ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ନେଇ ଅଭିଯୋଗ ହୋଇଛି। ମୃତ ମହିଳା ଜଣକ ହେଲେ ବସନ୍ତୀ ରାଉତ, ଯାହାଙ୍କ ସ୍ୱାମୀ ହେଉଛନ୍ତି ଚକ୍ରଧର ରାଉତ।

ସୂଚନା ଅନୁଯାୟୀ, ବସନ୍ତୀ ରାଉତ ପୂଜା ସାରି ଘରକୁ ଫେରୁଥିବା ସମୟରେ ଗ୍ରାମର ଜଣେ ଯୁବକ ତାଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିଥିଲେ। ମହିଳା ଜଣକ ଏହାର ପ୍ରତିବାଦ କରିବାରୁ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଅଭିଯୋଗ ଅନୁସାରେ, ଏହି ସମୟରେ ଯୁବକ ଜଣକ ବସନ୍ତୀଙ୍କୁ ମାଡ଼ ମାରିବା ସହ ଜୋରରେ ଧକ୍କା ଦେଇଥିଲେ, ଫଳରେ ସେ ତଳେ ପଡ଼ିଯାଇ ମୁଣ୍ଡରେ ଗୁରୁତର ଆଘାତ ପାଇଥିଲେ।

ସ୍ଥାନୀୟ ଲୋକମାନେ ତୁରନ୍ତ ତାଙ୍କୁ ଉଦ୍ଧାର କରି ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ତେବେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ପରେ ତାଙ୍କୁ କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ବସନ୍ତୀଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।

ମୃତ ବସନ୍ତୀଙ୍କ ପରିବାର ପକ୍ଷରୁ ଧାମନଗର ଥାନାରେ ଏନେଇ ଲିଖିତ ଅଭିଯୋଗ କରାଯାଇଛି। ଏହି ଘଟଣାରେ ଶ୍ରୀଧର ଜେନାଙ୍କ ପୁଅ ସ୍ମୃତିରଞ୍ଜନ ଜେନା (ଡାଵ)ଙ୍କ ନାମ ସାମ୍ନାକୁ ଆସିଛି। ପୋଲିସ ଏହି ସମ୍ପର୍କରେ ଧାମନଗର ଥାନା କେସ୍‌ ନମ୍ବର–୩୦୨/୨୦୨୬ ରୁଜୁ କରି ଅଧିକ ତଦନ୍ତ ଚାଲିଥିବା ବେଳେ ଘଟଣାର ପ୍ରକୃତ କାରଣ ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ଜଣାପଡ଼ିଛି। ଏହି ଅଭାବନୀୟ ଘଟଣା ପରେ ବରଗଡ଼ା ଗ୍ରାମ ସମେତ ସମଗ୍ର ଅଞ୍ଚଳରେ ଶୋକ ଓ ଉତ୍ତେଜନାର ପରିବେଶ ସୃଷ୍ଟି ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri