ନିଜ ଦେହରେ ନିଆଁ ଲଗାଇ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ କଟକ ବଡ଼ ମେଡିକାଲରେ ଭର୍ତ୍ତି

ଭୁବନ,୧୨।୮( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନଏସି ୨ ନମ୍ବର ଓାର୍ଡର ଅଜୟ କୁମାର େହେରାଙ୍କ ପତ୍ନୀ ପ୍ରେମଲତା ନାଏକ (୩୬) ସୋମବାର ରାତିରେ ନିଜ ଦେହରେ କିରୋସିନି ଢ଼ାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ସେ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସିତ ଅଛନ୍ତି । ପ୍ରେମଲତା ଏଲ ଏ ଟି ଘରୋଇ ସସ୍ଥାରୁ ୮୦ ହଜାର ଟଙ୍କା ଋଣ କରିଥିଲେ । ସେ ମାସିକ ୪ ହଜାର ଟଙ୍କା କିସ୍ତି ଦେଉଛନ୍ତି । ପ୍ରତ୍ୟେକ ମାସ ୧୦ ତାରିଖ ଦିନ କିସ୍ତି ଦେବା ପାଇଁ ତାଙ୍କ ସ୍ବାମୀଙ୍କୁ ମାଗିଥିଲେ। ସ୍ବାମୀ ଦରମା ପାଇଲେ ଦେବା ପାଇଁ କହିଥିଲେ । ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା । ହଠାତ ପ୍ରେମଲତା ତାଙ୍କ ଦେହରେ କିରୋସିନି ଢ଼ାଳି ନିଆଁ ଲଗାଇ ଦେଇଥିଲେ। ସଙ୍ଗେସଙ୍ଗେ ପରିବାର ଲୋକେ ତାଙ୍କୁ ଭୁବନ ଡାକ୍ତର ଖାନାକୁ ନେଇଯାଇଥିଲେ । ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କଟକ ସ୍ଥାନାନ୍ତରିତ କରାଯାଇଛି । କଟକ ସ୍ଥାନାନ୍ତରୀତ ସମୟରେ ତାଙ୍କ ଦେହର ୬୦ ଭାଗ ପୋଡ଼ିଯାଇଥିବା ଭୁବନ ଡାକ୍ତର ଖାନା କର୍ମଚାରୀ ମାନଙ୍କ ପକ୍ଷରୁ କୁହାଯାଇଛି । ଖବର ପାଇ ଭୁବନ ଥାନା ଅଧିକାରୀ ଧିରେନ ସାଇଁ ଡାକ୍ତର ଖାନାରେ ପହଞ୍ଚିଥିଲେ । ସେତେଳେକୁ ଗୁରୁତର ମହିଳାଙ୍କୁ କଟକ ସ୍ଥାନାନ୍ତରୀତ କରାଯାଇଥିଲା । ସୋମବାର କାମାକ୍ଷାନଗର ଏସଡିପିଓ ରଜନୀ କାନ୍ତ ସାମଲ ଓ ଜିଲା ସାଇଣ୍ଟିଫିକ ଦଳ ପହଞ୍ଚି ତଦନ୍ତ କରିଥିଲେ। ଏ ସଂକ୍ରାନ୍ତରେ ଭୁବନ ଥାନା ଅଧିକାରୀ କଟକରେ ଗୁରୁତର ଭାବେ ଚିକିତ୍ସିତ ହେଉଥିବା ମହିଳାଙ୍କ ନିକଟକୁ ଯାଇଛନ୍ତି ବୋଲି କହିବା ସହିତ ଏ ସଂକ୍ରାନ୍ତରେ ଅଭିଯୋଗ ହୋଇନାହିଁ ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?