Posted inଖେଳ

ଖୁସିରେ ଏମିତି ଡେଇଁଲେ ସାକ୍ଷୀ, ସମ୍ଭାଳିଲେ ଧୋନୀ: ଦେଖନ୍ତୁ Video

ମୁମ୍ବାଇ,୬।୩: ଟି୨୦ ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକ ରୋମାଞ୍ଚକର ମୁକାବିଲା ହୋଇଥିଲା। ଟିମ ଇଣ୍ଡିଆ ଏକ ଚମତ୍କାର ପ୍ରଦର୍ଶନ କରି ଇଂଲଣ୍ଡକୁ ୭ ରନରେ ପରାସ୍ତ କରି ଫାଇନାଲରେ ସ୍ଥାନ ପକ୍କା କରିଥିଲା। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ ଦେଖିବା ପାଇଁ ଅନେକ କ୍ରିକେଟ ବ୍ୟକ୍ତିତ୍ୱ ଏବଂ ସେଲିବ୍ରିଟି ଉପସ୍ଥିତ ଥିଲେ। ଷ୍ଟାଣ୍ଡରେ ବସିଥିବା ଏମଏସ ଧୋନୀ ଏବଂ ତାଙ୍କ ପତ୍ନୀ ସାକ୍ଷୀ ଧୋନୀଙ୍କ ଏକ ମଜାଦାର ମୁହୂର୍ତ୍ତ କ୍ୟାମେରାରେ କଏଦ ହୋଇଥିଲା। ଭିଡିଓଟି ଏବେ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେଉଛି।

ମାତ୍ର ୬ ବଲ୍‌ରେ ମ୍ୟାଚ୍‌ର ମୋଡ଼ ବଦଳାଇଦେଲେ ବୁମ୍‌ରା: ପରାଜୟ ମୁହଁରୁ ଭାରତକୁ ଆଣିଲେ ଟାଣି

ଭାରତ-ଇଂଲଣ୍ଡ ସେମିଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡ ଟାର୍ଗେଟ ପିଛା କରୁଥିଲାବଳେ ୧୮ତମ ଓଭରରେ ଜସପ୍ରୀତ ବୁମରା ବୋଲିଂ କରୁଥିଲେ। ଇଂଲଣ୍ଡ ବ୍ୟାଟସମ୍ୟାନ ସାମ କରନ ଆଗ ବାଉଣ୍ଡ୍ରୀ ଆଡକୁ ଏକ ସଟ ଖେଳିଥିଲେ। ବୁମରା ଫଲୋ-ଥ୍ରୁରେ ବଲ୍‌କୁ ଅଟକାଇଥିଲେ। ଏହି ସମୟରେ ଷ୍ଟାଣ୍ଡରେ ବସିଥିବା ସାକ୍ଷୀ ଭାବିଥିଲେ ଯେ, ବୁମରା ଏକ ଚମତ୍କାର କ୍ୟାଚ ନେଇଛନ୍ତି। ସେ ତାଙ୍କ ସିଟ୍‌ରେ ଡେଇଁ ପଡ଼ି ଖୁସିରେ ସେଲିବ୍ରେଶନ୍‌ କରିବାକୁ ଲାଗିଲେ। ତଥାପି, ବଲ ପ୍ରକୃତରେ ବୁମରାହଙ୍କ ହାତରେ ପହଞ୍ଚିବା ପୂର୍ବରୁ ପଡିଆକୁ ଛୁଇଁଥିଲା, ଅର୍ଥାତ୍‌ ଉଇକେଟ ପଡ଼ି ନ ଥିଲା। ଏମଏସ ଧୋନୀ, ସାକ୍ଷୀଙ୍କ ପଛରେ ଠିଆ ହୋଇ ତାଙ୍କୁ ହସି ହସି ତାଙ୍କୁ ଶାନ୍ତ ହେବାକୁ ଇଙ୍ଗିତ କରିଥିଲେ। ଧୋନୀ-ସାକ୍ଷୀଙ୍କ ମଜାଦାର ପ୍ରତିକ୍ରିୟା ଦେଖି ପାଖରେ ଥିବା ସମସ୍ତେ ହସି ଉଠିଥିଲେ। ଷ୍ଟାଡିୟମ ରୁମରେ କଏଦ ହୋଇଥିବା ଏହି ମୁହୂର୍ତ୍ତଟି ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri