ମଦ ପିଇବାକୁ ଟଙ୍କା ନ ଦେବାରୁ ଠେଙ୍ଗାରେ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା

ଝାରସୁଗୁଡ଼ା ଅଫିସ,୧୭।୩: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ଏମ୍‌ସିଏଲ୍‌ ରାମପୁର କଲୋନୀ ଏମ୍‌କ୍ୟୁ-୧୪ନମ୍ବର କ୍ବାଟରର୍ସରେ ଏକ ଅଭାବନୀୟ ଘଟଣା ଘଟିଛି। ମଦ ପିଇବା ପାଇଁ ଟଙ୍କା ନ ଦେବାରୁ ସ୍ବାମୀ ଠେଙ୍ଗାରେ ପିଟି ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି।

ମୃତକ ହେଲେ ପଙ୍କଜିନୀ ନାୟକ(୬୧)। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ମୃତ ମହିଳାଙ୍କ ପୁଅ ପ୍ରକାଶଙ୍କ ଅଭିଯୋଗକୁ ଭିତ୍ତି କରି ବ୍ରଜରାଜନଗର ପୋଲିସ ଏକ ହତ୍ୟା ମାମଲା(ନଂ.୭୭/୨୨) ରୁଜୁ କରି ଅଧିକ ତଦନ୍ତ ଚଳାଇଛି।

ପୋଲିସ ହତ୍ୟାକାରୀ ସ୍ବାମୀ ରମେଶ ନାୟକ(୬୨)ଙ୍କୁ ଥାନାରେ ଅଟକ ରଖି ପଚରାଉଚରା ଚଳାଇଛି। ପୋଲିସ ଘଟଣାସ୍ଥଳରୁ ହତ୍ୟାକାଣ୍ଡରେ ବ୍ୟବହୃତ ଠେଙ୍ଗାକୁ ଜବତ କରିଛି ।

ଖବରପାଇ ଏସ୍‌ଡିପିଓ ଗୁପ୍ତେଶର ଭୋଇ, ଆଇଆଇସି ବୈକୁଣ୍ଠ ବିହାରୀ ସେଠ ଓ ରାମପୁର ଫାଣ୍ଡି ଅଧିକାରୀ ପ୍ରକାଶ ଦଳେଇ ପ୍ରମୁଖ ପୋଲିସ ଅଧିକାରୀ ସାଇଣ୍ଟିଫିକ ଦଳ ସହ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରି ଫେରିଛନ୍ତି। ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି, ମୃତ ମହିଳା ପଙ୍କଜିନୀ ଏମ୍‌ସିଏଲ୍‌ରେ ଚାକିରି କରି ୭ ମାସ ତଳେ ଅବସର ଗ୍ରହଣ କରିଥିଲେ। ଅବସର ପରେ ମିଳିଥିବା ଟଙ୍କାକୁ ନେଇ ସ୍ବାମୀ ମଦପିଇ ଘରେ ଝଗଡା କରୁଥିଲେ। ଏଭଳି ସ୍ଥିତିରେ ବୁଧବାର ରାତି ଘରେ ପୁଅ ନ ଥିବାବେଳେ ସ୍ବାମୀ ରମେଶ ମଦ ପିଇ ଘରକୁ ଆସିଥିଲେ। ପରେ ସେ ଟଙ୍କା ମାଗିଥିଲେ। ଏନେଇ ସ୍ବାମୀ-ସ୍ତ୍ରୀ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ରମେଶ ଏକ ଠେଙ୍ଗାରେ ପଙ୍କଜିନୀଙ୍କୁ ପିଟି ହତ୍ୟା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

ବିଧାନସଭାର ପୁରୁଣା ପରମ୍ପରା ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ବିଜୟ: କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ

ଚେନ୍ନାଇ,୨୮।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ବିଜୟ ଗୁରୁବାର ବିଧାନସଭାରେ ଏକ ପୁରୁଣା ପରମ୍ପରା ଭାଙ୍ଗି ଚର୍ଚ୍ଚାକୁ ଆସିଛନ୍ତି। ବିଧାନସଭାର ଅପରାହ୍ନ ଅଧିବେଶନ ସମୟରେ ସେ ନିଜ ପାଇଁ ନିର୍ଦ୍ଧାରିତ…

ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି।…

ବଡ଼ ଘୋଷଣା କରି ଫ୍ୟାନ୍ସଙ୍କୁ ନିରାଶା କଲେ ଏହି ଫେମସ୍‌ ସିଙ୍ଗର୍‌, ସଙ୍ଗୀତରୁ…

ମୁମ୍ବାଇ: ପ୍ରସିଦ୍ଧ ଗାୟକ ଓ ମ୍ୟୁଜିକ କମ୍ପୋଜର ଅମାଲ ମଲିକ ନିଜ କ୍ୟାରିୟରକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ଅଗଷ୍ଟ ୨୭ ତାରିଖ ଗୁରୁବାର ସେ…

ନେପାଳ ବନ୍ୟାରେ ଜୀବନ ରକ୍ଷା କଲା ହାଇଡ୍ରୋପାୱାର ସୁଡ଼ଙ୍ଗ, ବଞ୍ଚିଗଲେ ୩୫୦

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ମଧ୍ୟରେ ଅପର ତ୍ରିଶୂଳୀ ହାଇଡ୍ରୋପାୱାର ପ୍ରକଳ୍ପର ଏକ ସୁଡ଼ଙ୍ଗ ଶତାଧିକ ଲୋକଙ୍କ ପାଇଁ ଜୀବନରକ୍ଷକ ପାଲଟିଛି। ବନ୍ୟାଜଳ ସହ ମାଟି, ପଥର…

ନେପାଳ ବନ୍ୟା ବିଭୀଷିକା: ବରଗଡ଼ର ମା’-ଝିଅ ନିଖୋଜ, ସ୍ବାମୀ ସୁରକ୍ଷିତ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ବରଗଡ଼ ଜିଲାର ମା’ ଓ ଝିଅ ନିଖୋଜ ହୋଇ ଯାଇଥିବା ସୂଚନ ମିଳିଛି। ସେମାନେ ହେଲେ, ବରଗଡ଼ ବ୍ଲକ ଜାମପାଲି…

ରାକ୍ଷୀ ମଉକାରେ ଚଉକା: ସ୍ତ୍ରୀଙ୍କୁ ବାପଘରେ ଛାଡ଼ିବାକୁ ଯାଉଥିଲେ ସ୍ବାମୀ, ବାଟରେ ମିଠା କିଣିବାକୁ ପଠାଇ ପ୍ରେମିକ ସହ…

ପାଟନା,୨୮।୮: ବିହାରର ମଧେପୁରା ଜିଲାରୁ ରକ୍ଷାବନ୍ଧନ ଦିନ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପତ୍ନୀଙ୍କୁ ତାଙ୍କ ବାପଘରେ ଛାଡ଼ିବା ପାଇଁ ବାଇକରେ ନେଇ ଯାଉଥିବା ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri