ପୁଅର ଚାକିରି ପାଇଁ ଅର୍ଥ ହରାଇ ମହିଳାଙ୍କ ଆତ୍ମହତ୍ୟା

ବିଞ୍ଝାରପୁର,୧୨ା୧୨(ଡି.ଏନ.ଏ.): ପୁଅର ଚାକିରି କରାଇ ଦେବା ପାଇଁ ଜଣେ ଯୁବକଙ୍କୁ ଟଙ୍କା ଦେଇଥିଲେ ମା’। ହେଲେ ପୁଅର ଚାକିରି ହେଲାନି, ଟଙ୍କା ବି ଫେରି ପାଇଲେନି। ତେଣୁ ମାନସିକ ଚାପରେ ରହି ମା’ ଗୁରୁବାର ରାତିରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଯାଜପୁର ଜିଲା ବିଞ୍ଝାରପୁର ଥାନା ଚନ୍ଦ୍ରମୁଁ ପଞ୍ଚାୟତ ବାଣପୁର ଗ୍ରାମରେ ଏହି ଘଟଣା ଘଟିଛି। ପୋଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।
ଥାନାରେ ହୋଇଥିବା ଅଭିଯୋଗ ଅନୁସାରେ, ଚନ୍ଦ୍ରମୁଁ ଗ୍ରାମର ସୁବାସ ଧଳଙ୍କ ସ୍ତ୍ରୀ ମାଳତୀଙ୍କଠାରୁ ବାଣପୁର ଗ୍ରାମର ପ୍ରକାଶ କୁମାର ପୁହାଣ ଟଙ୍କା ଓ ସୁନାଗହଣା ନେଇଥିଲେ। ବହୁଦିନ ପର୍ଯ୍ୟନ୍ତ ପୁଅର ଚାକିରି କରାଇ ନ ଦେବାରୁ ମାଳତୀ ବାରମ୍ବାର ପ୍ରକାଶଙ୍କ ଘରକୁ ଯାଇ ଟଙ୍କା ଫେରସ୍ତ ମାଗିଥିଲେ। ଫଳରେ ଏହାକୁ ନେଇ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଗତ ମାସ ୨୦ ତାରିଖରେ ଗ୍ରାମବାସୀଙ୍କ ମଧ୍ୟସ୍ଥତାରେ ପ୍ରକାଶ ଏକ ଚୁକ୍ତିପତ୍ର ଲେଖି ୨୭ ତାରିଖ ମଧ୍ୟରେ ଟଙ୍କା ଦେବେ ବୋଲି ସମୟ ନେଇଥିଲେ। ତେବେ ୨୭ ତାରିଖ ପରେ ମଧ୍ୟ ପ୍ରକାଶ ଟଙ୍କା ଦେଇ ନ ଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ତିକ୍ତତା ଲାଗି ରହିଥିଲା। ଗୁରୁବାର ସନ୍ଧ୍ୟାରେ ମାଳତୀ ଟଙ୍କା ମାଗିବା ପାଇଁ ଯାଇଥିବାବେଳେ ପ୍ରକାଶ ଗାଳିଗୁଲଜ କରିବାସହ ଟଙ୍କା ମାଗିବାକୁ ଆସିଲେ ତୁମ ପରିବାରକୁ ଜୀବନରୁ ମାରିଦେବି ବୋଲି ଧମକ ଦେଇଥିଲେ। ଏହି କଥାକୁ ନେଇ ମାଳତୀ ମାନସିକ ଚିନ୍ତାରେ ଥିଲେ। ଏପରି କି ରାତିରେ ଖାଇନଥିଲେ। ପରିବାର ଲୋକେ ସମସ୍ତେ ଶୋଇବା ପରେ ମାଳତୀ ରୋଷେଇ ଘର ପିଲରରେ ଆତ୍ମହତ୍ୟା କରିଥିବା ତାଙ୍କ ପୁଅ ଶୁଭକାନ୍ତ ଧଳ ବିଞ୍ଝାରପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏସ୍‌ଆଇ କଣ୍ଡୁରୀ ଚରଣ ଦାସ ଓ ଅନାମିକା ଥାଟୋଇ ପହଞ୍ଚି ତଦନ୍ତ କରିଛନ୍ତି। ତଦନ୍ତ ବେଳେ ମାଳତୀଙ୍କଠାରୁ ଏକ ସୁଇସାଇଡ୍‌ ନୋଟ୍‌ ମିଳିଥିଲା। ଯେଉଁଥିରେ ଲେଖାଯାଇଥିଲା ଯେ, ମୋର ମୃତ୍ୟୁ ପାଇଁ ପ୍ରକାଶ ଦାୟୀ। ପୋଲିସ ତାହାକୁ ଜବତ କରି ଅଧିକ ତଦନ୍ତ ଚଳାଇବା ସହ ୩୫୫/୨୦ନମ୍ବରରେ ଏକ ମାମଲା ରୁଜୁ କରିଛି। ପ୍ରକାଶଙ୍କୁ ଥାନାରେ ଅଟକ ରଖାଯାଇ ପଚରାଉଚରା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri