Posted inଜାତୀୟ

ଝିଅ ସହ ମିଶି ବ୍ୟବସାୟୀ ସ୍ବାମୀଙ୍କୁ ହତ୍ୟା କଲେ ସ୍ତ୍ରୀ: କଟା କାନରୁ ଜଣାପଡ଼ିଲା ସବୁ ସତ

ଗୁଆହାଟୀ,୪।୮: ଆସାମର ଦିବ୍ରୁଗଡ଼ରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ବ୍ୟବସାୟୀଙ୍କୁ ତାଙ୍କ ସ୍ତ୍ରୀ ଓ ଝିଅ ମିଶି ହତ୍ୟା କରିଛନ୍ତି। କଟା କାନ ଏହି ହତ୍ୟାକାଣ୍ଡର ରହସ୍ୟ ଖୋଲିଛି। ଏହି ହତ୍ୟା ମାମଲାରେ ତାଙ୍କ, ଝିଅ ଏବଂ ଅନ୍ୟ ଦୁଇ ଯୁବକଙ୍କୁ ଗିରଫ କରିଛି।

ସୂଚନାଯୋଗ୍ୟ, ଜୁଲାଇ ୨୫ରେ ଦିବ୍ରୁଗଡ଼ର ବ୍ୟବସାୟୀ ଉତ୍ତମ ଗୋଗୋଇଙ୍କୁ ହତ୍ୟା କରାଯାଇଥିଲା। ହତ୍ୟାକୁ ତାଙ୍କ ସ୍ତ୍ରୀ ଓ ଝିଅ ଡକାୟତିର ରୂପ ଦେବାକୁ ଚେଷ୍ଟା କରିଥିଲେ। କିନ୍ତୁ ବ୍ୟବସାୟୀଙ୍କ କଟା କାନ ଦେଖି ତାଙ୍କ ଭାଇଙ୍କ ମନରେ ସନ୍ଦେହ ହେବା ପରେ ରହସ୍ୟ ଉନ୍ମୋଚିତ ହେଲା। ଏହି ହତ୍ୟା ମାମଲାରେ ବ୍ୟବସାୟୀଙ୍କ ସ୍ତ୍ରୀ, ଝିଅ ଏବଂ ଦୁଇ ଯୁବକଙ୍କୁ ଗିରଫ କରିଛି ପୋଲିସ । ହତ୍ୟାକାଣ୍ଡର କାରଣ ସ୍ପଷ୍ଟ ଭାବେ ଜଣାପଡିନାହିଁ ।
ଉତ୍ତମ ଗୋଗୋଇଙ୍କ ଭାଇ ଅଭିଯୋଗ କରିଥିଲେ, ମୃତକଙ୍କ ସ୍ତ୍ରୀ ଓ ଝିଅ ପ୍ରଥମେ କହିଥିଲେ ଯେ ଉତ୍ତମଙ୍କର ହୃଦ୍‌ଘାତରେ ମୃତ୍ୟୁ ହୋଇଛି । କିନ୍ତୁ ମୁଁ ଘରେ ପହଞ୍ଚିବା ପରେ ଦେଖିଥିଲି ତାଙ୍କର କାନ କଟାଯାଇଛି। ଏହା ଦେଖି ମନରେ ସନ୍ଦେହ ସୃଷ୍ଟି ହୋଇଥିଲା । ତେଣୁ ତାଙ୍କୁ ହତ୍ୟା କରାଯାଇଥିବାର ସେ ପୋଲିସ ନିକଟରେ ଅଭିଯୋଗ କରିଥିଲେ। ଏହି ହତ୍ୟାକାଣ୍ଡକୁ ତାଙ୍କ ଝିଅ ସ୍ବୀକାର କରିଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୧ରୁ ମହଙ୍ଗା ହେବ ବିମାନ ଯାତ୍ରା! ସଙ୍କେତ ଦେଲେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

ନୂଆଦିଲ୍ଲୀ,୨୨।୩: ଯଦି ଆପଣ ଆଗାମୀ ଦିନରେ ବିମାନ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିବ। କେନ୍ଦ୍ର ବେସାମରିକ ବିମାନ…

ଆଲୋଭେରା ଗଛ ଲଗାଇବାରେ କରନ୍ତୁନି ଏପରି ଭୁଲ, ନ ହେଲେ ଘରକୁ ମାଡ଼ିଆସିବ…

ଆଲୋଭେରାର ସ୍ବାସ୍ଥ୍ୟୋପଯୋଗୀ ଗୁଣ ଯଥେଷ୍ଟ ରହିଥିବା ହେତୁ ଅନେକେ ଏହାକୁ ଘରେ ଲଗାଇଥାନ୍ତି। ହେଲେ ଜାଣନ୍ତି କି ବାସ୍ତୁ ଅନୁଯାୟୀ, ଯଦି ଏହି ଗଛକୁ ଠିକ୍‌ ଦିଗରେ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ କରି ଯୁଦ୍ଧ ବନ୍ଦ କରିବାର ସର୍ତ୍ତ ଶୁଣାଇଲେ ଇରାନ ରାଷ୍ଟ୍ରପତି, ଟ୍ରମ୍ପ ଶୁଣିଲେ…

ନୂଆଦିଲ୍ଲୀ,୨୨।୩: ଇରାନ-ଆମେରିକା-ଇସ୍ରାଏଲ ବିବାଦ ମଧ୍ୟରେ, ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ କଲ ମାଧ୍ୟମରେ ଏକ ଗୁରୁତ୍ୱପୂର୍ଣ୍ଣ ଅପିଲ କରିଛନ୍ତି। ଯୁଦ୍ଧ ଆରମ୍ଭ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ? ପରମାଣୁ ଆଟାକ୍‌ ନେଇ ଆମେରିକା-ଇସ୍ରାଏଲକୁ ଖୋଲା ଧମକ ଦେଲେ ପୁଟିନ୍‌!

ମସ୍କୋ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ ନେଇଛି। ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ୟୁରାନିୟମ ସମୃଦ୍ଧି କେନ୍ଦ୍ର ନାଟାଞ୍ଜ ଉପରେ ଏକ ଭୟଙ୍କର…

‘ଇରାନକୁ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କରିଦେଇଛି’, ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବୟାନକୁ ନେଇ ସାରା ବିଶ୍ୱ ଥରହର

ନୂଆଦିଲ୍ଲୀ,୨୨।୩: ଇରାନ ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଇରାନ ସମ୍ପର୍କରେ ଏକ…

ପ୍ରକୃତ ଖଳନାୟକ

ଚାହେଁ ଇରାନ ବିଜୟୀ ହେଉ। ବିଜୟର ଅର୍ଥକୁ ଇରାନ ଏହିପରି ପରିଭାଷିତ କରେ: ଇରାନ ଉପରେ ଅନେକ ଦଶନ୍ଧି ଧରି ଆମେରିକା ଲାଗୁକରିଥିବା କଟକଣାକୁ ହଟାଇବା ଦରକାର;…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଇରାନ ବିରୁଦ୍ଧରେ ଏକଜୁଟ୍‌ ହେଲେ ୨୨ଟି ଦେଶ, କହିଲେ ତୁରନ୍ତ ଧମକ ବନ୍ଦ କର, ନଚେତ୍‌…

ନୂଆଦିଲ୍ଲୀ,୨୨।୩: ଇରାନ-ଆମେରିକା ବିବାଦ ମଧ୍ୟରେ, ହର୍ମୁଜ ପ୍ରଣାଳୀର ସଙ୍କଟ ବିଶ୍ୱ ଅର୍ଥନୀତି ପାଇଁ ଏକ ଲାଲ ପତାକା ପାଲଟିଛି। ବ୍ରିଟେନ, ଫ୍ରାନ୍ସ, ଜର୍ମାନୀ, ୟୁଏଇ, ବାହାରିନ, ଜାପାନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri