Posted inଜାତୀୟ

ଜବତ ହୋଇଥିବା ଚୋରି ସାମଗ୍ରୀ ବିକି ଦେଉଥିଲେ ମହିଳା ପୋଲିସ

ପାଲଘର,୫।୯: ଚୋରି ମାମଲାରେ ଜବତ ହୋଇଥିବା ସାମଗ୍ରୀକୁ ବିକ୍ରି କରିବା ଅଭିଯୋଗରେ ଜଣେ ମହିଳା ପୋଲିସ କନଷ୍ଟେବଳଙ୍କୁ ଗିରଫ କରାଯାଇଛି। ଏଭଳି ଘଟଣା ଘଟିଛି ମହାରାଷ୍ଟ୍ରର ପାଲଘର ଜିଲାର ଭସାଇ ଥାନାରେ।

ଭସାଇ ପୋଲିସ ଦ୍ୱାରା ଜବତ ହୋଇଥିବା ଚୋରି ସାମଗ୍ରୀକୁ ହେଫାଜତରେ ରଖିବା ଦାୟିତ୍ୱରେ ଥିଲେ କନଷ୍ଟେବଳ ମଙ୍ଗଳ ଗାଏକ୍ୱାଡ। ଜବତ ହୋଇଥିବା ସମସ୍ତ ସାମଗ୍ରୀକୁ ସ୍କ୍ରାପ ଡିଲରଙ୍କ ସହାୟତାରେ ସେ ବିକି ଦେଉଥିଲେ। ଦୀର୍ଘ ୬ ବର୍ଷ ହେଲା ଏଭଳି କରି ୨୬ ଲକ୍ଷ ଆୟ କରିଥିଲେ ବୋଲି ବରିଷ୍ଠ ପୋଲିସ ଅଧିକାରୀ କଲ୍ୟାନ କାର୍ପେ କହିଛନ୍ତି। କିନ୍ତୁ ଜବତ ହୋଇଥିବା ଚୋରି ସାମଗ୍ରୀର ଅଡିଟ୍‌ ବେଳେ ଗାଏକ୍ୱାଡଙ୍କ କାରନାମା ସାମ୍ନାକୁ ଆସିଥିଲା। ଘଟଣାର ତଦନ୍ତ ପରେ ଗାଏକ୍ୱାଡଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ରେ ମେସିଙ୍କ ରେକର୍ଡ, ନକ୍‌ଆଉଟ୍‌ରେ ପହଞ୍ଚିଲା ଆର୍ଜେଣ୍ଟିନା

ଆର୍ଲିଟନ,୨୩ା୬: ଲିଓନେଲ ମେସିଙ୍କ ରେକର୍ଡ ଡବଲ ଗୋଲ ବଳରେ ଖେଳାଯାଇଥିବା ଗ୍ରୁପ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୦ ଗୋଲରେ ଅଷ୍ଟ୍ରିଆକୁ ପରାସ୍ତ କରିଛି। ଏହି ବିଜୟ ସହ ଡିଫେଣ୍ଡିଂ…

ହତ୍ୟା ରହସ୍ୟ ଉନ୍ମୋଚିତ: ଏହି କାରଣରୁ ମହିଳାଙ୍କୁ ଜୀବନରୁ ମାରିଦେଇଥିଲେ ରମାକାନ୍ତ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଶମ ପ୍ରଶାଖା ଛକ କେନାଲ ଘାଟ ନିକଟର ରବିବାର ଉଦ୍ଧାର ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚିତ ହୋଇଛି। ମୃତ…

ଚନ୍ଦ୍ରିକା ମୃତ୍ୟୁ ମାମଲା: ୨ ଦିନିଆ ରିମାଣ୍ଡରେ ଗଲେ ବୟଫ୍ରେଣ୍ଡ ଭୀମସେନ

ବାରଙ୍ଗ,୨୩।୬: ବାରଙ୍ଗ ଥାନା ପୋଲିସ ମଙ୍ଗଳବାର ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଗିରଫ OAS ବୟଫ୍ରେଣ୍ଡ ଭୀମସେନ ଟୁଡୁଙ୍କୁ ୨ ଦିନିଆ ରିମାଣ୍ଡରେ ଆଣିଛି। ପୋଲିସ ଭୀମସେନଙ୍କୁ ୩…

ଆକ୍ସନ ମୋଡ୍‌ରେ ପୋଲିସ: ବିପୁଳ ଦେଶୀମଦ ଜବତ

ଦାରିଙ୍ଗବାଡି, ୨୩।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପୋଲିସ ପକ୍ଷରୁ ବସଷ୍ଟାଣ୍ଡ ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣର ମହୁଲ ପୋଚ ଜବତ ଓ ତାକୁ…

ଘର କାମ କରୁଥିଲେ ଶୋଭାରାଣୀ, ଲାଗିଲା କରେଣ୍ଟ୍‌: ଆଉ ତା’ପରେ..

ଖଇରା,୨୩।୬(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ମହାତିପୁର ପଞ୍ଚାୟତ ଅଧୀନ ଚକ ଗ୍ରାମର ବୈକୁଣ୍ଠ ସାମଲ (୩୫)ଙ୍କ ପତ୍ନୀ ଶୋଭାରାଣୀ ମଙ୍ଗଳବାର ବିଦ୍ୟୁତ ସଂସ୍ପର୍ଶରେ…

ବେକ କାଟି ବାପାଙ୍କୁ ହତ୍ୟା କଲା ପୁଅ

ଟେନସା, ୨୩।୬ (ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲାର ଟେନସା ଫାଣ୍ଡି ଅନ୍ତର୍ଗତ ବରସୁଆଁ ବସ୍ତିରେ  ମଙ୍ଗଳବାର ସକାଳେ ଘରୋଇ କଳହକୁ କେନ୍ଦ୍ରକରି ଏକ ହୃଦୟବିଦାରକ ଘଟଣା…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା: ଧାନବିକ୍ରି ଟୋକନ ଦାବିରେ ଗର୍ଜିଲେ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ)- ଖରିଫ ଚାଷକାର୍ଯ୍ୟ ସମୟ ଆସି ଯାଇଛି। ହେଲେ ବରଗଡ଼ ଜିଲାର ଚାଷୀମାନେ ଏପର୍ଯ୍ୟନ୍ତ ରବିରେ ଅମଳ ଧାନ ବିକ୍ରି କରି ପାରି ନାହାଁନ୍ତି ।…

ପୁଣି ଘୁଞ୍ଚିଲା OTET ପରୀକ୍ଷା: ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,୨୩।୬: ପୁଣି ଘୁଞ୍ଚିଲା OTET ପରୀକ୍ଷା। ଜୁନ୍‌ ୨୮ରେ ହେବାକୁ ଥିବା OTET ପରୀକ୍ଷା ତାରିଖ ଘୁଞ୍ଚାଯାଇଛି। ଜୁନ ୨୮ ବଦଳରେ ଜୁଲାଇ ୫ରେ ହେବ ପରୀକ୍ଷା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri