୧୧ କେଭି ବିଦ୍ୟୁତ୍‌ ତାର ଲାଗି ଜୀବନ୍ତ ଜଳିଗଲେ ମହିଳା

କେନ୍ଦୁଝର,୧୫।୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ଅଧୀନ ରାମଚନ୍ଦ୍ରପୁର ଗ୍ରାମ ନିକଟ ଜଙ୍ଗଲରେ ଛେଳି ଚରାଇବାକୁ ଯାଇଥିବା ଜଣେ ମହିଳା ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜୀବନ୍ତ ଜଳି ଯାଇଛନ୍ତି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇଛି। ମୃତକ ହେଲେ ପୂର୍ଣ୍ଣମୀ ମହାନ୍ତ(୫୨)। ତାଙ୍କ ଘର ସ୍ଥାନୀୟ ରାମଚନ୍ଦ୍ରପୁର ଗ୍ରାମରେ। ତାଙ୍କର ସ୍ବାମୀ ଏବଂ ଦୁଇ ଝିଅ ଓ ପୁଅ ଅଛନ୍ତି ।

ଖବର ପାଇ ଗ୍ରାମବାସୀ ପହଞ୍ଚି ପୋଲିସ ଏବଂ ଦମକଳ ବିଭାଗକୁ ଖବର ଦେଇଥିଲେ। ପୋଲିସ ଏବଂ ଦମକଳ ବିଭାଗ ପହଞ୍ଚି ବିଦ୍ୟୁତ୍‌ ବିଭାଗ ସହାୟତାରେ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ଏନେଇ ପୋଲିସ ଏକ ମାମଲା(ନଂ.୧୪/୨୦୨୪) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।

ଅନ୍ୟପକ୍ଷେ ବିଦ୍ୟୁତ୍‌ ବିଭାଗର ଖାମଖିଆଲ ମନୋଭାବ ଯୋଗୁ ଏହି ଦୁର୍ଘଟଣା ଘଟିଥିବା ସ୍ଥାନୀୟ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ସୂଚନା ଯୋଗ୍ୟ, ପୂର୍ଣ୍ଣମୀ ରାମଚନ୍ଦ୍ରପୁର ଗ୍ରାମ ନିକଟ ଜଙ୍ଗଲକୁ ଛେଳି ଚରାଇବାକୁ ଯାଇଥିଲେ। ହେଲେ ଇନ୍‌ସୁଲେଟରରୁ ୧୧କେଭି ବିଦ୍ୟୁତ୍‌ ତାର ଛିଣ୍ଡି ତଳେ ପଡିଯାଇଥିଲା। ଏହା ଜାଣି ନ ପାରି ପୂର୍ଣ୍ଣମୀ ବିଦ୍ୟୁତ୍‌ ତାର ଉପରେ ପାଦ ପକାଇ ଦେଇଥିଲେ। ଫଳରେ ସେ ତାର ସଂସ୍ପର୍ଶରେ ଆସି ଜୀବନ ପୋଡି ଯାଇ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲ।

୧୧କେଭି ବିଦ୍ୟୁତ୍‌ ତାର ଛିଣ୍ଡି ପଡିଥିଲେ ହେଁ କର୍ମଚାରୀ ଜାଣି ନ ପାରିବା ବିଭାଗୀୟ କାର୍ଯ୍ୟ ଦକ୍ଷତା ପ୍ରତି ସ୍ଥାନୀୟ ଲୋକେ ପ୍ରଶ୍ନ କରିଛନ୍ତି। ଏପରି କି ବିଦ୍ୟୁତ୍‌ ତାର ଛିଣ୍ଡି ପଡିଲେ ଲାଇନ୍‌ ଟ୍ରିପ୍‌ ହୋଇ ବିଦ୍ୟୁତ୍‌ ବିଚ୍ଛେଦ ହୋଇଯିବା କଥା। ହେଲେ ଏହି କ୍ଷେତ୍ରରେ ଟ୍ରିପ ନ ଯିବା ଘଟଣା ତଦନ୍ତ ସପେକ୍ଷ ବୋଲି ଜନସାଧାରଣ ପ୍ରକାଶ କରିଛନ୍ତି। ଏନେଇ ଟାଟା ପାୱାର ଏସ୍‌ଡିଓ-୨ ଇଂ.ସନ୍ତୋଷ କୁମାର ପରିଡାଙ୍କୁ ପଚାରିବାରୁ ଘଟଣାର ତଦନ୍ତ ଚାଲିଛି। ତଦନ୍ତ ପରେ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ

ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି...

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

ଲୁରୁ ଗ୍ରାମରେ ପଡ଼ିନାହିଁ ବିକାଶର ପାଦଚିହ୍ନ

ପାରଳାଖେମୁଣ୍ଡି,୨୯ା୪ (ଗିରିଧାରୀ ପରିଛା): ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ଅନେକ ଯୋଜନା ବହୁ ଜାଗାରେ ପହଞ୍ଚି ପାରୁନାହିଁ। ଦୀର୍ଘ ବର୍ଷର ସ୍ଥାୟୀ ସରକାର...

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

୮ ଟଙ୍କାରେ ବିକିଥିଲେ, ୩୦ରେ କିଣୁଛନ୍ତିି

ରାମଚନ୍ଦ୍ରପୁର,୨୯ା୪(ଗଣେଶ୍ୱର ସା): ରାଜ୍ୟକୁ ଆଳୁ ଉତ୍ପାଦନ କ୍ଷେତ୍ରରେ ସ୍ବାବଲମ୍ବୀ କରିବାପାଇଁ ସରକାର ଉଦ୍ୟାନ ବିଭାଗ ଜରିଆରେ ଆଳୁ ମିଶନ କାର୍ଯ୍ୟକାରୀ କରିଛନ୍ତି। ମାତ୍ର ଏହା ଠିକ୍‌...

ବେକାରିଙ୍କ ମଧ୍ୟରେ ୮୩% ଯୁବପିଢ଼ି

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ଦେଶରେ ବେକାରି ସମସ୍ୟା ଚିନ୍ତାର ବିଷୟ ପାଲଟିଛି। ମାତ୍ର ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲଏ)ର ରିପୋର୍ଟ ଅନୁଯାୟୀ, ୨୦୨୨ରେ ଭାରତର ମୋଟ ବେକାରି ଜନସଂଖ୍ୟାରେ...

ଶସ୍ତା ହୋଇପାରେ ବିମାନ ଟିକେଟ୍‌

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ବେସାମରିକ ବିମାନ ଚଳାଚଳ କ୍ଷେତ୍ର ନିୟାମକ (ଡିଜିସିଏ) ବିମାନ ସେବା ପାଇଁ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛିି। ଏପ୍ରିଲ ୨୩ ରେ ଜାରି କରାଯାଇଥିବା...

ଭିକ୍ଷୁକମୁକ୍ତ ହୋଇପାରୁନି ସ୍ମାର୍ଟସିଟି

ଭୁବନେଶ୍ୱର,୨୯।୪ (ବନ୍ଦନା ସେଠୀ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଭିକାରୀ ଏବଂ ଯାଯାବର (ବଞ୍ଜାରା)ମୁକ୍ତ କରିବାକୁ ଅଭିଯାନ ଆରମ୍ଭ କରିଥିଲା ବିଏମ୍‌ସି। ଯଦିଓ ପୂର୍ବଭଳି ସବୁ ମନ୍ଦିର ଆଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri