ବାପଘରକୁ ଯିବା ପାଇଁ ସ୍ବାମୀଙ୍କୁ ମାଗିଲେ ଗାଡ଼ିଭଡ଼ା, ନ ଦେବାରୁ ସ୍ତ୍ରୀ ନେଲେ ଚରମ ନିଷ୍ପତ୍ତି

ପାଟଣା,୨୮ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଖଡ଼ିକାପଦା ପଞ୍ଚାୟତ ଗୋହିରା ସାହି ଜଙ୍ଗଲ ନିକଟରେ ଥିବା ମହୁଲ ଗଛରୁ ରବିବାର ସକାଳୁ ପାଟଣା ପୋଲିସ ଜଣେ ୧୯ ବର୍ଷୀୟା ବିବାହିତା ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି। ମୃତକ ଜଣକ ହେଉଛନ୍ତି ଉକ୍ତ ଗ୍ରାମର ବିଦ୍ୟାଧର ମୁଣ୍ଡାଙ୍କ ସ୍ତ୍ରୀ ଜାନକୀ। ଆତ୍ମହତ୍ୟାର ପ୍ରକୃତ କାରଣ ଜଣା ପଡ଼ି ନ ଥିବା ବେଳେ ଘଟଣାସ୍ଥଳରେ ପାଟଣା ଥାନାଧିକାରୀ ମାନସ କୁମାର ମହାକୁଡ଼ ଏସ୍‌ଆଇ ଲକ୍ଷ୍ମଣ ମାଝୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।
ବିଦ୍ୟାଧରଙ୍କ ସୂଚନା ଅନୁଯାୟୀ, ଜାନକୀ ବାପଘରକୁ ଯିବାକୁ ଗାଡ଼ିଭଡ଼ା ପାଇଁ ଟଙ୍କା ମାଗିବାରୁ ରବିବାର ଘରୁ ରାଗି ଚାଲି ଯାଇଥିଲେ। ଅନ୍ୟପକ୍ଷରେ ଜାନକୀଙ୍କ ମା’ ଅଭିଯୋଗ କରିଛନ୍ତି ଯେ, ତାଙ୍କର ଝିଅଙ୍କୁ ଯୋଜନା ବଦ୍ଧ ଭାବେ ହତ୍ୟା କରି ଗଛରେ ଝୁଲାଇ ଦେଇ ଆତ୍ମହତ୍ୟାର ରୂପ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

ଜଳାଶୟ ମାଟି କାମକୁ ନେଇ କଂଗ୍ରେସ – ବିଜେଡି ମୁହାଁମୁହିଁ: ପୌର ପରିଷଦ ଅଧ୍ୟକ୍ଷା, କାଉନସିଲର ପହଞ୍ଚିବା ପରେ ହଙ୍ଗାମା

ବଲାଙ୍ଗୀର, ୬।୬( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର କରଙ୍ଗାକଟା ଓ ନରସିଂହ ବନ୍ଧ ଆଡିରେ ଶନିବାର ସକାଳେ କଂଗ୍ରେସ ଓ ବିଜେଡି ମୁହାଁମୁହିଁ ହୋଇଛନ୍ତି। ବିଜେଡି…

ଭୟଙ୍କର ଦୁର୍ଘଟଣା :ବସ୍ ସହ ଲୁହାପଥର ବୋଝେଇ ଟ୍ରେଲର ଧକ୍କା

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : ଯୋଡା ଥାନା ଅନ୍ତର୍ଗତ ଏନ୍‌ଏଚ୍–୫୨୦ର ଲହଣ୍ଡା ନିକଟସ୍ଥ ରେଳୱେ ଅଣ୍ଡରପାସ୍‌ରେ ଏକ ଟ୍ରେଲର ଓ ଯାତ୍ରୀବାହୀ ବସ୍‌ ମଧ୍ୟରେ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri