Posted inଜାତୀୟ

ଅସହ୍ୟ ହେଲା ସ୍ତ୍ରୀ ନିର୍ଯାତନା: ଭିଡିଓ କରି ଜୀବନ ହାରିଦେଲେ IT ମ୍ୟାନେଜର

ଆଗ୍ରା,୨୮।୨: ଅସହ୍ୟ ହେଲା ସ୍ତ୍ରୀ ନିର୍ଯାତନା। ଯନ୍ତ୍ରଣା ସହି ନ ପାରି ଜୀବନ ହାରିଛନ୍ତି IT କମ୍ପାନୀ ମ୍ୟାନେଜର। ବେଙ୍ଗାଲୁରୁର ବହୁଚର୍ଚ୍ଚିତ ଅତୁଲ ସୁଭାଷ ଆତ୍ମହତ୍ୟା ଘଟଣା ପରେ ଏବେ ଉତ୍ତରପ୍ରଦେଶ ଆଗ୍ରାରୁ ଆସିଛି ପୁଣି ଏଭଳି ଏକ ଘଟଣା। ଜଣେ IT କମ୍ପାନୀ ମ୍ୟାନେଜର ସ୍ତ୍ରୀଙ୍କ ନିର୍ଯାତନାରେ ଅତିଷ୍ଟ ହୋଇ ଆତ୍ମହତ୍ୟା ଭଳି ଚରମ ନିଷ୍ପତ୍ତି ନେଇଛନ୍ତି। ମୃତକ ହେଲେ ମାନବ ଶର୍ମା। ସେ ବେକରେ ଫାଶୀ ଲଗାଇ ଲାଇଭ ଭିଡିଓ କରିଛନ୍ତି। ଯାହାକି ସୋସିଆଲ ମିଡିଆରେ ଏବେ ଭାଇରାଲ ହେଉଛି। ଭିଡିଓରେ ମାନବ ଆତ୍ମହତ୍ୟା ପାଇଁ ନିଜ ସ୍ତ୍ରୀଙ୍କୁ ଦାୟୀ କରିଛନ୍ତି ।

ମାନବ ଆଗ୍ରା ଜିଲାର ଡିଫେନ୍ସ କଲୋନୀରେ ରହୁଥିଲେ। ସେ ଏକ ବଡ଼ ଆଇଟି କମ୍ପାନୀରେ ରିକ୍ରୁଟମେଣ୍ଟ ମ୍ୟାନେଜର ଭାବେ କାର୍ଯ୍ୟରତ ଥିଲେ। ଗତ ୨୪ ତାରିଖରେ ମାନବ ବେକରେ ଦଉଡି ଦେଇ ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟା ପୂର୍ବରୁ ସେ କାନ୍ଦି କାନ୍ଦି ଲାଇଭ ଭିଡିଓ କରିଛନ୍ତି।

ଏଥିରେ ମାନବ କହିଛନ୍ତି। ପୂର୍ବରୁ ମଧ୍ୟ ସେ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ହେଲେ ବର୍ତ୍ତମାନ ସ୍ତ୍ରୀଙ୍କ ନିର୍ଯାତନାରେ ଅତିଷ୍ଠ ହୋଇଗଲିଣି। ତାଙ୍କ ପାଖରେ ମରିବା ଛଡା ଆଉ କିଛି ବାଟ ନାହିଁ। ସେ ଦେଶର ନ୍ୟାୟ ବ୍ୟବସ୍ଥା ଉପରେ ପ୍ରଶ୍ନ କରିବା ସହ ପୁରୁଷଙ୍କ ସୁରକ୍ଷା ପାଇଁ ଆଇନ ଆଣିବାକୁ ନିବେଦନ କରିଛନ୍ତି।

ଲୁହାଭରା ଆଖିଲେ ସେ ନିବେଦନ କରି କହିଛନ୍ତି ଯେ, ଦୟାକରି କେହି ପୁରୁଷଙ୍କ ପାଇଁ ସ୍ବର ଉତ୍ତୋଳନ କରନ୍ତୁ। ସେମାନେ ଖୁବ ଏକୁଟିଆ ହୋଇଯାଆନ୍ତି। ପରେ ମା’ବାପାଙ୍କୁ ସରି କହି ବେକରେ ଦଉଡି ଦେଇ ଓହଲି ପଡିଛନ୍ତି ମାନବ। ଏନେଇ ମାନବଙ୍କ ବାପା ସ୍ଥାନୀୟ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଭଳି କାମ କରିବାକୁ ଯାଉଛନ୍ତି ଶେଖ ହାସିନା, ଶୁଣିକି ଛାନିଆ ହେଲା ବାଂଲାଦେଶ, ଭାରତ କହିଲା…

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଏକ ନୂଆ ପଦକ୍ଷେପ ଢାକାରେ ଚହଳ ସୃଷ୍ଟି କରିଛି। ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନା ଦୁଇ ବର୍ଷ…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

RBIର ବଡ଼ ନିଷ୍ପତ୍ତି, ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌; ଋଣଗ୍ରାହକଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଜନ୍ତର-ମନ୍ତରରେ ଆନ୍ଦୋଳନ ପଛରେ ପାକିସ୍ତାନର ଷଡ଼ଯନ୍ତ୍ର! ହେଲା ବଡ଼ ପର୍ଦ୍ଦାଫାଶ, ISI ମଡ୍ୟୁଲର ୯ ଲୋକ…

ନୂଆଦିଲ୍ଲୀ,୫।୮: ଅମୃତସର କମିଶନରେଟ ପୋଲିସ ଆଇଏସଆଇ (ISI) ସମର୍ଥିତ ଦୁଇଟି ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ କରିଛି ଏବଂ ଏହି ମାମଲାରେ ମୋଟ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri