ସ୍ତ୍ରୀଙ୍କ ମୁଣ୍ଡକୁ ପଥରରେ ଛେଚି ଦେଲେ

ଝାରସୁଗୁଡ଼ା ଅଫିସ,୪ା୧୦: ଝାରସୁଗୁଡ଼ା ଜିଲା କୋଲାବିରା ଥାନା ଗୁଚ୍ଛାପାଲି ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ଜଣେ ଯୁବକ ତାଙ୍କର ସ୍ତ୍ରୀଙ୍କ ମୁଣ୍ଡକୁ ପଥରରେ ଛେଚି ହତ୍ୟା କରିଛନ୍ତି। ମୃତ ମହିଳା ହେଲେ ସୁନିତା ବେହେରା (୨୩)। ପୋଲିସ ପହଞ୍ଚତ୍ ମୃତଦେହ ଜବତ କରିଛି। ମଙ୍ଗଳବାର ମୃତଦେହ ବ୍ୟବଚ୍ଛେଦ କରାଯିବ ବୋଲି ତଦନ୍ତକାରୀ ଆଇଆଇସି ସୁକୁମାର ତ୍ରିପାଠୀ କହିଛନ୍ତି। ସୁନିତାଙ୍କ ବାପା ଜୀବର୍ଦ୍ଧନ ବେହେରାଙ୍କ ଅଭିଯୋଗକୁ ଭତ୍ତି କରି କୋଲାବିରା ଥାନା ପୋଲିସ ଦଫା ୩୦୨ରେ ଏକ ହତ୍ୟା ମାମଲା (ନଂ.୧୪୩/୨୧) ରୁଜୁ କରି ଅଧିକ ତଦନ୍ତ ଚଳାଇଛି। ପୋଲିସ ହତ୍ୟାକାରୀ ସ୍ବାମୀ ରମେଶ ଡନସନା(୨୭)ଙ୍କୁ ଗିରଫ କରିଛି।

୩ ବର୍ଷ ତଳେ ସମ୍ବଲପୁର ଜିଲା ସିନ୍ଦୂରପଙ୍କ ଥାନା ଦଣ୍ଡେଇପାଲି ଗ୍ରାମର ଜୀବର୍ଦ୍ଧନ ବେହେରାଙ୍କ ଝିଅ ସୁନିତାଙ୍କ ସହିତ ଗୁଚ୍ଛାପାଲି ଗ୍ରାମର ରମେଶଙ୍କ ବିବାହ ହୋଇଥିଲା। ବିବାହ ସମୟରେ ସୁନିତାଙ୍କ ଶ୍ୱଶୁର ଘର ଲୋକେ ଏକ ବାଇକ୍‌ ଯୌତୁକ ଦାବି କରିଥିଲେ। ହେଲେ ଝିଅଙ୍କ ବାପା ଏଥିପାଇଁ ଅକ୍ଷମତା ପ୍ରକାଶ କରିଥିଲେ। ଏଥିରେ ପୁଅଘର ଲୋକେ ସହମତି ପ୍ରକାଶ କରି ବିବାହ କରିଥିଲେ। ପରେ ରମେଶ ବାଇକ୍‌ ଦାବି କରି ସ୍ତ୍ରୀ ସୁନିତାଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିଲେ। ଏପରି କି ଅଧିକାଂଶ ସମୟରେ ନିଶା ଅବସ୍ଥାରେ ରହି ସ୍ତ୍ରୀଙ୍କ ସହିତ ଝଗଡା କରୁଥିଲେ। ସୋମବାର ରମେଶ ସ୍ତ୍ରୀଙ୍କୁ ପଥରରେ ମୁଣ୍ଡକୁ ବାରମ୍ବାର ଆଘାତ କରି ହତ୍ୟା କରିଥିଲେ। ଏ ସମ୍ପର୍କରେ ଗ୍ରାମବାସୀ ଜାଣିବା ପରେ ରମେଶଙ୍କୁ କାବୁକରି ପୋଲିସକୁ ଜଣାଇଥିଲେ। ହେଲେ ତାଙ୍କର କୌଣସି ସନ୍ତାନ ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀପଲକୁ ଘଉଡ଼ାଇବା ପାଇଁ ଯାଇ ଆଉ ଫେରିଲେନି , ଚାଲିଗଲା ଜୀବନ

ପାଟଣା, ୩।୮ (ବୀର କିଶୋର ଦାଶ): ହାତୀ ଘଉଡ଼ାଇବାକୁ ଯାଇ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ…

ଶକ୍ତିଶାଳୀ ମଣିଷକୁ ଭିତରୁ ଭାଙ୍ଗିଦିଏ ଏହି ୫ଟି ଜିନିଷ, ଆଚାର୍ଯ୍ୟ ଚାଣକ୍ୟଙ୍କ ଠାରୁ ଜାଣନ୍ତୁ କିପରି ରହିବେ ସାବଧାନ

ମଣିଷ ଜୀବନରେ ଏମିତି ଅନେକ ପରିସ୍ଥିତି ଆସିଥାଏ, ଯାହା ଯୋଗୁଁ ତାକୁ ନିରାଶ ଏବଂ ହତାଶ ହେବାକୁ ପଡ଼ିଥାଏ। ଜୀବନର ଏହି କଠିନ ସମୟ ଏବଂ ସମସ୍ୟା…

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri