ଚୁଟି କାଟିଲେ, ହିଜାବ ଜାଳିଲେ ମହିଳା

ତେହରାନ୍‌,୨୦ା୯: ହିଜାବ ନ ପିନ୍ଧିବାରୁ ମୁସ୍‌ଲିମ୍‌ ଦେଶ ଇରାନର ୨୨ ବର୍ଷୀୟା ଯୁବତୀ ମାହ୍‌ସା ଆମିନିଙ୍କ ମୃତ୍ୟୁ ଘଟଣାରେ ଆନ୍ଦୋଳନ ତୀବ୍ର ହୋଇଛି। ଶତାଧିକ ମହିଳା ରାସ୍ତାକୁ ଓହ୍ଲାଇ ଆମିନଙ୍କ ପାଇଁ ନ୍ୟାୟ ଦାବି କରିଛନ୍ତି। ଏପରିକି ଆନ୍ଦୋଳନକାରୀ ସେମାନଙ୍କ ଚୁଟି କାଟିବା ସହ ସର୍ବସମ୍ମୁଖରେ ହିଜାବକୁ ଜାଳିଛନ୍ତି। କୌଣସି ମୁସ୍‌ଲିମ ଦେଶରେ ଏପରି ହିଜାବକୁ ଜାଳିବା ଘଟଣା ବିରଳ। ଏପରି କରି ମୁସ୍‌ଲିମ ମହିଳାଙ୍କ ଉପରେ ହେଉଥିବା ଦମନ ଲୀଳାକୁ ସେମାନେ ସାମ୍‌ନାକୁ ଆଣିଛନ୍ତି।
ଆଇନରେ ମହିଳାମାନେ ସର୍ବସାଧାରଣ ସ୍ଥାନରେ ହିଜାବ ପିନ୍ଧିବା ବାଧ୍ୟତାମୂଳକ। ଉକ୍ତ ଆଇନକୁ କାର୍ଯ୍ୟକାରୀ କରୁଥିବା ପୋଲିସ ଗତ ମଙ୍ଗଳବାର ତେହରାନରେ ମାହସା ଅମିନିଙ୍କୁ ଗିରଫ କରିଥିଲା। ତାଙ୍କୁ ବଳପୂର୍ବକ ଗାଡ଼ିରେ ବସାଇ ନିଆଯାଉଥିବାର ଭିଡିଓ ସାମ୍‌ନାକୁ ଆସିଥିଲା। ଏହା ପରେ ସେ କୋମାକୁ ଚାଲିଯାଇଥିଲେ। ପୋଲିସ ହେପାଜତରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହାକୁ ନେଇ ଇରାନ୍‌ରେ ଆନ୍ଦୋଳନ ମୁଣ୍ଡ ଟେକିଛି। ମହିଳାମାନେ ସରକାର ବିରୋଧୀ ନାରା ଦେଇ ରାଜରାସ୍ତାକୁ ଓହ୍ଲାଇଛନ୍ତି। ଆନ୍ଦୋଳନକାରୀଙ୍କୁ ରୋକିବା ଲାଗି ସୋମନଙ୍କ ଉପରେ ଲୁହବୁହା ଗ୍ୟାସ୍‌ ପ୍ରୟୋଗ କରାଯାଉଛି। ଏହାର ଭିଡିଓ ସୋସିଆଲ ମିଡିଆରେ ବହୁଳ ପ୍ରସାରିତ ହେବାରେ ଲାଗିଛି


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri