ଧାର ଟଙ୍କା ଫେରସ୍ତ ମାଗିବାରୁ ଆକ୍ରମଣର ଶିକାର ହେଲେ ମହିଳା

ଘସିପୁରା,୨୬।୧୦(ନିରଞ୍ଜନ ସାହୁ): କେନ୍ଦୁଝର ଜିଲା ଘସିପୁରା ଥାନା ବଡ଼ଏକତାଳି ଗ୍ରାମରେ ଜଣେ ମହିଳା ଧାର ଟଙ୍କା ଫେରସ୍ତ ମାଗିବାରୁ ଆକ୍ରମଣର ଶିକାର ହୋଇଛନ୍ତି। ଗୁରୁତର ହୋଇଥିବା ମହିଳା ଜଣକ ହେଲେ କମଳା ବୋଇତେଇ। ତାଙ୍କୁ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। କମଳା ଋଣ ପ୍ରଦାନକାରୀ ସଂସ୍ଥାରୁ ଟଙ୍କା ଆଣି ଗ୍ରାମର ନନ୍ଦିନୀଙ୍କୁ ପ୍ରଥମେ ୫୦ ହଜାର ଓ ପରେ ୨୦ ହଜାର ଟଙ୍କା ଧାର ସୂତ୍ରରେ ଦେଇଥିଲେ। କିସ୍ତି ସମୟ ହେବାରୁ ଟଙ୍କା ମାଗିଥିଲେ। ଟଙ୍କା ଫେରସ୍ତ ବଦଳରେ ନନ୍ଦିନୀ ଝଗଡ଼ା କରିଥିବା କମଳା ଅଭିଯୋଗ କରିଛନ୍ତି।

ଗୁରୁବାର ଋଣ ପ୍ରଦାନକାରୀ ସଂସ୍ଥାର କର୍ମଚାରୀ କିସ୍ତି ଆଦାୟ ପାଇଁ ଗାଁକୁ ଆସିଥିବା ବେଳେ ସେହିବାଟ ଦେଇ ଯାଉଥିବା ନନ୍ଦିନୀଙ୍କ ସ୍ବାମୀ ପ୍ରଫୁଲ୍ଲଙ୍କୁ ଟଙ୍କା ଫେରସ୍ତ କଥା କହିଥିଲେ। ଏଥିରେ ପ୍ରଫୁଲ୍ଲ ରାଗି ଯାଇ କମଳାଙ୍କ ମୁଣ୍ଡକୁ ପଥରରେ ଛେଚି ଦେଇଥିଲେ। ପରିବାର ଲୋକେ କମଳାଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଏନେଇ ଘସିପୁରା ଥାନାରେ କମଳା ଅଭିଯୋଗ କରିଛନ୍ତି। ପୋଲିସ ଅଭିଯୋଗକୁ ଭିତ୍ତି କରି ଏକ ମାମଲା( ନଂ. ୩୫୪/୨୩) ରୁଜୁ କରିଝଛି। ଏପରିକି ନନ୍ଦିନୀ ବାରିକଙ୍କ ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା( ନଂ. ୩୫୫/୨୩) ରୁଜୁ କରିଥିବା ଥାନା ଅଧିକାରୀ ସୁଶାନ୍ତ କୁମାର ପରିଡ଼ା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri