ଠକି ନେଲେ ୨୩ ଲକ୍ଷ: ଟଙ୍କା ମାଗିବାରୁ ମହିଳାଙ୍କୁ ଆକ୍ରମଣ, ଆଉ ତା’ପରେ…

ଗଜପତି,୧୩।୯(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମାର ପାରଳାଖେମୁଣ୍ଡି ସହରରେ ଜଣେ ମହିଳାଙ୍କଠାରୁ ୨୩ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏପରିକି ଟଙ୍କା ଫେରସ୍ତ ମାଗିବାରୁ ମହିଳାଙ୍କୁ ଧମକ ଦେବା ଏବଂ ମାରପିଟ କରିବା ଅଭିଯୋଗରେ ପୋଲିସ ୨ଜଣଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ମିତା ଟଙ୍କ ଓରଫ (ମିଲି) ଏବଂ ଦୁର୍ଗା ପ୍ରସାଦ ପଣ୍ଡା ।

ପାରଳାଖେମୁଣ୍ଡି ଆଦର୍ଶ ଥାନା ସୂତ୍ରରୁ ପ୍ରକାଶ ଯେ, ସ୍ଥାନୀୟ ଓଡ଼ିଆ ଭଣ୍ଡାରୀ ସାହିର ସଂଗୀତା ନାୟକ ନାମ୍ନୀ ଜଣେ ମହିଳାଙ୍କ ଅଭିଯୋଗ କ୍ରମେ ପୋଲିସ ତଦନ୍ତ ପରେ ଅଭିଯୁକ୍ତମାନଙ୍କୁ ଗିରଫ କରିଛି। ସୂଚନା ମୁତାବକ, ସଂଗୀତାଙ୍କ ଠାରୁ ଝିଲି ସାହୁ ଓ ତାଙ୍କ ଭଉଣୀ ମିତା ଟଙ୍କ(ମିଲି) ବିଭିନ୍ନ ପ୍ରକାରର ମିଥ୍ୟା ପ୍ରୋଲଭନ ଦେଖାଇ ୨୩ ଲକ୍ଷ ଟଙ୍କା ନେଇଥିଲେ। ହେଲେ ସଂଗୀତା ସେମାନଙ୍କୁ ପଇସା ଫେରସ୍ତ କରିବାକୁ କହୁଥିଲେ ମଧ୍ୟ ଟଙ୍କା ଦେଉ ନ ଥିଲେ ।

ସଂଗୀତା ଶୁକ୍ରବାର ମଧ୍ୟାହ୍ନରେ ମିଲିଙ୍କୁ ପାରଳାଖେମୁଣ୍ଡି ସ୍ଥିତ ଜେଲ ପାଖରେ ଦେଖିଥିଲେ। ସେତିକିବେଳେ ସଂଗୀତା ଟଙ୍କା ଦେବାକୁ ମିଲିଙ୍କୁ କହିଥିଲେ। ସେତିକିବେଳେ ମିଲିଙ୍କ ସହ ଦୁର୍ଗା ପ୍ରସାଦ ପଣ୍ଡା ମଧ୍ୟ ଉପସ୍ଥିତ ଥିଲେ। ଏଥିରେ ସେମାନେ ରାଗିଯାଇ ଅସଭ୍ୟ ଭାଷାରେ ସଂଗୀତାଙ୍କୁ ଗାଳିଗୁଲଜ କରିବା ସହ ତାଙ୍କୁ ଧକ୍କା ଦେଇଥିଲେ। ଫଳରେ ସଂଗୀତା ଆହତ ହୋଇଥିଲେ। ଏପରିକି ସଂଗୀତାଙ୍କୁ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ଏହି ବିଷୟରେ ସଂଗୀତା ଅନ୍ୟ ଜଣେ ମହିଳାଙ୍କୁ ଫୋନ୍‌ କରି ଘଟଣା ସଂକ୍ରାନ୍ତରେ ଜଣାଇଥିଲେ।

ଖବର ପାଇ ମହିଳାମାନେ ଘଟଣାସ୍ଥଳରେ ପହଞ୍ଚି ପୋଲିସ ଡାକି ଉଭୟଙ୍କୁ ଧରି ପୋଳିସ ଜିମା ଦେଇଥିଲେ । ଏନେଇ ପାରଳାଖେମୁଣ୍ଡି ଆଦର୍ଶ ଥାନାରେ ଦୁର୍ଗା ପ୍ରସାଦ ପଣ୍ଡା, ମିତା ଟଙ୍କ, ଝିଲି ସାହୁ, ତ୍ରିବେଣୀ ସାହୁ, ସରସ୍ବତୀ ନାୟକ ଉଦୟ ନାଥ ସାହୁ ଓ ଅନ୍ୟମାନଙ୍କ ବରୋଧରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଏକ ମାମଲା (ନଂ.୨୫୪/୨୫) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ମାମଲାର ତଦନ୍ତ ଏସଆଇ ପ୍ରିୟବ୍ରତ ସ୍ବାଇଁ କରୁଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର ଭୂପତି ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭିଡ଼ିଓ ଭାଇରାଲ, ହଠାତ ଚମକିଲେ ଐଶ୍ୱର୍ଯ୍ୟା, ଆରାଧ୍ୟାଙ୍କୁ ମିସ୍‌ କଲେ ପ୍ରଶଂସକ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଦୀର୍ଘ ଦିନ ଧରି ବଡ଼ ପରଦାରୁ ଦୂରେଇ ରହିଥିଲେ ମଧ୍ୟ ସେ ସର୍ବଦା ଚର୍ଚ୍ଚାରେ ରୁହନ୍ତି। ନିକଟରେ ଶନିବାର…

ପଡ଼ିଆରେ କ୍ରିକେଟ୍‌ ଖେଳୁଥିଲେ ଏଆର୍‌ଆଇ, ହଠାତ୍‌ ଛାତିରେ ହେଲା ଯନ୍ତ୍ରଣା, ଆଉ ତା’ ପରେ…

ଗୁଣପୁର,୨୭ା୯(ସଙ୍କେତ ପାତ୍ର): ରାୟଗଡ଼ାରେ କ୍ରିକେଟ ଖେଳୁଥିବା ସମୟରେ ହଠାତ୍‌ ଛାତି ଯନ୍ତ୍ରଣା ହେବା ପରେ ଅଚେତ ହୋଇପଡ଼ି ଗୁଣପୁରରେ କାର୍ଯ୍ୟରତ ଏଆର୍‌ଆଇ ପି. ରାଜେଶଙ୍କ ଅକାଳ ବିୟୋଗ…

Amazon-Flipkart- JioMartକୁ ବଡ଼ ଝଟକା, ଗଣିବେ ଏତେ ଲକ୍ଷ ଲକ୍ଷ ଟଙ୍କାର ଜରିମାନା!

ନୂଆଦିଲ୍ଲୀ,୨୭।୯: ଅନଲାଇନ ଗ୍ରାହକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। କେନ୍ଦ୍ରୀୟ ଉପଭୋକ୍ତା ସୁରକ୍ଷା ପ୍ରାଧିକରଣ (CCPA) ଆମାଜନ (Amazon), ଫ୍ଲିପକାର୍ଟ (Flipkart) ଏବଂ ଜିଓମାର୍ଟ (JioMart)…

ଧରିତ୍ରୀ ପ୍ରଭାବ: ୪ ଦିନ ପରେ ଖୋଲିଲା ଗାଜଲବାଡ଼ି ଘାଟି ରାସ୍ତା, ତଥାପି ଜାରି ରହିଛି ଭାରୀଯାନ ଚଳାଚଳ କଟକଣା

ଦାରିଙ୍ଗବାଡ଼ି,୨୭ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାରୁ ୪ ଦିନ ପରେ ସିଲ୍‌କୁ ହଟାଇଛି ଗଞ୍ଜାମ ଜିଲା ପ୍ରଶାସନ। ଫଳରେ…

ହର୍ମୁଜକୁ ନେଇ ବଡ଼ ଦାବି କଲେ ଟ୍ରମ୍ପ, କହିଲେ ‘କାଙ୍ଗାଳ ହୋଇଗଲାଣି ଇରାନ’

ଓ୍ବାଶିଂଟନ,୨୭।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୱାଶିଂଟନ ଡି.ସି. ଠାରେ ହର୍ମୁଜ ପ୍ରଣାଳୀ (Strait of Hormuz) ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଟ୍ରମ୍ପ ଦାବି…

ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଓଡ୍ରାଫ ଯବାନଙ୍କୁ କାମୁଡ଼ିଲା ସାପ

ବାରିପଦା, ୨୭।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଜଣେ ଓଡ୍ରାଫ ଯବାନଙ୍କୁ ସାପ କାମୁଡ଼ିଥିବା ଜଣାପଡ଼ିଛି। ବେତନଟୀ ବ୍ଲକ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଚେତାବନୀ: ବଙ୍ଗୋପସାଗରରେ ନୂଆ ଲଘୁଚାପ ବଳୟ! ଏସବୁ ଜିଲାରେ…

ଭୁବନେଶ୍ୱର, ୨୭ା୯: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । କେନ୍ଦ୍ରୀୟ ଥାଇଲାଣ୍ଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ମିଆଁମାର ଉପକୂଳ ଉପରେ ଆଜି ଏକ ଲଘୁଚାପ…

PM Modi Mann Ki Baat: ୧୩୮ତମ ସଂସ୍କରଣରେ ବାଲାକୋଟ ସର୍ଜିକାଲ ଷ୍ଟ୍ରାଇକ ବିଷୟରେ ଉଲ୍ଲେଖ କଲେ ମୋଦି

ନୂଆଦିଲ୍ଲୀ,୨୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (୨୭ ସେପ୍ଟେମ୍ବର) ନିଜର ‘ମନ କି ବାତ’ ରେଡିଓ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଥିଲେ। ଏହି କାର୍ଯ୍ୟକ୍ରମର ୧୩୮ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?