ସ୍ୱାମୀଙ୍କ ଅତ୍ୟାଚାର ସହି ନ ପାରି ଶେଷରେ ବିଷ ପିଇଦେଲେ ସ୍ତ୍ରୀ! ମା’ ଛେଉଣ୍ଡ ହୋଇଗଲା ଛୋଟ ଛୁଆ

ଲାଞ୍ଜିଗଡ଼, ୨୭।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ କାଣ୍ଡଗୁଡ଼ା ଗ୍ରାମରେ ଘରୋଇ କଳହରୁ ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା କରିଥିବା ବେଳେ, ଅତ୍ୟାଚାର ଅଭିଯୋଗରେ ପୋଲିସ ସ୍ୱାମୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ମୃତ ମହିଳା ଜଣକ ରାମଦେଇ ମାଝୀ (୨୬) ଏବଂ ଗିରଫ ସ୍ୱାମୀ ସନ୍ତୋଷ ମାଝୀ (୨୮)।

ସୂଚନା ଅନୁଯାୟୀ, ସନ୍ତୋଷ ଓ ରାମଦେଇ ପ୍ରାୟ ୮-୯ ବର୍ଷ ପୂର୍ବେ ପ୍ରେମ ବିବାହ କରିଥିଲେ ଏବଂ ତାଙ୍କର ଗୋଟିଏ ସନ୍ତାନ ଅଛି। ଗତ ୨୨ ତାରିଖ ଦିନ ଉଭୟଙ୍କ ମଧ୍ୟରେ କୌଣସି କାରଣରୁ ପାଟିତୁଣ୍ଡ ହେବାରୁ ରାମଦେଇ ବିଷପାନ କରିଦେଇଥିଲେ। ପ୍ରଥମେ ତାଙ୍କୁ ଲାଞ୍ଜିଗଡ଼ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର, ପରେ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟ ଏବଂ ଅବସ୍ଥା ଗୁରୁତର ହେବାରୁ ବୁର୍ଲାକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ନ ଆସିବାରୁ ତାଙ୍କୁ ଘରକୁ ଫେରାଇ ଅଣାଯାଇଥିବା ବେଳେ ବୁଧବାର ଦିନ ତାଙ୍କର ମୃତ୍ୟୁ ଘଟିଥିଲା।

ମୃତ୍ୟୁ ଖବର ପାଇ ରାମଦେଇଙ୍କ ଭାଇ ରାଜୁ ମାଝୀ ବିଜେପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ବିଜେପୁର ଥାନାଧିକାରୀ ତୁଳସୀରାମ ଶବର ପୋଲିସ ସହ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲେ। ଗୁରୁବାର ସକାଳେ ଶବ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।

ଅପରପକ୍ଷରେ ସ୍ତ୍ରୀଙ୍କୁ ଅତ୍ୟାଚାର କରିବା ଅଭିଯୋଗରେ ସ୍ୱାମୀ ସନ୍ତୋଷକୁ ପୋଲିସ ଘରୁ ଆଣି ପଚରାଉଚୁରା କରିବା ପରେ ଗିରଫ କରିଥିଲା। ବିଜେପୁର ଥାନା କେସ୍ ନଂ ୩୦/୨୬, ଭାରତୀୟ ନ୍ୟାୟ ସଂହିତା (BNS)ର ଧାରା ୧୦୮ ଅନୁଯାୟୀ ମାମଲା ରୁଜୁ କରାଯାଇ ସନ୍ତୋଷକୁ ଗୁରୁବାର ସନ୍ଧ୍ୟାରେ କୋର୍ଟ ଚାଲାଣ କରାଯାଇଥିବା ନେଇ ଥାନାଧିକାରୀ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନେରେଡ଼ି ପ୍ରକଳ୍ପକୁ ନେଇ ବିଜେଡିର ଉଦ୍‌ବେଗ: ଜମି ଅଧିଗ୍ରହଣ ପୂର୍ବରୁ ପ୍ରଭାବିତଙ୍କ ସହ ଆଲୋଚନା ଦାବି

ପାରଳାଖେମୁଣ୍ଡି, ୨୭।୮(ଗିରିଧାରୀ ପରିଚ୍ଛା): ନେରେଡ଼ି ବ୍ୟାରେଜ୍ ପ୍ରକଳ୍ପ ପାଇଁ ଗଜପତି ଜିଲା କାଶୀନଗର ତହସିଲ ଅଞ୍ଚଳରେ ପ୍ରାୟ ୧୦୬ ଏକର ଜମି ଅଧିଗ୍ରହଣ ପ୍ରସ୍ତୁତିକୁ ନେଇ ବିଜୁ…

ରାତିର ସୁଯୋଗ ନେଇ ଘରେ ପଶି ମହିଳାଙ୍କୁ ଅସଦାଚରଣ, ଅଭିଯୁକ୍ତକୁ ଧରି ଜେଲ୍ ପଠାଇଲା ଆନନ୍ଦପୁର ପୋଲିସ!

ବଞ୍ଚୋ, ୨୭।୮ (ପ୍ରଦୋଷ ବିଶ୍ୱାଳ): ଘରେ ପଶି ଜଣେ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଆନନ୍ଦପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

ନିଟ୍‌ କୃତକାର୍ଯ୍ୟ ସୁଦାମଙ୍କୁ ସହାୟତା

ବଞ୍ଚୋ,୨୭ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଘଷିପୁରା ବ୍ଲକ୍‌ ଶାମୁକାନେଣ୍ଡି ପଞ୍ଚାୟତର ନିଟ୍‌ରେ କୃତକାର୍ଯ୍ୟ ହୋଇଥିବା ସୁଦାମ ହାଁସଦାଙ୍କୁ ଭାଜପା ନେତା ସହାୟତା କରିଛନ୍ତି। ସୁଦାମ ଶୁକ୍ରବାର ନାମ…

ସାକ୍ଷୀଗୋପାଳରେ ଆଜିବି ବଞ୍ଚିଛି ଶହ ଶହ ବର୍ଷର ନଡ଼ିଆ ଲଢ଼େଇ ପରମ୍ପରା, ଗହ୍ମାପୂର୍ଣ୍ଣମୀରେ…

ସାକ୍ଷୀଗୋପାଳ, ୨୭।୮ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ଅଞ୍ଚଳରେ ନଡିଆ ଲଢେଇ ପ୍ରତିଯୋଗିତା ଏକ ନିଆରା ପରମ୍ପରା ଭାବରେ ଶହ ଶହ ବର୍ଷ…

ଶାଶୁ, ନଣଦେଇଙ୍କ ନାଁରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ବିଧବା ମହିଳା

ଛତ୍ରପୁର,୨୭।୮(ଦିଲ୍ଲୀପ ସାମଲ): ଜଣେ ବିଧବା ମହିଳା ନିଜ ଶାଶୁ ଓ ନଣଦେଇଙ୍କ ନାଁରେ ଯୌତୁକ ଏବଂ ଶାରୀରିକ ନିର୍ଯାତନା ଦେଉଥିବା ନେଇ ଛତ୍ରପୁର ଥାନାରେ ଏକ ଲିଖିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri