ବଜ୍ରପାତରେ ମହିଳା, ୧୧ ଗୋରୁ ମୃତ

ଭୁବନେଶ୍ୱର,୧୯।୩(ବ୍ୟୁରୋ): ଦୀର୍ଘ ୪ ମାସ ପରେ ଶନିବାର ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଝଡ଼ବର୍ଷା ହୋଇଛି। ବର୍ଷା ଯୋଗୁ ସମଗ୍ର ରାଜ୍ୟ ଥଣ୍ଡା ପଡ଼ିଛି। କଟକ, ଭୁବନେଶ୍ୱର, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ବାଲେଶ୍ୱର, ମୟୂରଭଞ୍ଜ, ପଶ୍ଚିମ ଓଡ଼ିଶାର ବଲାଙ୍ଗୀର, ସମ୍ବଲପୁର ଓ ଦକ୍ଷିଣ ଓଡ଼ିଶାର ରାୟଗଡ଼ା ଆଦି ଜିଲାରେ ପବନ ଓ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି। ଏଥିସହ କେତେକ ସ୍ଥାନରେ ବଜ୍ରପାତ ସହ କୁଆପଥର ମାଡ଼ ହୋଇଛି। ବଜ୍ରପାତରେ ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଳମା ପଞ୍ଚାୟତ ବନ୍ଧସାହିରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ସ୍ବର୍ଗତ ସୁନ୍ଦରା ମାଝିଙ୍କ ସ୍ତ୍ରୀ ଚୁନାମଣୀ (୬୪)। ସେ ପିଣ୍ଡାରେ ବସିଥିବାବେଳେ ଏହି ଘଟଣା ଘଟିଥିଲା। ବାଲେଶ୍ୱର ଜିଲା ନୀଳଗିରି ବ୍ଲକ୍‌ ଅଯୋଧ୍ୟା ପଞ୍ଚାୟତ ପ୍ରତାପପୁର ଗାଁରେ ଏକ ଭଙ୍ଗାଘର ଉପରେ ବଜ୍ରପାତ ହେବାରୁ ଏହା ତଳେ ଆଶ୍ରୟ ନେଇଥିବା ୧୧ ଗୋରୁଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଅନ୍ୟପକ୍ଷରେ କୁଆପଥର ମାଡ଼ରେ ରାୟଗଡ଼ା ଜିଲାର କଲ୍ୟାଣସିଂହପୁରରେ ପ୍ରବଳ କୁଆପଥର ବର୍ଷା ହୋଇଥିବାବେଳେ ଏଠାକାର ରାସ୍ତା ଓ ସମତଳ ଭୂମିରେ ପଡ଼ିଥିବା କୁଆପଥର କଶ୍ମୀର ବରଫ ଝଡ଼ର ଭ୍ରମ ସୃଷ୍ଟି କରିଛି। ସେହିପରି କାଶୀପୁର ଉପର କଞ୍ଜାକଣା ଗାଁରେ ଝଡ଼ତୋଫାନରେ ଏକ ଆଜ୍‌ବେଷ୍ଟସ ଉଡିଯାଇଥିବାବେଳେ କୁଆପଥର ବର୍ଷାରେ ୨ ମହିଳା ଗୁରୁତର ଆହତ ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ କାଶୀପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ପଶ୍ଚିମା-ଝଡ଼ ପ୍ରଭାବରେ ଝଡ଼ତୋଫାନ, କୁଆପଥର ବର୍ଷା ସହ ବଜ୍ରପାତ ହୋଇଛି। ବିଶେଷକରି ଉତ୍ତର ଓ ଦକ୍ଷିଣ ଓଡ଼ିଶା ସମେତ ବହୁ ସ୍ଥାନରେ ସନ୍ଧ୍ୟା ପର୍ଯ୍ୟନ୍ତ ଭିନ୍ନ ଭିନ୍ନ ସମୟରେ ବର୍ଷା ପବନ ଲାଗି ରହିଥିଲା। ସନ୍ଧ୍ୟା ୬ଟା ସୁଦ୍ଧା ବାଲେଶ୍ବରରେ ସର୍ବାଧିକ ୪୧ମି.ମି. ବର୍ଷା ରେକର୍ଡ କରାଯାଇଛି। ସେହିପରି କୋରାପୁଟରେ ୨୭ ମି.ମି., ବରଗଡ଼ ୨୨, ରାଉରକେଲା ୧୭, ନୂଆପଡା ୧୪, ହୀରାକୁଦ ୧୪, ଭବାନୀପାଟଣା ୧୦, ପାରଳାଖେମୁଣ୍ଡି ୮.୧, ମାଲକାନଗିରି ୬.୧, ଟିଟିଲାଗଡ଼ ୪.୬, ସମ୍ବଲପୁର ୪.୫, ନବରଙ୍ଗପୁର ୪ ଓ ବଲାଙ୍ଗୀରରେ ୩.୨ ମିମି ବର୍ଷା ହୋଇଛି। ଏହାଛଡ଼ା ରାଜ୍ୟର ଅନ୍ୟ ସ୍ଥାନରେ ମଧ୍ୟ ବର୍ଷା ଲାଗି ରହିଛି। ଏଥିସହିତ ରବିବାର ବାଲେଶ୍ବର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ ଓ ଅନୁଗୋଳ ଆଦି ୧୭ ଜିଲାରେ ୪୦ରୁ ୫୦ କି.ମି. ବେଗରେ ପବନ ବହିବା ସହ ପ୍ରବଳ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ବିଧାନସଭାରେ କାର୍‌ ପୂରାଇଥିବା ବ୍ୟକ୍ତି ଗିରଫ

ନୂଆଦିଲ୍ଲୀ,୭ା୪: ଦିଲ୍ଲୀ ବିଧାନସଭା ସୁରକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ସୋମବାର ଅପରାହ୍ନରେ ମାସ୍କ ପିନ୍ଧିଥିବା ଜଣେ ବ୍ୟକ୍ତି ବ୍ୟାରିକେଡ୍‌ ଏବଂ ମୁଖ୍ୟ ଫାଟକ ଅତିକ୍ରମ କରି ବିଧାନସଭା…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri