ମଦ ଦୋକାନ ସ୍ଥାନାନ୍ତର ଦାବିକଲେ ମହିଳା

ରାୟଗଡ଼ା,୭।୪ (ଭାଗ୍ୟଶ୍ରୀ ମିଶ୍ର)- ରାୟଗଡ଼ା ସହରର ନ୍ୟୁକୋଲୋନୀଠାରେ ଥିବା ୨ଟି ବିଦେଶୀ ମଦ ଦୋକାନ ସ୍ଥାନାନ୍ତର ପାଇଁ ଦାବିକରି ଉକ୍ତ ଅଞ୍ଚଳର ମହିଳାମାନେ ସୋମବାର ଜିଲାପାଳ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ଅଭିଯୋଗ କରିଛନ୍ତି । ତୁରନ୍ତ ଜନବସତି ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନ ଅନ୍ୟତ୍ର ସ୍ଥାନାନ୍ତର କରିବା ପାଇଁ ଜିଲାପାଳ ପାରୁଲ ପଟାୱରିଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ଉକ୍ତ ସମସ୍ୟା ସମାଧାନ ପାଇଁ ଜିଲାପାଳ ପଟଓ୍ବାରି ଅବକାରୀ ଅଧିକ୍ଷକ ସନ୍ତୋଷ ଧଳସାମନ୍ତଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ମହିଳାଙ୍କ ଅଭିଯୋଗ ଅନୁଯାୟୀ, ଉକ୍ତ ଜନବସତି ଅଞ୍ଚଳରେ ଅନେକ ବିଦ୍ୟାଳୟ ଓ ମନ୍ଦିର ରହିଛି। ତେବେ ଏହି ଅଞ୍ଚଳରେ ଥିବା ୨ ମଦ ଦୋକାନ ସକାଳ ୮ରୁ ଖୋଲା ହୋଇ ରାତି ୧୧ଟାରେ ବନ୍ଦ ହେଉଥିବାରୁ ଲୋକଙ୍କ ଯାତାୟାତ ବେଳେ ସମସ୍ୟା ସୃଷ୍ଟି ହେଉଛି। ଅନେକ ଅସାମାଜିକ ଲୋକ ରାଜରାସ୍ତା ଉପରେ ମଦ୍ୟପାନ କରି ବିଭିନ୍ନ ବିଶୃଙ୍ଖଳା ସୃଷ୍ଟି କରୁଥିବା ଦେଖିବାକୁ ମିଳୁଛି। ନିଶାସକ୍ତ ଅବସ୍ଥାରେ ସର୍ବଦା ଗଣ୍ଡଗୋଳ ମଧ୍ୟ ଘଟୁଛି। ଯାହାର କୁପ୍ରଭାବ ପିଲାଙ୍କ ଉପରେ ପଡୁଛି। ଏଭଳିକି ଲଗାତାର ଦୁଇଟି ଲୁଟ ମଧ୍ୟ ନିୟୁ କଲୋନୀ ରାସ୍ତାରେ ଘଟିଲାଣି। ବିଦେଶୀ ମଦ ଦୋକାନ ସ୍ଥାନାନ୍ତର ପାଇଁ ପୂର୍ବରୁ ଅନେକ ଥର ଅବକାରୀ ବିଭାଗ ନିକଟରେ ଅଭିଯୋଗ ହୋଇଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବା ଅଭିଯୋଗ ହେଉଛି। ତେଣୁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ମଦ ଦୋକାନ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ମହିଳାମାନେ ଦାବି କରିଛନ୍ତି। ଜିଲାପାଳଙ୍କୁ ଦାବିପତ୍ର ଦେବା ସମୟରେ ବିଜୟଲକ୍ଷ୍ମୀ ସାହୁ, ପ୍ରତିଭା ମିଶ୍ର, କେ. ଦିବ୍ୟଶ୍ରୀ, ଗୌରୀ ଜେନା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

ଇମ୍ପେରିୟାଲ୍ କ୍ଲାସିକ ରାଜ୍ୟ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ଉଦ୍‌ଘାଟିତ,ଯୋଗଦେଲେ ୧୯ ଜିଲ୍ଲାରୁ ୧୨୫ ପ୍ରତିଯୋଗୀ

ବଲାଙ୍ଗୀର,୨୮।୨ (ସୁନିଲ କୁମାର ମହାନ୍ତି): ସ୍ଥାନୀୟ ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଫଳ ବଜାର ପ୍ରାଙ୍ଗଣରେ କଳିଙ୍ଗ ବଡିବିଲଡିଂ ଆସୋସିଏଶନ ବଲାଙ୍ଗୀର ଶାଖା ତରଫରୁ ଇମ୍ପେରିୟାଲ କ୍ଲାସିକ ୨୦୨୬…

ରଣ୍‌ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍‌ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା…

କେରଳରେ ବାଇକ ଦୁର୍ଘଟଣାରେ ଦାରିଙ୍ଗବାଡି ଯୁବକଙ୍କ ମୃତ୍ୟୁ, ମୃତଦେହ ଆଣିବାକୁ ପରିବାର ଚିନ୍ତାରେ

ଦାରିଙ୍ଗବାଡି, ୨୮।୨ (ଅରୁଣ ସାହୁ): ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ଚାଲିଯାଇଛି ଯୁବକଙ୍କ ଜୀବନ।କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦନେକବାଡି ପଞ୍ଚାୟତ କୁପିବାଡି ଗ୍ରାମର ହେରାର୍ଦ…

ଦିନକ ପରେ ଦୋଳ ଯାତ୍ରା: ଗଞ୍ଜାମ ପୋଲିସର କଡ଼ା ତାଗିଦ, ରାସ୍ତାରେ ହୋର୍ଡିଂ କିମ୍ବା ବାଇକ୍‌ ରଖିଲେ…

ଗଞ୍ଜାମ,୨୮।୨(ବିଦ୍ୟାଧର ସାହୁ): ଦିନକ ପରେ ଗଞ୍ଜାମ ସହରରେ ଅନୁଷ୍ଠିତ ହେବ ଐତିହାସିକ ପ୍ରସିଦ୍ଧ ଦୋଳ ଯାତ୍ରା। ଏଥିପାଇଁ ଚଳଚଞ୍ଚଳ ହୋଇ ପଡ଼ିଛି ସମଗ୍ର ସାହି ଓ ସହର।…

ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା, କର୍ମଚାରୀଙ୍କ ପ୍ରତି ତାଙ୍କ…

ଦିଗପହଣ୍ଡି, ୨୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଡ଼.ଶଙ୍କର ନାରାୟଣ ବେଜ ଶନିବାର ଚାକିରିରୁ ଅବସର ଗ୍ରହଣ କରିଛନ୍ତି। ଶନିବାର ଏଥି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri