ପିଲାକୁ ଧରି ସ୍ତ୍ରୀ ପ୍ରେମିକ ସହ ଫେରାର

ଜଳେଶ୍ୱର, ୧୫ା୩(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅଞ୍ଚଳରେ ଜଣେ ବ୍ୟକ୍ତି ଚିକିତ୍ସା ଲାଗି ଭୁବନେଶ୍ୱରର ଏକ ଘରୋଇ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ବେଳେ ତାଙ୍କ ସ୍ତ୍ରୀ ନିଜ ପିଲାଙ୍କୁ ସାଙ୍ଗରେ ନେଇ ପ୍ରେମିକଙ୍କ ସହ ଫେରାର ହୋଇଯାଇଥିବା ଚର୍ଚ୍ଚାର ବିଷୟ ହୋଇଛି। ଗୋପୀମୋହନପୁର ପଞ୍ଚାୟତର ଜଣେ ଯୁବକ ୨୦୨୦ରେ ବାଲିଆପାଳ ଥାନା କଟିସାହି-ସୁନାରାଇ ଗାଁର ଜଣେ ଯୁବତୀଙ୍କୁ ପ୍ରେମ ବିବାହ କରିଥିଲେ। ଏବେ ସେମାନଙ୍କର ୧୩ ମାସର ଶିଶୁ କନ୍ୟା ଅଛି ା ସ୍ବାମୀ ଜଣକ ରୋଗଗ୍ରସ୍ତ ହୋଇ ଶଯ୍ୟାଶାୟୀ ଅଛନ୍ତି। ଏହାର ସୁଯୋଗ ନେଇ ମହିଳାଜଣକ ତାର ସମସ୍ତ ଗହଣାପତ୍ର ସହ ଝିଅକୁ ଧରି ସ୍ବାମୀଙ୍କ ସ୍କୁଟିରେ ଘରୁ ପଳାଇ ଯାଇଛନ୍ତି। ସନ୍ଧ୍ୟାସୁଦ୍ଧା ଘରକୁ ନ ଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ। ଖରିର୍ଦ୍ଦା ଅଞ୍ଚଳର ଜଣେ ଯୁବକଙ୍କ ସହିତ ସେମାନେ ଜଳେଶ୍ୱରର ଚନ୍ଦନା ଗାଁରେ ବିବାହ କରି ରହିଥିବା ଜଣାଯାଇଛି। ଏହା ଜଣାଯିବା ପରେ ପରିବାର ଲୋକେ ତାଙ୍କ ନିକଟକୁ ଆସି ଫେରାଇ ନେବାରେ ବିଫଳ ହୋଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଠକସଂସ୍ଥା ଠାବ ଘଟଣାର ଫିଟୁଛି ଗୁମର: ପୋଲିସକୁ ଫେରାଦ ହେଲେ ଯୁବତୀଯୁବକ

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ):ଚାକିରି ଦେବା ଆଳରେ ଯୁବତୀ, ଯୁବକଙ୍କୁ ଠକେଇ କରି ବରଗଡ଼ ପୋଲିସ ହାତରେ ଧରାପଡ଼ିଥିବା ଠକସଂସ୍ଥାର ଗୁମର ଫିଟିବାରେ ଲାଗିଛି। ଏହି ଠକସଂସ୍ଥା ଦ୍ୱାରା ଶତାଧିକ…

ୟୁକ୍ରେନ୍‌ ଆକ୍ରମଣର ପ୍ରତିଜବାବ, ରୁଷିଆ ଆକ୍ରମଣରେ କିଭ୍‌ରେ ୨୦ ମୃତ

କିଭ୍‌,୩।୭(ପି.ଟି.): ରୁଷିଆ ପକ୍ଷରୁ ୟୁକ୍ରେନ୍‌ ରାଜଧାନୀ କିଭ୍‌ ଉପରେ ବୁଧବାର ବିଳମ୍ବିତ ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ୧୧ ଘଣ୍ଟିଆ ଡ୍ରୋନ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରାଯାଇଛି।…

୧୮ ଦଫା ଦାବି ନେଇ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରୋଗୀ ସେବା ଠପ୍‌

ବଲାଙ୍ଗୀର, ୩/୭ (ବୀରେନ୍ଦ୍ର କୁମାର ଝାଙ୍କର)- ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ (ଓଏମଏସଏ) ବଲାଙ୍ଗୀର ଶାଖା ପକ୍ଷରୁ ସ୍ଥାନୀୟ ସିଡ଼ିଏମଓ ଅଫିସ ସମ୍ମୁଖରେ ଧାରଣା ଦିଆଯାଉଥିଲା। ଏଥିରେ…

ବନ ମହୋତ୍ସବ ସପ୍ତାହ, ସାନଖେମୁଣ୍ଡି କୋର୍ଟ ପରିସରରେ ଚାରା ରୋପଣ କଲେ ମାଜିଷ୍ଟ୍ରେଟ 

ଦିଗପହଣ୍ଡି,୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ ଆନୁକୁଲ୍ୟରେ  ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ…

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri