙ୍କାରୁ ଅଧିକ ତଣ୍ଡ

ବ୍ରହ୍ମପୁର ଅଫିସ,୨୨।୭: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତ ସଂଖ୍ୟା ସହିତ ମୃତ୍ୟୁ ହାର ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସରକାର ଲକ୍‌ଡାଉନ ଓ ଶଟ୍‌ଡାଉନ୍‌ କଟକଣାକୁ ଜୋରଦାର କରିଛନ୍ତି । ଜିଲାରେ ଜାରି ହୋଇଥିବା ଏହି କଟକଣା ସମୟରେ ବ୍ରହ୍ମପୁର ପୋଲିସ ଅଯଥାରେ ଘୁରି ବୁଲୁଥିବା ଅମାନିଆଙ୍କୁ ଅଟକାଇ ଯାଞ୍ଚ କରିବା ସହ ସେମାନଙ୍କଠାରୁ ଜରିମାନା ଆଦାୟ କରୁଛି । ଏପରିକି ଜନସାଧାରଣଙ୍କୁ ମାସ୍କ ପିନ୍ଧିବାକୁ ନିର୍ଦ୍ଦେଶ ଦିଆଯିବା ସହ ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏଭଳି କଡା ନିର୍ଦ୍ଦେଶ ସତ୍ତ୍ୱେ ଲୋକମାନେ ନିୟମ ଉଲ୍ଲଂଘନ କରି ସହରରେ ବୁଲୁଛନ୍ତି । ଏ ନେଇ ପୋଲିସ ଜରିମାନା ଆଦାୟ କରୁଛି।
ମଙ୍ଗଳବାର ସକାଳ ୬ ଟା ରୁ ବୁଧବାର ସକାଳ ୬ଟା ସୁଦ୍ଧା ବ୍ରହ୍ମପୁର ପୋଲିସ ପକ୍ଷରୁ ବିଭିନ୍ନ ଛକ ମାନଙ୍କରେ ଯାଞ୍ଚ କରାଯାଇ ମାସ୍କ ପିନ୍ଧି ନ ଥିବା ୫୩୫ ଜଣ ଲୋକଙ୍କଠାରୁ ୧ଲକ୍ଷ ୭ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି । ସେହିପରି ଟ୍ରାଫିକ ନିୟମ ଉଲ୍ଲଂଘନ କରିଥିବା ୧୨୬ ଜଣ ଅମାନିଆ ଗାଡି ଚାଳକଙ୍କୁ ୬୩ ହଜାର ଟଙ୍କା ଜରିମାନା ଧାର୍ଯ୍ୟ କରାଯାଇଛି । ସେହିପରି ନିୟମ ଉଲ୍ଲଂଘନ କରି ବେଆଇନ ଭାବେ ମଦ ବିକ୍ରି କରୁଥିବା ବେଳେ ପୋଲିସ ପୃଥକ ଭାବେ ୩ ଗୋଟି ଅବକାରୀ ମାମଲାରେ ୩ ଜଣଙ୍କୁ ଗିରଫ କରିଛି । ସେମାନଙ୍କଠାରୁ ୭୦ ଲିଟର ମଦ ଜବତ କରାଯାଇଛି । ଏନେଇ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ଟୁଇଟ କରି ସୂଚନା ଦେଇଛନ୍ତି ।

Without wearing a mask, he was fined more than Rs 1 lakh


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri