Posted inଜାତୀୟ

ଅସହ୍ୟ ହେଲା ସ୍ତ୍ରୀ ନିର୍ଯାତନା: ଭିଡିଓ କରି ଜୀବନ ହାରିଦେଲେ IT ମ୍ୟାନେଜର

ଆଗ୍ରା,୨୮।୨: ଅସହ୍ୟ ହେଲା ସ୍ତ୍ରୀ ନିର୍ଯାତନା। ଯନ୍ତ୍ରଣା ସହି ନ ପାରି ଜୀବନ ହାରିଛନ୍ତି IT କମ୍ପାନୀ ମ୍ୟାନେଜର। ବେଙ୍ଗାଲୁରୁର ବହୁଚର୍ଚ୍ଚିତ ଅତୁଲ ସୁଭାଷ ଆତ୍ମହତ୍ୟା ଘଟଣା ପରେ ଏବେ ଉତ୍ତରପ୍ରଦେଶ ଆଗ୍ରାରୁ ଆସିଛି ପୁଣି ଏଭଳି ଏକ ଘଟଣା। ଜଣେ IT କମ୍ପାନୀ ମ୍ୟାନେଜର ସ୍ତ୍ରୀଙ୍କ ନିର୍ଯାତନାରେ ଅତିଷ୍ଟ ହୋଇ ଆତ୍ମହତ୍ୟା ଭଳି ଚରମ ନିଷ୍ପତ୍ତି ନେଇଛନ୍ତି। ମୃତକ ହେଲେ ମାନବ ଶର୍ମା। ସେ ବେକରେ ଫାଶୀ ଲଗାଇ ଲାଇଭ ଭିଡିଓ କରିଛନ୍ତି। ଯାହାକି ସୋସିଆଲ ମିଡିଆରେ ଏବେ ଭାଇରାଲ ହେଉଛି। ଭିଡିଓରେ ମାନବ ଆତ୍ମହତ୍ୟା ପାଇଁ ନିଜ ସ୍ତ୍ରୀଙ୍କୁ ଦାୟୀ କରିଛନ୍ତି ।

ମାନବ ଆଗ୍ରା ଜିଲାର ଡିଫେନ୍ସ କଲୋନୀରେ ରହୁଥିଲେ। ସେ ଏକ ବଡ଼ ଆଇଟି କମ୍ପାନୀରେ ରିକ୍ରୁଟମେଣ୍ଟ ମ୍ୟାନେଜର ଭାବେ କାର୍ଯ୍ୟରତ ଥିଲେ। ଗତ ୨୪ ତାରିଖରେ ମାନବ ବେକରେ ଦଉଡି ଦେଇ ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟା ପୂର୍ବରୁ ସେ କାନ୍ଦି କାନ୍ଦି ଲାଇଭ ଭିଡିଓ କରିଛନ୍ତି।

ଏଥିରେ ମାନବ କହିଛନ୍ତି। ପୂର୍ବରୁ ମଧ୍ୟ ସେ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ହେଲେ ବର୍ତ୍ତମାନ ସ୍ତ୍ରୀଙ୍କ ନିର୍ଯାତନାରେ ଅତିଷ୍ଠ ହୋଇଗଲିଣି। ତାଙ୍କ ପାଖରେ ମରିବା ଛଡା ଆଉ କିଛି ବାଟ ନାହିଁ। ସେ ଦେଶର ନ୍ୟାୟ ବ୍ୟବସ୍ଥା ଉପରେ ପ୍ରଶ୍ନ କରିବା ସହ ପୁରୁଷଙ୍କ ସୁରକ୍ଷା ପାଇଁ ଆଇନ ଆଣିବାକୁ ନିବେଦନ କରିଛନ୍ତି।

ଲୁହାଭରା ଆଖିଲେ ସେ ନିବେଦନ କରି କହିଛନ୍ତି ଯେ, ଦୟାକରି କେହି ପୁରୁଷଙ୍କ ପାଇଁ ସ୍ବର ଉତ୍ତୋଳନ କରନ୍ତୁ। ସେମାନେ ଖୁବ ଏକୁଟିଆ ହୋଇଯାଆନ୍ତି। ପରେ ମା’ବାପାଙ୍କୁ ସରି କହି ବେକରେ ଦଉଡି ଦେଇ ଓହଲି ପଡିଛନ୍ତି ମାନବ। ଏନେଇ ମାନବଙ୍କ ବାପା ସ୍ଥାନୀୟ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପୁଟିନ୍‌ଙ୍କ ପାଇଁ ଭୋଜିରେ ଥିଲା ୪୦,୦୦୦ ଟଙ୍କା କେଜିର ଛତୁ, ଜାଣନ୍ତୁ ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୭ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ତାଙ୍କ ଭାରତ-ରୁଷିଆ ଶିଖର ସମ୍ମିଳନୀ ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆୟୋଜନ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri