କପିଳେଶ୍ୱର ମନ୍ଦିର ତାଲା ଭାଙ୍ଗିଲେ ମହିଳା

ପୁରୁଣା ଭୁବନେଶ୍ୱର,୭ା୩(ଡି.ଏନ୍‌.ଏ.):ଦୀର୍ଘ ୧୦ଦିନ ହେବ ଶ୍ରୀକପିଳେଶ୍ୱର ମନ୍ଦିର ବନ୍ଦ ରହିଥିବା ବେଳେ ଠାକୁର ଉପବାସ ରହଛନ୍ତି। ସୋମବାର ଅପରାହ୍ନରେ କପିଳେଶ୍ୱର ଗ୍ରାମର କେତେଜଣ ମଲିଆ ସେବାୟତ ସଦସ୍ୟା ଏବଂ କେତେକ ଶ୍ରଦ୍ଧାଳୁ ତାଲା ଭାଙ୍ଗି ମନ୍ଦିରକୁ ପ୍ରବେଶ କରିଥିଲେ। ଏହି ଅବସରରେ କେତେଜଣ ମଲିଆ ସେବାୟତ ମନ୍ଦିରରେ ପ୍ରବେଶ କରିବା ସହ ଠାକୁରଙ୍କ ନୀତିକାନ୍ତି ଆରମ୍ଭ କରିଥିଲେ। ଏହି ଘଟଣାକୁ ନେଇ ଉପଜିଲାପାଳ ଲିଙ୍ଗରାଜ ଥାନାରେ ଏତଲା ଦେବା ସହ ଜିଲାପାଳଙ୍କୁ ଅବଗତ କରାଇଛନ୍ତି। ତେବେ ଏପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନଥିବା ଜଣାପଡ଼ିଛି। ଅନ୍ୟପଟେ ହାଇକୋର୍ଟଙ୍କ ଆଦେଶ ତଥା ପ୍ରଶାସନର ନିର୍ଦ୍ଦେଶକୁ ଉପେକ୍ଷା କରାଯାଇ ଏଭଳି କାର୍ଯ୍ୟ ଘଟିଥିବାରୁ ଖୁଣ୍ଟିଆ ସେବାୟତମାନେ ସେମାନଙ୍କ ସେବା ଅଧିକାର ପ୍ରାପ୍ତିରୁ ବଞ୍ଚିତ ହୋଇଛନ୍ତି। ସୂଚନାଥାଉ କି, ୨୦୦୦ ମସିହାରୁ ଖୁଣ୍ଟିଆ ସେବାୟତମାନେ କପିଳେଶ୍ୱରଙ୍କ ନିକଟରେ ଥିବା ତାଙ୍କ ସେବା ଅଧିକାର ପାଇବା ଲାଗି ଚେଷ୍ଟା ଚଳାଉଛନ୍ତି। ଏନେଇ ସେମାନେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟ ତଳକୋର୍ଟଙ୍କ ରାୟ ମୁତାବକ ଖୁଣ୍ଟିଆ ସେବାୟତଙ୍କୁ ସେବାରେ ନିଯୁକ୍ତ କରି କପିଳେଶ୍ୱର ମନ୍ଦିରରେ ନୀତି ସ୍ବଭାବିକ କରିବା ପାଇଁ ଦେବୋତ୍ତର କମିଶନରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ମାମଲା ନଂ.୧୬୨୯୨/ ୨୦୧୯ ମୁତାବକ ଏହି ନିର୍ଦ୍ଦେଶକୁ ପାଳନ କରିବା ଲାଗି ପ୍ରଶାସନ ପ୍ରତିବର୍ଷ ଉଦ୍ୟମ ଚଳାଇଥିଲେ ମଧ୍ୟ ବିଫଳ ହୋଇଛି। ଚଳିତବର୍ଷ ଅନୁଷ୍ଠତ ବୈଠକରେ ମଲିଆ ସେବାୟତମାନେ ଅସହଯୋଗ କରିବାରୁ ପ୍ରଶାସନ କପିଳେଶ୍ୱର ମନ୍ଦିରରେ ତାଲା ପକାଇବାକୁ ନିଷ୍ପତ୍ତି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri