ରାତିରେ ଖାଇ ସାରି ଶୋଇଥିଲେ ମହିଳା, କାମୁଡିଲା ବିଷଧର ସାପ

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ପଢାଳରେ ରବିବାର ରାତିରେ ସର୍ପ ଦଂଶନରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଲକ୍ଷ୍ମୀ ମଲ୍ଲିକ (୫୫)। ଲଷ୍ମୀ ଗତକାଲି ରାତ୍ର ଭୋଜନ ପରେ ଘରେ ଶୋଇଥିଲେ। ବିଳମ୍ବିତ ରାତିରେ ତାଙ୍କୁ କୌଣସି ଏକ ବିଷଧର ସାପ କାମୁଡି ଦେଇଥିଲା। ଫଳରେ ସେ ଗୁରୁତର ହୋଇ ପଡ଼ିଥିଲେ। ଏହାପରେ ପରିବାର ଲୋକେ ତାଙ୍କୁ ତୁରନ୍ତ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ମେଡିକାଲକୁ ଆଣିଥିଲେ। ମେଡିକାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ଭଞ୍ଜନଗର ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍ପିଟାଲ ପଠାଇଦେଇଛି।