ବେଧଡକ ଗଛକଟା ଅଭିଯୋଗ: ତାତିଲେ ମହିଳା

ଅମରପାଲି,୧୯।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ଭାଲୁଡୁଙ୍ଗୁରୀ ଗ୍ରାମଠାରୁ ହାତିଲିମୁଣ୍ଡା ଯାଇଥିବା ରାସ୍ତାର ଉଭୟ ପାଶର୍‌ବରେ ଓ ସଂରକ୍ଷିତ ଜଙ୍ଗଲରେ କିଛି ବର୍ଷ ଆଗରୁ ଜଙ୍ଗଲ ବିଭାଗ ପକ୍ଷରୁ ବୃକ୍ଷରୋପଣ କରାଯାଇଥିଲା। ବୃକ୍ଷଗୁଡ଼ିକ ବଡ ହେବାପରେ ଏବେ ଏହା ଉପରେ କାଠ ମାଫିଆ ଓ ଅସାଧୁ ଲୋକଙ୍କ ନଜର ପଡ଼ିଥିବା ଅଭିଯୋଗ ହୋଇଛି। ବୀରମହାରାଜପୁର ତହସିଲ ଅନ୍ତର୍ଗତ ହାତିଲିମୁଣ୍ଡା ଗ୍ରାମରୁ ଶତାଧିକ ସଂଖ୍ୟାରେ ମହିଳା ସ୍ଥାନୀୟ ତହସିଲ କାର୍ଯ୍ୟାଳୟକୁ ଆସି ଏ ସମ୍ପର୍କରେ ଅଭିଯୋଗ କରିଛନ୍ତି। ଅଭିଯୋଗ ମତେ ଅସାଧୁ ଓ ମାଫିଆମାନେ ଶାଳ, ପିଆଶାଳ, ଶିଶୁ, ସାବୁନ, ଲିମ୍ବ ଓ ବାଉଁଶ ଆଦି ମୂଲ୍ୟବାନ ଗଛଗୁଡ଼ିକ କାଟି ନେଉଛନ୍ତି । ଏଣୁ ଏହାର ବିହିତ ତଦନ୍ତ ପୂର୍ବକ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କରି ବୃକ୍ଷଗୁଡ଼ିକୁ ସୁରକ୍ଷିତ ରଖିବା ପାଇଁ ଜେମାଦେଇ ଛତ୍ରିଆ, କର୍ପୁର ପଧାନ, କମଳା ଭୋଇଙ୍କ ସମେତ ଗ୍ରାମର ଶତାଧିକ ମହିଳାମାନେ ନିବେଦନ କରିଛନ୍ତି। ମହିଳାମାନେ ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ, ସୁବର୍ଣ୍ଣପୁର ଜିଲାପାଳ ଓ ଡିଏଫଓଙ୍କୁ ମଧ୍ୟ ପତ୍ର ପ୍ରେରଣ କରିଥିବା ଜଣାଯାଇଛି । ତେବେ ପ୍ରଶାସନ ତୁରନ୍ତ ଏହି ଘଟଣା କୁ ଦୃଷ୍ଟି ଦେଇ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ: ବର୍ଷା ସହ କୁଆପଥର ମାଡ଼

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ଲଡୁଗାଁ, ବରାଡଙ୍ଗା, ଆମପାଣି ପଞ୍ଚାୟତ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇଛି। ରାସ୍ତାରେ…

ଇରାନକୁ ସାହାଯ୍ୟର ହାତ ବଢାଇଲା ଭାରତ, ଯୁଦ୍ଧ ପାଇଁ ପଠାଇଲା…ଚମକି ପଡିଲା ଆମେରିକା!

ନୂଆଦିଲ୍‌ଲୀ,୧୮।୩: ଭାରତ ଇରାନକୁ ସହାୟତା ପ୍ରଦାନ କରିଛି, ଯାହା ବର୍ତ୍ତମାନ ଆମେରିକା ଏବଂ ଇସ୍ରାଏଲ ସହିତ ବିବାଦରେ ଫସି ଯାଇଛି। ଭାରତରୁ ଚିକିତ୍ସା ସହାୟତାର ପ୍ରଥମ ପଠାଣ…

ଆମକୁ ଭଲ ପାଉଥିଲେ, କିନ୍ତୁ ମୋଦିଙ୍କୁ ବିବାହ କଲେ: ସଂସଦରେ କାହାକୁ ଏମିତି କହିଲେ ଖାର୍ଗେ

ନୂଆଦିଲ୍ଲୀ,୧୮।୩: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଅବସରପ୍ରାପ୍ତ ରାଜ୍ୟ ସଭା ଏମ୍‌ପିମାନଙ୍କୁ ବିଦାୟ ଦେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ରାଜନୀତି ଏବଂ ସାର୍ବଜନୀନ ଜୀବନରେ…

ଆତ୍ମବିଶ୍ୱାସ ରହିଲେ ସଫଳତା ମିଳିବ, ଛାତ୍ରୀଛାତ୍ରଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି…

ଭଞ୍ଜନଗର,୧୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଶିକ୍ଷା ବିଭାଗ ଯୁକ୍ତ ୩ ଶେଷବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯିବା…

ହରମୁଜରେ ଫସିଗଲା ଭାରତର ୨୩୦୦ କୋଟି ଟଙ୍କାର LPG, ଆସିବାକୁ ଲାଗିବ…

ନୂଆଦିଲ୍ଲୀ,୧୮।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଭାରତର ଏଲପିଜି ସଙ୍କଟ ଆହୁରି ଗମ୍ଭୀର ହେବାରେ ଲାଗିଛି। କଳାବଜାରୀ ଏବଂ ଗଚ୍ଛିତ ରଖିବା ପାଇଁ…

ଖାର୍ଗେଙ୍କୁ ପ୍ରଶଂସା କଲେ ମୋଦି: ସଂସଦରେ ଖେଲିଗଲା…

ନୂଆଦିଲ୍ଲୀ,୧୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାରେ ବିଦାୟୀ ସଂସଦ ସଦସ୍ୟମାନଙ୍କୁ ସମ୍ବୋଧିତ କରିଥିଲେ। ତାଙ୍କ ଭାଷଣରେ ସେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ, ପୂର୍ବତନ…

ପୁଣି SCB ମେଡିକାଲରେ ଅଘଟଣ: ଜଳିଲା ଇଲେକ୍ଟ୍ରି ବୋର୍ଡ

କଟକ,୧୮।୩: ପୁଣି SCB ମେଡିକାଲରେ ଅଘଟଣ। ଶର୍ଟସର୍କିଟରୁ ନନ ଟ୍ରମା କେୟାରରେ ଏକ ଇଲେକ୍ଟ୍ରି ବୋର୍ଡ ଜଳିଯାଇଛି। କିଛି ଅଘଟଣ ପୂର୍ବରୁ ଅଗ୍ନିଶମ କର୍ମଚାରୀ ଆୟତ୍ତ କରିଛନ୍ତି।…

ପ୍ରଥମ ପର୍ଯ୍ୟାୟ ଜନଗଣନା ପାଇଁ ପ୍ରଶିକ୍ଷଣ ଆରମ୍ଭ: ନୀତି ନିୟମ ଉପରେ ଗୁରୁତ୍ୱ ଦେଇ…

କର୍ଲାମୁଣ୍ଡା,୧୮ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟଠାରେ କର୍ଲାମୁଣ୍ଡା ତହସିଲ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ଜନଗଣନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri