ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗ, ସ୍ବାମୀ ଅଟକ

ଅତାବିରା,୨୨।୩(ହୃଷୀକେଶ ଖମାରୀ):: ବରଗଡ଼ର ଜିଲା ଭେଡ଼େନ ଥାନା ରୁଷୁଡ଼ା ଫାଣ୍ଡି ଅନ୍ତର୍ଗତ ଭାଲୁପାଲି ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତ୍ରିରେ ଜଣେ ବିବାହିତା ମହିଳାଙ୍କୁ ହ୍ଯଯା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ମହିଳା ଜଣକ ହେଲେ, ଉକ୍ତ ଗ୍ରାମର ଜେବିସ୍‌ ରାଉତଙ୍କ ସ୍ତ୍ରୀ ଝରଣା(୨୭)। ତାଙ୍କୁ ନିର୍ଯାତନା ଦେଇ ସ୍ବାମୀ ଜେବିସ୍‌ ହ୍ଯଯା କରିଥିବା ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା କେଶଲପୁରା ଗ୍ରାମର ଝରଣାଙ୍କ ବାପା ଶିବ ଷାଣ୍ଢ ରୁଷୁଡ଼ା ପୋଲିସ ଫାଣ୍ଡିରେ ଏତଲା ଦେଇଛନ୍ତି। ତାଙ୍କ ଏତଲାକୁ ଭିତ୍ତି କରି ପୋଲିସ ଏକ ହ୍ଯଯା ମାମଲା ରୁଜୁ ସହିତ ଶବକୁ ୍ଯଯବଚ୍ଛେଦ ପାଇଁ ଶନିବାର ବରଗଡ଼ ଡାକ୍ତରଖାନାକୁ ପଠାଇଛି। ଏହା ସହିତ ମୃତ ମହିଳାଙ୍କ ସ୍ବାମୀ ଜେବିସଙ୍କୁ ଥାନାରେ ଅଟକ ରଖି ପୋଲିସ ଅଧିକ ପଚରାଉଚୁରା କରୁଛି।
ସୂଚନା ଅନୁଯାୟୀ, ଗତ ୨୦୧୫ ମସିହାରେ ଝରଣା ବୈଦିକ ରୀତିନୀତିରେ ଜେବିସଙ୍କୁ ବିବାହ କରିଥିଲେ। ଇତିମ୍ଯଯରେ ତାଙ୍କ ୨ପୁତ୍ର ଜନ୍ମଲାଭ କରିଛନ୍ତି। ତେବେ ଜେବିସ୍‌ ବିଭିନ୍ନ ସମୟରେ ନିଶାସକ୍ତ ଅବସ୍ଥାରେ ଘରକୁ ଆସି ଝରଣାଙ୍କୁ ଶାରୀରିକ, ମାନସିକ ନିର୍ଯାତନା ଦେଇ ଆସୁଥିବା ମୃତ ମହିଳାଙ୍କ ବାପା ଶିବ ଅଭିଯୋଗ କରିଛନ୍ତି। ଏ ନେଇ ଉଭୟ ବାପଘର ଏବଂ ଶାଶୁଘର ପକ୍ଷରୁ ଭଦ୍ର୍ଯଯକ୍ତିଙ୍କ ଉପସ୍ଥିତିରେ ସମାଧାନ କରାଯାଇଥିଲା।
ଅ୍ଯଯପଟେ ଭାଲୁପାଲି ଗ୍ରାମର ଶିବା ରାଉତ୍‌ ଝରଣାଙ୍କ ବାପଘର ଲୋକଙ୍କୁ ଫୋନ କରି ଶୀଘ୍ର ଆସିବାକୁ କହିଥିଲେ। ବାପଘର ଲୋକେ ପହଞ୍ଚିବା ସମୟରେ ଝରଣାଙ୍କ ମୃତାବସ୍ଥାରେ ପଡ଼ି ଘର ବାରଣ୍ଡାରେ ପଡ଼ି ରହିଥିଲେ। ତେବେ ତାଙ୍କୁ ଜେବିସ୍‌ ହ୍ଯଯା କରିଛନ୍ତି ବୋଲି ଝରଣାଙ୍କ ବାପା ଶିବ ଅଭିଯୋଗ କରିଛନ୍ତି। ଭେଡ଼େନ ଥାନା ଆଇଆଇସି ସୁଶାନ୍ତ କୁମାର ଦାଶ ଏବଂ ରୁଷୁଡ଼ା ଫାଣ୍ଡି ଅଧିକାରୀ ପ୍ରମୋଦ କୁମାର ସାହୁ ସାଇଣ୍ଟିଫିକ୍‌ ଟିମ୍‌ ସହିତ ଘଟଣାସ୍ଥଳକୁ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!

୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri