ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣେ ବ୍ୟକ୍ତିଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଆଉ ୪ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ପନ୍ତିଖାଡ଼ି ଗ୍ରାମର ସନ୍ତୋଷ ଗୌଡ଼। ଆହତମାନଙ୍କ ମଧ୍ୟରେ ସନ୍ତୋଷଙ୍କ ସ୍ତ୍ରୀ ଓ ଝିଅ ଥିବାବେଳେ ଅନ୍ୟ ଦୁଇଜଣ ସାନକୋଦଣ୍ଡା ଗ୍ରାମର ବୋଲି ଜଣାପଡ଼ିଛି।

ସୂଚନା ଅନୁଯାୟୀ, ସନ୍ତୋଷ  ସ୍ତ୍ରୀ ଓ ଝିଅଙ୍କୁ ନେଇ ଶ୍ୱଶୁରଘର ବାହାଡ଼ାପଦରକୁ ଯାଇଥିଲେ। ଶୁକ୍ରବାର ସନ୍ଧ୍ୟାରେ ସେମାନେ ବାଇକ୍‌ ଯୋଗେ ନିଜ ଗ୍ରାମକୁ ଫେରୁଥିବା ବେଳେ ଯୋଗୀମାରି ପାଣିଟାଙ୍କି ନିକଟରେ ବିପରୀତ ଦିଗରୁ ଆସୁଥିବା ଅନ୍ୟ ଏକ ବାଇକ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଅନ୍ୟ ବାଇକ୍‌ରେ ସାନକୋଦଣ୍ଡା ଗ୍ରାମର ଦୁଇଜଣ ଯୁବକ ଥିଲେ।

ଦୁର୍ଘଟଣାରେ ସନ୍ତୋଷ ଗୌଡ଼ଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଅନ୍ୟ ଚାରିଜଣ ଆହତଙ୍କୁ ଉଦ୍ଧାର କରାଯାଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେମାନଙ୍କର ଚିକିତ୍ସା ଜାରି ରହିଛି। ଖବର ପାଇ ଭଞ୍ଜନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ଦୁର୍ଘଟଣାର କାରଣ ନେଇ ତଦନ୍ତ ଆରମ୍ଭ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

RBIର ବଡ଼ ଘୋଷଣା: UPI ଓ QR କୋଡ ବ୍ୟବହାରକାରୀ ସାବଧାନ! ୧୫ ସେପ୍ଟେମ୍ବରରୁ ବ୍ଲକ ହୋଇଯିବ ଆକାଉଣ୍ଟ

ନୂଆଦିଲ୍ଲୀ: ଯଦି ଆପଣ ଜଣେ ଛୋଟ ବ୍ୟବସାୟୀ ଏବଂ ଦୋକାନରେ QR କୋଡ କିମ୍ବା UPI ମାଧ୍ୟମରେ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ ଏହି ଖବର ଆପଣଙ୍କ…

ଦିଲ୍ଲୀ ଆସିବା ପୂର୍ବରୁ ଭାରତର ଖୁବ ପ୍ରଶଂସା କଲା ଇରାନ, କହିଲା…

ତେହରାନ,୮।୯: ବ୍ରିକ୍ସ ଶିଖର ସମ୍ମିଳନୀ ପାଇଁ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନଙ୍କ ନୂଆଦିଲ୍ଲୀ ଗସ୍ତ ପୂର୍ବରୁ, ତେହରାନ ଭାରତ ସହିତ ଏହାର ସମ୍ପର୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ: ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ

ଭଞ୍ଜନଗର,୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି ସୋମବାର ଭଞ୍ଜନଗର ଗସ୍ତରେ ଆସିଥିବା ସମୟରେ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି…

ନୋରାଙ୍କ ବିରୋଧରେ ୩ କୋଟି ଟଙ୍କାର ମାନହାନି ମାମଲା, ଭିଡିଓ ଶେୟାର କରିବା ପଡିଲା ମହଙ୍ଗା!

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତଥା ଡ୍ୟାନ୍ସର ନୋରା ଫତେହି ପୁଣିଥରେ ଆଇନଗତ ବିବାଦରେ ଫସିଛନ୍ତି। ଗୁଜରାଟର ଗାନ୍ଧୀନଗର ଅଦାଲତରେ ନୋରାଙ୍କ ବିରୋଧରେ ୩ କୋଟି ଟଙ୍କାର ସିଭିଲ…

ସରକାରୀ କର୍ମଚାରୀଙ୍କ ବଢ଼ିବ ଦରମା! ସାମ୍ନାକୁ ଆସିଲା ୮ମ ବେତନ ଆୟୋଗର ନୂଆ ଅପଡେଟ୍

ନୂଆଦିଲ୍ଲୀ,୮।୯: କେନ୍ଦ୍ରୀୟ କର୍ମଚାରୀ ଓ ପେନସନ୍‌ଭୋଗୀଙ୍କ ପାଇଁ ୮ମ ବେତନ ଆୟୋଗର ଆଲୋଚନା ଜୋରଦାର ହୋଇଛି। ଆୟୋଗ ୭ ଓ ୮ ସେପ୍ଟେମ୍ବରରେ ଚେନ୍ନାଇରେ କର୍ମଚାରୀ ସଂଗଠନ,…

ଗୁଣପୁର ବଂଶଧାରାରେ ଦ୍ୱିତୀୟ ସେତୁ ପାଇଁ ଦାବି ଜୋରଦାର: ମନ୍ତ୍ରୀଙ୍କୁ ସ୍ମାରକପତ୍ର…

ଗୁଣପୁର, ୮।୯ (ସୁଜାତା ପାଢ଼ୀ): ଗୁଣପୁର ବଂଶଧାରା ନଦୀ ଉପରେ ଦ୍ୱିତୀୟ ସେତୁ ନିର୍ମାଣ ଦାବିରେ ରାଜ୍ୟ ସରକାରଙ୍କ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

ରାହୁଲ ଗାନ୍ଧୀଙ୍କୁ ବଡ଼ ଝଟକା ଦେଲେ ହାଇକୋର୍ଟ, ପିଏମ୍‌ ମୋଦିଙ୍କୁ ନେଇ…

ନୂଆଦିଲ୍ଲୀ, ୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ମନ୍ତବ୍ୟକୁ ନେଇ ଚାଲିଥିବା ମାନହାନି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ବଡ଼ ଝଟକା ଲାଗିଛି। ମଙ୍ଗଳବାର (ସେପ୍ଟେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri