ମହିଳାଙ୍କୁ ଗଣବଳାତ୍କାର ପରେ ବୀଭତ୍ସ ହତ୍ୟା: ଯୌନାଙ୍ଗରେ ଲୁହାରଡ୍‌ ପୂରାଇ ଗର୍ଭାଶୟ କାଢ଼ିଦେଲେ

ଭୋପାଳ୨୬ା୫: ଦିଲ୍ଲୀର ବୀଭତ୍ସ ନିର୍ଭୟା ମାମଲାର ପୁନରାବୃତ୍ତି ମଧ୍ୟପ୍ରଦେଶର ଖଣ୍ଡଓ୍ବା ଜିଲାରେ ଦେଖିବାକୁ ମିଳିଛି। ରୋଶନି ଚୌକି ଅଞ୍ଚଳରେ ଜଣେ ୪୫ ବର୍ଷୀୟା ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର ପରେ ବଳାତ୍କାରୀମାନେ ତାଙ୍କ ଯୌନାଙ୍ଗରେ ଲୁହାରଡ୍‌ ପୂରାଇ ଗର୍ଭାଶୟକୁ ବାହାର କରିଦେଇଥିଲେ। ଶୁକ୍ରବାର ବିଳମ୍ବିତ ରାତିରେ ଏହି ଗଣବଳାତ୍କାର ଘଟିଥିବାବେଳେ ଶନିବାର ଦ୍ୱିପ୍ରହରରେ ଅତ୍ୟଧିକ ରକ୍ତସ୍ରାବ ଯୋଗୁ ମହିଳାଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ପୋଲିସ ୨ ଅଭିଯୁକ୍ତ ହରି ପଲ୍‌ଭି ଏବଂ ସୁନୀଲ ଧୁର୍ବେଙ୍କୁ ଗିରଫ କରି ତଦନ୍ତ ଚଳାଇଛି। ଅଭିଯୁକ୍ତମାନେ ମହିଳାଙ୍କ ପଡ଼ୋଶୀ ବୋଲି ଜଣାପଡ଼ିଛି। ମୃତଦେହକୁ ବ୍ୟବଚ୍ଛେଦ ପାଇଁ ଖଣ୍ଡଓ୍ବା ଜିଲା ହସ୍ପିଟାଲକୁ ପଠାଯାଇଛି। ରିପୋର୍ଟ ଆସିବା ପରେ ଅଧିକ ତଥ୍ୟ ଜଣାପଡ଼ିବ ବୋଲି ଜଣେ ପୋଲିସ ଅଧିକାରୀ କହିଛନ୍ତି। ଏହି ବର୍ବର ଅତ୍ୟାଚାର ଆଦିମ ଯୁଗର ଜଙ୍ଗଲ ରାଜ୍‌କୁ ଟପିଯାଇଥିବା ରାଜ୍ୟ କଂଗ୍ରେସ ସଭାପତି ଜିତୁ ପଟଓ୍ବାରୀ କହିଛନ୍ତି। ଆଇନ ପ୍ରତି ଲୋକଙ୍କ ମନରେ ଭୟ ତୁଟିଗଲେ ଏଭଳି ଚରମ ଦୁଃସାହସ ଦେଖାଇଥାନ୍ତି। ମହିଳାଙ୍କ ପ୍ରତି ଅତ୍ୟାଚାର ଏଭଳି ସ୍ତରରେ ପହଞ୍ଚତ୍ଥିଲେ ମଧ୍ୟ ସରକାର ନୀରବଦ୍ରଷ୍ଟା ସାଜିଛନ୍ତି ବୋଲି ପଟଓ୍ବାରୀ ଏକ୍ସ’ରେ ଲେଖିଛନ୍ତି।
ସୂଚନାନୁଯାୟୀ, ମହିଳାଙ୍କର ୨୦ ଏବଂ ୨୨ ବର୍ଷ ବୟସର ୨ ପୁଅ ଅଛନ୍ତି। ଗାଁର ଏକ ବିବାହ ଉତ୍ସବରେ ଯୋଗଦେବା ଲାଗି ମହିଳା ଜଣଙ୍କ ଶୁକ୍ରବାର ସନ୍ଧ୍ୟାରେ ପଡ଼ୋଶୀ ହରିଙ୍କ ସହ ଘରୁ ବାହାରିଯାଇଥିଲେ। ବାହାଘର ଉତ୍ସବ ପରେ ବିଳମ୍ବିତ ରାତିରେ ହରି ମହିଳାଙ୍କୁ ନେଇ ନିଜ ଘରକୁ ଯାଇଥିଲେ। ସେଠାରେ ସୁନୀଲ ପହଞ୍ଚତ୍ବା ପରେ ତିନିହେଁ ମଦ ପିଇଥିଲେ। ପରେ ଅଭିଯୁକ୍ତ ଦ୍ୱୟ ମହିଳାଙ୍କୁ ବଳାତ୍କାର କରିବା ସହ ନିର୍ଯାତନା ଦେଇ ତାଙ୍କ ଗୁପ୍ତାଙ୍ଗକୁ ନଷ୍ଟ କରିଦେଇଥିଲେ। ଶନିବାର ସକାଳେ ୨ ପୁଅ ମହିଳାଙ୍କୁ ପଡ଼ୋଶୀଙ୍କ ଘର ନିକଟରେ ସଂଜ୍ଞାହୀନ ଅବସ୍ଥାରେ ପଡ଼ିଥିବା ଦେଖି ନିଜ ଘରକୁ ଆଣିଥିଲେ। ତେବେ ସେମାନେ କିମ୍ବା ଗ୍ରାମବାସୀ ଘଟଣା ସମ୍ପର୍କରେ ପୋଲିସକୁ ଜଣାଇ ନ ଥିଲେ। ଅପରାହ୍ନ ୨ଟା ସୁଦ୍ଧା ମହିଳାଙ୍କ ମୃତ୍ୟୁ ଘଟିବାରୁ ପୋଲିସକୁ ଖବର କରାଯାଇଥିଲା। ସକାଳେ ଖବର ପାଇଥିଲେ ଡାକ୍ତରୀ ଚିକିତ୍ସାକ୍ରମେ ମହିଳାଙ୍କ ଜୀବନ ବଞ୍ଚାଯାଇପାରିଥାନ୍ତା ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri