ଶ୍ୱଶୁର ଘରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ, କାରଣ ଜାଣିଲେ ହେବେ…

ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା ଅନ୍ତର୍ଗତ ବାସୁଦେବନଗର ତୃତୀୟ ଲାଇନରେ । ଜଣେ ମହିଳା ତାଙ୍କ ଶାଶୁଘରେ ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ତାଙ୍କୁ ପ୍ରଥମେ ଉଦ୍ଧାର କରାଯାଇ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯିବା ପରେ ଭୁବନେଶ୍ବର ସ୍ଥାନାନ୍ତରିତ କରାଯାଇଛି ।

ଗୁରୁତର ଜଣଙ୍କ ହେଲେ କାଳି ପ୍ରସାଦ ମିଶ୍ରଙ୍କ ସ୍ତ୍ରୀ’ ରାଜଲଷ୍ମୀ ମିଶ୍ର(୨୪)। ତାଙ୍କ ଶରୀରର ଶତକଡା ୭୫ଭାଗ ପୋଡି ଯାଇଛି ।ପୋଲିସ ଉପସ୍ଥିତିରେ ଡାକ୍ତରଦଳ ଆହତ ମହିଳାଙ୍କ ମୃତ୍ୟୁକାଳୀନ ଜମାନବନ୍ଦୀ ରେକର୍ଡ କରିଛି । ଗୋଟିଏ ପଟେ ମହିଳା ଜଣଙ୍କ ମୃତ୍ୟୁ ସହ ସଂଗ୍ରାମ କରୁଥିବା ବେଳେ ଏମକେସିଜି ମେଡିକାଲରେ ବର୍ଣ୍ଣ କେୟାର ୟୁନିଟ ନଥିବାରୁ ତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଛି । ପୋଲିସ ଘଟଣା ସ୍ଥଳକୁ ଯାଇ ପାରିପାର୍ଶିକ ସ୍ଥିତି ଯାଞ୍ଚ କରୁଛି।

ଅନ୍ୟପଟେ ସାଇଣ୍ଟିଫିକ ଟିମ ସେଠାରେ ପହଞ୍ଚି, ମହିଳାଙ୍କ ଦରପୋଢ଼ା ଶାଢ଼ୀ, ଚୁଟି, କାଚ , ପେଟ୍ରୋଲ ବୋତଲ, ଦିଆସିଲ ଇତ୍ୟାଦି ଜୈବ ନମୁନା ସଂଗ୍ରହ କରି ତଦନ୍ତ କରୁଛି। ଘରୋଇ ଅଶାନ୍ତିରୁ ମହିଳା ଜଣଙ୍କ ଏଭଳି ଭାବେ ଆତ୍ମହତ୍ୟା ଉଦ୍ୟମ କରିଥିବା ପୋଲିସ ସନ୍ଦେହ କରୁଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ, ଭଞ୍ଜନଗର ବିଧାୟକ….

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଡିହପଢାଳ ଠାରେ ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଅଗଷ୍ଟ ୩୦ରେ ମନ କି ବାତ୍ କାର୍ଯ୍ୟକ୍ରମ, ବୁଥ୍‌ସ୍ତରରେ କାର୍ଯ୍ୟକ୍ରମକୁ ସୁଦୃଢ଼ କରିବାକୁ ଗୁରୁତ୍ୱ

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟ ‘ମନ କି ବାତ’ କାର୍ଯ୍ୟକ୍ରମକୁ ନେଇ ଏକ କର୍ମଶାଳା…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri