Posted inଜାତୀୟ

ଚାଲାଣ କାଟିବାରୁ ଟ୍ରାଫିକ୍‌ ପୋଲିସଙ୍କୁ ନିସ୍ତୁକ ପିଟିଲେ ମହିଳା: ଭିଡ଼ିଓ ଭାଇରାଲ

ମୁମ୍ବାଇ, ୨୫।୧୦: ଟ୍ରାଫିକ୍‌ ନିୟମ ନ ମାନୁଥିବା ଅମାନିଆଙ୍କୁ ସୁଧାରିବା ପାଇଁ ଚାଲାଣ କଟାଯାଇଥାଏ। ତେବେ ମୁମ୍ବାଇର ଏଲ୍‌ଟି ମାର୍ଗରେ ଟ୍ରାଫିକ୍‌ ନିୟନ୍ତ୍ରଣ କରୁଥିବା କନଷ୍ଟେବଳ ଏକନାଥ ପୋର୍ଟେଙ୍କୁ ଏଥିପାଇଁ ସଦାବିକା ରମାକାନ୍ତ ତିଓ୍ବାରୀ ନାମ୍ନୀ ଜଣେ ମହିଳା ନିସ୍ତୁକ ମାଡ଼ ମାରିଛନ୍ତି। ଏବେ ଏହାର ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। କନଷ୍ଟେବଳ ଏକନାଥ ଆଇନ ମାନୁ ନ ଥିବା ସଦାବିକାଙ୍କ ବିରୋଧରେ ଚାଲାଣ କାଟୁଥିବା ବେଳେ ଉତ୍‌କ୍ଷୀପ୍ତ ହୋଇ ଉଠିଥିଲେ। ସେ ଏକନାଥଙ୍କ କଲର ଧରି ଚଟକଣି ମାରିବା ସହିତ ଟଣାଓଟରା କରିଥିଲେ। ଖବର ପାଇ ଟ୍ରାଫିକ୍‌ ଟିମ୍‌ ଘଟଣା ସ୍ଥଳରେ ପହଞ୍ଚି ସଦାବିକାଙ୍କୁ ଗିରଫ କରିଛନ୍ତି। ସଦାବିକା ଏକନାଥଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ ଆଣିଛନ୍ତି। ତେବେ ଏହାକୁ ଟ୍ରାଫିକ୍‌ ବିଭାଗ ପକ୍ଷରୁ ଖଣ୍ଡନ କରାଯାଇଛି। ଏନେଇ ଡିିସିପି ଏସ୍‌. ଚୈତନ୍ୟା କହିଛନ୍ତି ଯେ, ଏକନାଥ ସମ୍ପୃକ୍ତ ମହିଳାଙ୍କୁ ମ୍ୟାଡାମ୍‌ ସମ୍ବୋଧନ କରୁଥିବାବେଳେ ମହିଳା ଜଣକ ରାସ୍ତାରେ ତାଙ୍କୁ ପିଟିଥିଲେ। ମହିଳାଙ୍କୁ କୌଣସି ଦୁର୍ବ୍ୟବହାର କରାଯାଇ ନାହିଁ। ସେ ବିନା ହେଲମେଟ୍‌ରେ ଗାଡ଼ି ଚଳାଉଥିବାବେଳେ ଧରାପଡ଼ିଥିଲେ ବୋଲି ଚୈତନ୍ୟା କହିଛନ୍ତି। ଏବେ ୪୫ ସେକେଣ୍ଡର ଏହି ଭିଡ଼ିଓକୁ ମୁସ୍ତଫା ଶେଖ୍‌ ନାମକ ଜଣେ ୟୁଜର ତାଙ୍କ ଟୁଇଟର ହ୍ୟାଣ୍ଡେଲରେ ଅପ୍‌ଲୋଡ୍‌ କରିଛନ୍ତି। ଏହାକୁ ନେଇ ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri