କଣ୍ଟେନର ଧକ୍କାରେ ମହିଳା ମୃତ, ଅଳ୍ପକେ ବର୍ତ୍ତିଲେ ସ୍ୱାମୀ ଓ ପୁଅ

ଗୋପାଳପୁର ୮।୧୨(ନବୀନ ରାଜ ଆଚାରୀ): ରବିବାର ଗଞ୍ଜାମ ଜିଲା 16 ନ ଜାତୀୟ ରାଜପଥ ଗୋପାଳପୁର ଥାନା ଅଧିନସ୍ଥ ପୋକଡିବନ୍ଦ ଛକ ଚର୍ଚ୍ଚ ନିକଟରେ କଣ୍ଟେନର ବାଇକ ପଛପଟୁ ଧକ୍କା ଦେବାରୁ ଜଣେ ମହିଳାଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ସ୍ୱାମୀ ଓ ପୁଆ ଅଳ୍ପକେ ବର୍ତ୍ତି ଯାଇଛନ୍ତିl

ମୃତ ମହିଳା ଜଣକ ଗଜପତି ଜିଲାର ଆର. ଉଦୟଗିରି ଥାନା ଅତରସିଂ ଗ୍ରାମର ପ୍ରଭାସିନୀ ଶବର ( 42) ବୋଲି ପୋଲିସ ସୂଚନା ଦେଇଛି l ଗଜପତି ଜିଲା ଅତରସିଂର ସନାତନ ମଣ୍ଡଳ, ସ୍ତ୍ରୀ ପ୍ରଭାସିନୀ ଶବର ଓ ପୁଅ ତିନିଜଣ ଏକ ବାଇକରେ 16 ଜାତୀୟ ରାଜପଥ ଦେଇ ପୋକଡିବନ୍ଦ ଛକରେ ଥିବା ସମ୍ପର୍କୀୟ ଘରକୁ ଯାଉଥିବା ବେଳେ ରବିବାର ଦିନ ପ୍ରାୟ ସାଢେ ୧୨ଟା ସମୟରେ ଏକ କଣ୍ଟେନର ନମ୍ବର କେଏ ୫୨‌ ବି ୯୬୬୭ ତାଙ୍କୁ ପଛପଟୁ ଧକ୍କା ଦେଇଥିଲା l ଫଳରେ ତିନି ଜଣ ଛିଟିକି ପଡ଼ିଥିବା ବେଳେ ପ୍ରଭାସିନୀର ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି l

ସୂଚନା ପାଇଁ ଗୋପାଳପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତ ଶରୀରକୁ ବ୍ରହ୍ମପୁର ବଡ଼ ମେଡିକାଲ ପଠାଇଥିଲା l ସ୍ୱାମୀ ସନାତନଙ୍କ ଅଭିଯୋଗ ପ୍ରକାରେ ଥାନା କେଶ ନମ୍ବର ୩୩୭/୨୪ ମାମଲା ରୁଜୁ କରି ଶବ ବ୍ୟବଛେଦ କରି ସନ୍ଧ୍ୟାରେ ପୋଲିସ ପରିବାର ଲୋକଙ୍କୁ ହସ୍ତାନ୍ତର କରିବା ସହ ଧକ୍କା ଦେଇଥିବା ଚାଳକ କୁ ଥାନାରେ ଅଟକ ରଖିଥିବା ବେଳେ ଦୁର୍ଘଟଣା ଘଟେଇ ଥିବା ବାଇକ ଓ କଣ୍ଟେନରକୁ ପୋଲିସ ନିଜ ହେପାଜତକୁ ନେଇ ତଦନ୍ତ ଆରମ୍ଭ କରିଛି l


Enter your email to get our daily news in your inbox.

All Right Reserved By Dharitri.Com

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri