କଣ୍ଟେନର ଧକ୍କାରେ ମହିଳା ମୃତ, ଅଳ୍ପକେ ବର୍ତ୍ତିଲେ ସ୍ୱାମୀ ଓ ପୁଅ

ଗୋପାଳପୁର ୮।୧୨(ନବୀନ ରାଜ ଆଚାରୀ): ରବିବାର ଗଞ୍ଜାମ ଜିଲା 16 ନ ଜାତୀୟ ରାଜପଥ ଗୋପାଳପୁର ଥାନା ଅଧିନସ୍ଥ ପୋକଡିବନ୍ଦ ଛକ ଚର୍ଚ୍ଚ ନିକଟରେ କଣ୍ଟେନର ବାଇକ ପଛପଟୁ ଧକ୍କା ଦେବାରୁ ଜଣେ ମହିଳାଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ସ୍ୱାମୀ ଓ ପୁଆ ଅଳ୍ପକେ ବର୍ତ୍ତି ଯାଇଛନ୍ତିl

ମୃତ ମହିଳା ଜଣକ ଗଜପତି ଜିଲାର ଆର. ଉଦୟଗିରି ଥାନା ଅତରସିଂ ଗ୍ରାମର ପ୍ରଭାସିନୀ ଶବର ( 42) ବୋଲି ପୋଲିସ ସୂଚନା ଦେଇଛି l ଗଜପତି ଜିଲା ଅତରସିଂର ସନାତନ ମଣ୍ଡଳ, ସ୍ତ୍ରୀ ପ୍ରଭାସିନୀ ଶବର ଓ ପୁଅ ତିନିଜଣ ଏକ ବାଇକରେ 16 ଜାତୀୟ ରାଜପଥ ଦେଇ ପୋକଡିବନ୍ଦ ଛକରେ ଥିବା ସମ୍ପର୍କୀୟ ଘରକୁ ଯାଉଥିବା ବେଳେ ରବିବାର ଦିନ ପ୍ରାୟ ସାଢେ ୧୨ଟା ସମୟରେ ଏକ କଣ୍ଟେନର ନମ୍ବର କେଏ ୫୨‌ ବି ୯୬୬୭ ତାଙ୍କୁ ପଛପଟୁ ଧକ୍କା ଦେଇଥିଲା l ଫଳରେ ତିନି ଜଣ ଛିଟିକି ପଡ଼ିଥିବା ବେଳେ ପ୍ରଭାସିନୀର ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି l

ସୂଚନା ପାଇଁ ଗୋପାଳପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତ ଶରୀରକୁ ବ୍ରହ୍ମପୁର ବଡ଼ ମେଡିକାଲ ପଠାଇଥିଲା l ସ୍ୱାମୀ ସନାତନଙ୍କ ଅଭିଯୋଗ ପ୍ରକାରେ ଥାନା କେଶ ନମ୍ବର ୩୩୭/୨୪ ମାମଲା ରୁଜୁ କରି ଶବ ବ୍ୟବଛେଦ କରି ସନ୍ଧ୍ୟାରେ ପୋଲିସ ପରିବାର ଲୋକଙ୍କୁ ହସ୍ତାନ୍ତର କରିବା ସହ ଧକ୍କା ଦେଇଥିବା ଚାଳକ କୁ ଥାନାରେ ଅଟକ ରଖିଥିବା ବେଳେ ଦୁର୍ଘଟଣା ଘଟେଇ ଥିବା ବାଇକ ଓ କଣ୍ଟେନରକୁ ପୋଲିସ ନିଜ ହେପାଜତକୁ ନେଇ ତଦନ୍ତ ଆରମ୍ଭ କରିଛି l


Enter your email to get our daily news in your inbox.

All Right Reserved By Dharitri.Com

ଲଢୁ ଲଢୁ ବିତିଗଲାଣି ୧୭ ଦିନ, ହେଲେ କିଛି ବି କରିପାରିଲେ ନାହିଁ ଟ୍ରମ୍ପ, ବିଶେଷଜ୍ଞ କହିଲେ ଇରାନ ପାଖରେ ବି ରହିଛି ବାଜି….

ଓ୍ବାଶିଂଟନ,୧୭।୩: ଯୁକ୍ତରାଷ୍ଟ୍ର ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ଯୁଦ୍ଧ ଆରମ୍ଭ କରିବାର ୧୭ ଦିନ ବିତିଗଲାଣି, ତଥାପି ଏକ ନର୍ଣ୍ଣାୟକ ଫଳାଫଳ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି। ଏବେ…

ପଞ୍ଚାୟତସ୍ତରୀୟ ମିଳିତ ଜନଶୁଣାଣି: ସ୍ବାସ୍ଥ୍ୟକେନ୍ଦ୍ରରେ ଖାଲି ପଡ଼ିଥିବା ଡାକ୍ତର ପଦବୀ ପୂରଣ ପାଇଁ ସରପଞ୍ଚଙ୍କ ଦାବି

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ସିଦ୍ଧେଶ୍ୱର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତସ୍ତରୀୟ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ଅତିରିକ୍ତ ବିଡ଼ିଓ ଉମେଶ…

ପୁଣି ବଢ଼ିଲା ଅଶୋଧିତ ତୈଳ ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ହେଲା ପେଟ୍ରୋଲ-ଡିଜେଲ ଦାମ୍

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ପୁଣି ଥରେ ବୃଦ୍ଧି ପାଇଛି। ୧୭ ମାର୍ଚ୍ଚ ମଙ୍ଗଳବାର ଦିନ, ଅଶୋଧିତ ତୈଳ…

LPG ସଙ୍କଟ ଭିତରେ ଆସିଲା ଖୁସିଖବର: ଆଜି ଭାରତରେ ପହଞ୍ଚିବ ଏତିକି ମେଟ୍ରିକ ଟନ୍‌ ଗ୍ୟାସ

ନୂଆଦିଲ୍ଲୀ,୧୭।୩: ଦେଶରେ ବଢ଼ି ଚାଲିଥିବା ଏଲପିଜି ସଙ୍କଟ ମଧ୍ୟରେ ଆଶ୍ୱସ୍ତିର ଖବର ଆସିଛି। ଇରାନ ସରକାରଙ୍କ ସ୍ବତନ୍ତ୍ର ଅନୁମତି ପରେ, ଭାରତୀୟ ଜାହାଜ ପାଇଁ ପଥ ପରିଷ୍କାର…

IPL 2026 ପୂର୍ବରୁ ଧୋନିଙ୍କ ସହ ଫୋନରେ କଥା ହେଲେ ସଞ୍ଜୁ ସାମସନ, କହିଲେ କିଛି ଭିତିରି କଥା, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୭।୩: ଟି-୨୦ ବିଶ୍ୱକପ ବିଜୟୀ ଦଳର ନାୟକ ସଞ୍ଜୁ ସାମସନ ସୋମବାର କହିଛନ୍ତି ଯେ ଆଗାମୀ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ପାଇଁ ଖେଳୁଥିବା ସମୟରେ…

ଇରାନ ପରେ ଟ୍ରମ୍ପଙ୍କ ଟାର୍ଗେଟରେ ଏବେ ଏହି ଦେଶ: ନିଜେ କଲେ ଖୁଲାସା, ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ପରେ ତାଙ୍କର ପରବର୍ତ୍ତୀ ଟାର୍ଗେଟ ବିଷୟରେ ପ୍ରକାଶ କରିଛନ୍ତି। ସେ ଖୋଲାଖୋଲି ଭାବରେ ଇଙ୍ଗିତ କରିଛନ୍ତି ଯେ ତାଙ୍କର…

ଆଇନା ଓ ମଇନା

ଆଇନା ସବୁବେଳେ ସତ କହେ! ହୋଇଥିବ ବୋଧେ! ଏକଥା ସତ ବୋଲି ବି ମୋତେ ଲାଗିଲା। ଯଦିଓ ମୁଁ ସବୁବେଳେ ଆଇନା ଦେଖି ମୋ ରୂପ ସଜାଏ।…

ବରିଷ୍ଠ ନାଗରିକଙ୍କୁ ତାଚ୍ଛଲ୍ୟ

ମନୁଷ୍ୟ ସ୍ବାଭାବିକ ଜୀବନଚକ୍ରରେ ନିର୍ଦ୍ଦିଷ୍ଟ ବର୍ଷ ଅତିକ୍ରମ ପରେ ବୃଦ୍ଧାବସ୍ଥା ପ୍ରାପ୍ତହୁଏ । ଅନେକ ମାତାପିତା ବୃଦ୍ଧାବସ୍ଥାରେ ଅବହେଳାର ଶିକାର ହେଉଥିବା ଅନୁଭବକରି ମିଳିତ ଜାତିସଂଘ ସେମାନଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri