ଗୁଣପୁରରେ ମହିଳାଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ

ଗୁଣପୁର,୧୫।୧୧(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଥାନା ଅନ୍ତର୍ଗତ ହାଉସିଂ ବୋର୍ଡ କଲୋନୀରେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଘଟଣା ସାମ୍ନାକୁ ଆସିଛି।

ମିଳିଥିବା ସୂଚନା ଅନୁସାରେ, ହାଉସିଂ ବୋର୍ଡ କଲୋନୀର ବୈଜୟନ୍ତୀ ମାଳା ପଟ୍ଟନାୟକଙ୍କୁ ଶେଖର ନଗର ଅଞ୍ଚଳର ଟୁକୁନା ଗୌଡ଼ ନାମକ ଯୁବକ ଏକ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ଲହୁ ଲୁହାଣ କରି ଦେଇଥିବା ଅଭିଯୋଗ ହୋଇଛି । ଆକ୍ରମଣ ପରେ ଅଭିଯୁକ୍ତ ଯୁବକ ଜଣକ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିବା ଜଣାପଡ଼ିଛି । ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ମହିଳାଙ୍କୁ ଉଦ୍ଧାର କରି ଗୁଣପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି । ସେଠାରେ ତାଙ୍କର ଚିକିତ୍ସା ଜାରି ରହିଛି । ତେବେ କେଉଁ କାରଣରୁ ଏଭଳି କାଣ୍ଡ ଘଟିଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇପାରିନାହିଁ । ଗୁଣପୁର ଆଦର୍ଶ ଥାନା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

 

Dharitri – Odisha’s No.1 Odia Daily

Share