ଘରୁ ଟାଣି ଆଣି ଗାଁ ଦାଣ୍ଡରେ ଅସଦାଚରଣ, ଦିଗପହଣ୍ଡି ଥାନାରେ ପହଞ୍ଚି ମହିଳା…

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ମହୁଡ଼ା ଗ୍ରାମ ରଘୁନାଥ ମଠ ସାହିର ଜଣେ ମହିଳାଙ୍କୁ ଘରୁ ଟାଣି ନେଇ ଗାଁ ଦାଣ୍ଡରେ ଦୁଇଜଣ ବ୍ୟକ୍ତି ସଂଘବଦ୍ଧ ଆକ୍ରମଣ କରିବା ସହ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଏନେଇ ମହିଳାଜଣଙ୍କ ଦିଗପହଣ୍ଡି ଥାନାରେ ଏତଲା ଦେବାପରେ ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର ଥାନା ମାମଲା ନଂ.୨୭୫/୨୫ ଅନୁଯାୟୀ ଅଭିଯୁକ୍ତଦ୍ବୟଙ୍କ ବିରୋଧରେ ମକଦ୍ଦମା ରୁଜୁ କରି ତଦନ୍ତ ଚଳାଇଛନ୍ତି। ଗତ ଶନିବାର ରାତି ପ୍ରାୟ ୮ ଟାରେ ଗ୍ରାମର କୃଷ୍ଣ ସାହୁ ଏବଂ ପ୍ରତାପ ନାହାକ ମହିଳାଙ୍କ ଘର ପାଖକୁ ଆସି ତାଙ୍କୁ ଆପତ୍ତିଜନକ ଭାଷାରେ ଗାଳି କରିଥିଲେ। ମହିଳାଜଣକ ପ୍ରତିବାଦ କରିବାରୁ ତାଙ୍କୁ ଉଭୟେ ଘରୁ ଟାଣି ନେଇ ରାସ୍ତା ଉପରେ ପ୍ଲାଷ୍ଟିକ ପାଇପ୍‌ରେ ତାଙ୍କୁ ଆକ୍ରମଣ କରିବା ସହ ତାଙ୍କୁ ଉଲଗ୍ନ କରି ଅସଦାଚରଣ କରିଥିଲେ। ପ୍ରତାପ ପୂର୍ବରୁ ଏକ ହତ୍ୟା ମାମଲାରେ ଜେଲରୁ ଜାମିନରେ ଆସିଥିବାରୁ ଗାଁ ଲୋକେ ମହିଳାଙ୍କୁ ମାଡ଼ ମାରୁଥିବା ଦେଖୁଥିଲେ ମଧ୍ୟ ତାଙ୍କୁ ଉଦ୍ଧାର କରିବାକୁ କେହି ଆସି ନ ଥିବା ମହିଳାଜଣଙ୍କ ତାଙ୍କ ଏତଲାରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…

ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମରକ୍ଷା ତାଲିମ

ଭଞ୍ଜନଗର,୧୯ା୮(ବାବୁଲା ପ୍ରଧାନ): ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ ଏମପାଓ୍ବାର୍‌ ସେଲ’ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ଆତ୍ମରକ୍ଷା ତାଲିମ ଶିବିର ବୁଧବାର ଉଦଘାଟିତ ହୋଇଯାଇଛି।…

ଆଶୁତୋଷ ପରିଡ଼ା ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର,୧୯ା୮: ଓଡ଼ିଶା ସାହିତ୍ୟ ଜଗତ ପାଇଁ ଏକ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ମନାକୁ ଆସିଛି। ପ୍ରସିଦ୍ଧ କବି ତଥା ସୁସାହିତି୍ୟକ ଆଶୁତୋଷ ପରିଡ଼ା ସର୍ବୋଚ୍ଚ ସାହିତ୍ୟ…

କେମିତି ଅପହରଣ ହୋଇଥିଲେ ବ୍ୟବସାୟୀ ଗୁଣ୍ଡା ସାହୁ, ପୋଲିସ କ୍ରାଇମ୍‌ ଭିଡିଓ ଜାରି କରି…

ବଲାଙ୍ଗୀର,୧୯ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ ଗୁଣ୍ଡା ସାହୁ ଅପହରଣ ଘଟଣା ସମ୍ପର୍କିତ କ୍ରାଇମ ଭିଡିଓ ଜାରି କରିଛି ବଲାଙ୍ଗୀର ପୋଲିସ। କିଭଳି ଭାବେ…

ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ଶିଶୁଙ୍କୁ କାମୁଡ଼ିଲା ସାପ, ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଲେ କର୍ମୀ-ସିଡିପିଓ

ଦାରିଙ୍ଗବାଡ଼ି,୧୯ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ନୀଳକନ୍ଦର ସାହିରେ ରହିଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ବୁଧବାର ମଧ୍ୟାହ୍ନରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ ସାଢ଼େ ୪ ବର୍ଷର ଶିଶୁକନ୍ୟାଙ୍କୁ…

ବିକାଶ ଅପହଞ୍ଚ: ଆସିଲାନି ଆମ୍ବୁଲାନ୍ସ ଭରା ବନ୍ୟାପାଣିରେ ଭାରରେ ବୁହାହେଲେ ରୋଗୀ

ବରୀ,୧୯ା୮(ମହେନ୍ଦ୍ର ସ୍ବାଇଁ): ଦେଶ ସ୍ବାଧୀନ ହେବାର ୮୦ ବର୍ଷ ବିତିଯାଇଥିଲେ ସୁଦ୍ଧା ଯାଜପୁର ଜିଲା ବରୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଲିବିଲ ପଞ୍ଚାୟତର ଢିଅସାହି ଗ୍ରାମରେ ବିକାଶର…

ଭିନ୍ନକ୍ଷମ କ୍ରିକେଟ ଦଳକୁ ସମ୍ମାନିତ କଲା ଲଣ୍ଡନର ଓଡ଼ିଆ ରେସ୍ତୋରାଁ ‘ଚିଲିକା’

ବାଲିପାଟଣା, ୧୯।୮(ଅଭିମନ୍ୟୁ ନାୟକ ): ଭାରତୀୟ ଭିନ୍ନକ୍ଷମ କ୍ରିକେଟ ଖେଳାଳିଙ୍କ ସାହସ, ଦୃଢ଼ତା ଓ ସଫଳତାକୁ ସମ୍ମାନ ଜଣାଇ ଦକ୍ଷିଣ-ପୂର୍ୱ ଲଣ୍ଡନରେ ଥିବା ଓଡ଼ିଆ ରେସ୍ତୋରାଁ ‘ଚିଲିକା’…

ହୀରାକୁଦରେ ପଶିଲା ୩ ଲକ୍ଷରୁ ଅଧିକ ଘନଫୁଟ ବନ୍ୟାଜଳ

ସମ୍ବଲପୁର,୧୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣର ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ପାଇଁ ବୁଧବାର ପୂର୍ବାହ୍ନରେ ପୁଣିଥରେ ୨ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri