ବିଶ୍ୱାସରେ ବିଷ: ୧୮ ଲକ୍ଷ ଟଙ୍କାର ଋଣ ଜାଲିଆତି, ମହିଳାଙ୍କୁ ବାନ୍ଧିଲା ତାରସିଂ ପୋଲିସ

ଭଞ୍ଜନଗର, ୧୯।୩ (ବାବୁଲା ପ୍ରଧାନ): ବିଶ୍ୱାସରେ ଦେଲେ ବିଷ । ସାଙ୍ଗସାଥୀ ଓ ପଡ଼ୋଶୀ ମହିଳାଙ୍କ ନାମରେ ବ୍ୟାଙ୍କରୁ ଚଞ୍ଚକତା କରି ଲକ୍ଷ ଲକ୍ଷ ଟଙ୍କା ଋଣ ଉଠାଇବା ପରେ ଏବେ ପୋଲିସ ହାତରେ ଧରାପଡ଼ିଛନ୍ତି ଜଣେ ମହିଳା। ଗଞ୍ଜାମ ଜିଲା ତାରସିଂ ଥାନା ପୋଲିସ ଗୁରୁବାର ଏହି ଘଟଣାରେ ସଂଧ୍ୟାରାଣୀ ସାହୁ ନାମକ ଜଣେ ମହିଳାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।
ଅଭିଯୁକ୍ତ ସଂଧ୍ୟାରାଣୀ ତାରସିଂ ଥାନା ଅନ୍ତର୍ଗତ ଢୋଲପିଟା ରେଞ୍ଜ କାର୍ଯ୍ୟାଳୟ ନିକଟରେ ରହନ୍ତି। ମିଳିଥିବା ସୂଚନା ଅନୁଯାୟୀ, ୨୦୨୪ ଏପ୍ରିଲ ୧ ତାରିଖରେ ସେ ଗ୍ରାମର କିଛି ମହିଳାଙ୍କୁ ପ୍ରଲୋଭିତ କରି ସେମାନଙ୍କ ନାମରେ ବ୍ୟାଙ୍କରୁ ପ୍ରାୟ ୧୮ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଋଣ କରାଇଥିଲେ।
ଋଣ ଅର୍ଥ ଆସିବା ପରେ ସେ ଚତୁରତାର ସହ ମହିଳାମାନଙ୍କ ATM କାର୍ଡ ମାଧ୍ୟମରେ ସମସ୍ତ ଟଙ୍କା ନିଜେ ଉଠାଇ ନେଇଥିଲେ। ସେ ଋଣ ପରିଶୋଧ ନ କରିବାରୁ ବ୍ୟାଙ୍କ ପକ୍ଷରୁ ସମ୍ପୃକ୍ତ ମହିଳାମାନଙ୍କୁ ନୋଟିସ ପଠାଯାଇଥିଲା। ଏହାପରେ ମହିଳାମାନେ ଠକେଇର ଶିକାର ହୋଇଥିବା ଜାଣିବାକୁ ପାଇଥିଲେ।
ଟଙ୍କା ଫେରସ୍ତ ପାଇଁ ବାରମ୍ବାର ଦାବି କରିବା ସତ୍ତ୍ୱେ ସଂଧ୍ୟାରାଣୀ କୌଣସି ପଦକ୍ଷେପ ନେଇ ନ ଥିଲେ। ଶେଷରେ ୨୦୨୪ ଅଗଷ୍ଟ ୨୫ ରେ ମହିଳାମାନେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ମାମଲା ରୁଜୁ କରିବା ପରେ ସାରାଣୀ  ଦୀର୍ଘ ଦିନ ଧରି ଫେରାର ଥିଲେ।
ତାରସିଂ ଥାନା ଅଧିକାରୀଣୀ ଶୁଭଲକ୍ଷ୍ମୀ ପୂଜାରୀଙ୍କ ସୂଚନା ଅନୁଯାୟୀ, ଗୁରୁବାର ପୋଲିସ ସଂଧ୍ୟାରାଣୀଙ୍କୁ ଗିରଫ କରିବାରେ ସଫଳ ହୋଇଛି। ସାରାଣୀ  କେବଳ ଏହି ଗ୍ରାମରେ ନୁହେଁ, ବରଂ ଅନ୍ୟ ଗ୍ରାମର ମହିଳାମାନଙ୍କୁ ମଧ୍ୟ ସମାନ ଶୈଳୀରେ ଠକେଇ କରିଥିବା ଆଶଙ୍କା କରାଯାଉଛି। ପୋଲିସ ଏବେ ଏହି ଦିଗରେ ଅଧିକ ତଦନ୍ତ ଜାରି ରଖିଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ଦିଗପହଣ୍ଡିରେ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ କର୍ମଶାଳା ଉଦଯାପିତ: ପ୍ରଭାବଶାଳୀ ଶିକ୍ଷାଦାନ ପାଇଁ…

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ…

ଚଷାନିମଖଣ୍ଡି ସରକାରୀ ହାଇସ୍କୁଲର ବାର୍ଷିକୋତ୍ସବ: ମନ ଜିଣିଲା ନାଟକ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଚଷାନିମଖଣ୍ଡି ଗ୍ରାମ ସରକାରୀ ହାଇସ୍କୁଲ ପରିସରରେ ବାର୍ଷିକୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର…

ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖ ମରଣଯନ୍ତା: ଗଳା ଫାଶ ସାଜିଛି ‘ଲୁହା ଜାଲି’, ପ୍ରଶାସନ ନିଦାବିଷ୍ଣୁ

ଥୁଆମୂଳ ରାମପୁର, ୧୯।୩ (ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ମୁଖ୍ୟ ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ସୁରେଶ ରେଡ୍ଡି ହେଲେ ଭାଜପା ଯୁବ ମୋର୍ଚ୍ଚାର ରାଜ୍ୟ ସଂଯୋଜକ: ଛତ୍ରପୁର ଅଞ୍ଚଳରେ ଉତ୍ସାହ

ଛତ୍ରପୁର, ୧୯।୩ (ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି (ଭାଜପା) ଯୁବ ମୋର୍ଚ୍ଚାର ସଂଗଠନକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଛତ୍ରପୁରର…

ଅକାଳରେ ଚାଲିଗଲା ସିଆର୍‌ପିଏଫ୍‌ ଯବାନଙ୍କ ଜୀବନ: ରାୟଗଡ଼ା ଚତୁର୍ଥ ବାଟାଲିୟନରେ ଶୋକର ଛାୟା

ରାୟଗଡ଼ା, ୧୯।୩ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ମ୍ୟାଲେରିଆର ପ୍ରାଦୁର୍ଭାବ ଜଣେ କର୍ତ୍ତବ୍ୟରତ ସିଆରପିଏଫ (CRPF) ଯବାନଙ୍କ ଜୀବନ ନେଇଛି। ମୃତ ଯବାନ ଜଣକ ହେଉଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri