ପାଳ ଗଦା ନିଆଁରେ ମହିଳା ଜୀବନ୍ତ ଦଗ୍ଧ

ପାରାଦୀପ,୨୦।୧(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ପିପ୍ପଳ ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଘର ପଛ ପଟେ ରୋଷେଇ କଲା ବେଳେ ନିଆଁ ଲାଗି ପ୍ରଥମେ ପାଳ ଗଦା ଏବଂ ରୋଷେଇ ଘର ପୋଡି ଯାଇଛି। ସେଥିରେ ମହିଳା ଜଣକ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି। ମୃତ ମହିଳା ହେଲେ ରିନୀକୁମାରୀ ଦଳାଇ(୨୫)। ନିଆଁ ଲାଗିବା ଖବର ପାଇ କୁଜଙ୍ଗ ଅଗ୍ନିଶମ ବିଭାଗ ଗାଡି ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।ସେତେବେଳକୁ ମହିଳା ଜଣକ ପୋଡି ଯାଇଥିବା ଦେଖିବାକୁ ମିଳିଥିଲା।

ଖବର ଲକଥାନା ପୋଲିସ ପହଞ୍ଚି ଶବକୁ ଜବତ କରି ବିଜୁ ମେମୋରିଆଲ ହସ୍ପିଟାଲରେ ସଂରକ୍ଷିତ ରଖିଛି। ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି। ମୃତ ମହିଳାଙ୍କ ୭ ମାସର ଶିଶୁ ପୁତ୍ର ଓ ରୋଗାକ୍ରାନ୍ତ ଶ୍ବଶୁର ଏହି ନିଆଁରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ମହିଳାଙ୍କ ଶାଶୁ କର୍କଟ ରୋଗର ଆକ୍ରାନ୍ତ ଥିବାରୁ ସେ କଟକରେ ଚିକିତ୍ସିତ ହେଉଛନ୍ତି। ସେଠାରେ ସ୍ବାମୀ ନଣନ୍ଦ ଅଛନ୍ତି। ଏପରି ସମୟରେ ଅଗ୍ନିକାଣ୍ଡ ଯୋଗୁ ଘରର ବୋହୁ ଦଗ୍ଧ ହେବା ଘଟଣା ଗ୍ରାମରେ ଶୋକାକୂଳ ପରିସ୍ଥିତି ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri