Posted inଜାତୀୟ

ପାଉଁଜି ପାଇଁ ୨ ଗୋଡ଼ କାଟିଦେଲେ, ମହିଳାଙ୍କ ମୃତ୍ୟୁ

ଭୋପାଳ, ୧୧।୧୧: ମଧ୍ୟପ୍ରଦେଶ ସିହୋର ଜିଲାର ଗୁରାଡ଼ିଆ ରୂପଚନ୍ଦ ଗ୍ରାମରୁ ଏକ ଲୋମଟାଙ୍କୁରା ଘଟଣା ସାମ୍‌ନାକୁ ଆସିଛି। ମୋଟନ ବାଈ ନାମ୍ନୀ ୭୫ ବର୍ଷୀୟା ମହିଳା ପିନ୍ଧିଥିବା ରୁପା ପାଉଁଜିକୁ ଚୋରି କରିବା ପାଇଁ ଜଣେ ଚୋର ଶନିବାର ରାତିରେ ତାଙ୍କର ୨ ଗୋଡ଼ କାଟି ଦେଇଥିଲେ। ଏହାପରେ ସେ ବୃଦ୍ଧାଙ୍କୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ନିକଟସ୍ଥ ନାଳରେ ଫିଙ୍ଗିଦେଇଥିଲେ। ରାତି ସାରା ଗୋଡ଼ରୁ ରକ୍ତସ୍ରାବ ହୋଇ ମହିଳାଙ୍କ ମୃତ୍ୟୁ ଘଟିଥିଲା। ରବିିବାର ତାଙ୍କ ମୃତଦେହକୁ ପୋଲିସ ଜବତ କରିଛି। ମୃତଦେହ ନିକଟରେ ମହିଳାଙ୍କ ଉଭୟ କଟା ଗୋଡ଼ ପଡ଼ିଥିଲା। କଟାଗୋଡ଼ରୁ ରୁପା ପାଉଁଜି ଉଭାନ ହୋଇଯାଇଥିଲା ବୋଲି ପରିବାର ଲୋକେ ପୋଲିସକୁ ଜଣାଇଥିଲେ। ମୃତଦେହକୁ ପୋଲିସ ବ୍ୟବଚ୍ଛେଦ ପାଇଁ ପଠାଇଛି। ତେବେ ଏହି ହତ୍ୟାରେ ଏକାଧିକ ବ୍ୟକ୍ତି ସାମିଲ ଥିବା ପୋଲିସ ସନ୍ଦେହ କରୁଛି। ଘଟଣାର ତଦନ୍ତ ଜାରି ରହିଛି। ମଧ୍ୟପ୍ରଦେଶରେ ପୂର୍ବରୁ ମଧ୍ୟ ମହିଳାଙ୍କ ସୁନା ଗହଣା, ଆଭୂଷଣ ଆଦିକୁ ଚୋରାଇବା ପାଇଁ ସେମାନଙ୍କୁ ଆକ୍ରମଣ କରାଯାଇ ଅଙ୍ଗପ୍ରତ୍ୟଙ୍ଗ କଟାଯିବାର ନଜିର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପାଇଁ ବିଶାଳ ଟାର୍ଗେଟ ଦେଲା ଭାରତ: ଶ୍ରୀଲଙ୍କାକୁ ଲୋଡ଼ା ‘ଚମତ୍କାର’

ଗାଲେ,୧୮।୮: ଗାଲେରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ଚତୁର୍ଥ ଦିନରେ ଶ୍ରୀଲଙ୍କା ପାଇଁ ୩୭୨ ରନର ଟାର୍ଗେଟ ଦେଇଥିଲା। ପ୍ରଥମ ଇନିଂସରେ ୪୫୦ରୁ ଅଧିକ ରନ…

‘ଫାଶୀ ଦିଅ କିମ୍ବା ଜେଲ ପଠାଅ, ମୁଁ…’, କଂଗ୍ରେସ ନେତାଙ୍କ ବୟାନକୁ ନେଇ ରାଜନୀତି ହଲଚଲ

ନୂଆଦିଲ୍ଲୀ, ୧୮।୮: ବନ୍ଦେ ମାତରମ’ର ସମ୍ପୂର୍ଣ୍ଣ ଛନ୍ଦ ଗାନକୁ ନେଇ ଜାରି ରହିଥିବା ରାଜନୈତିକ ହଙ୍ଗାମା ମଧ୍ୟରେ କର୍ନାଟକ କଂଗ୍ରେସ ସଭାପତି ବି.କେ. ହରିପ୍ରସାଦ ବଡ଼ ବୟାନ…

ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ସହାୟତା ଘୋଷଣା: ବାସନକୁସନ-ପୋଷାକ ବାବଦକୁ ମିଳିବ…

ଭୁବନେଶ୍ୱର,୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କ୍ଷୁଦ୍ର ଚାଷୀଙ୍କୁ ହେକ୍ଟର ପିଛା…

ଗଞ୍ଜେଇ ଚାଲାଣ ପାଇଁ ଯୋଜନା ଚାଲିଥିବା ବେଳେ ମାଡିବସିଲା ଅଡବା ପୋଲିସ, ୭ କ୍ୱିଣ୍ଟାଲ ଜବତ

ମୋହନା,୧୮।୮(ମନ୍ମଥ ମିଶ୍ର): ଜଙ୍ଗଲରୁ ବାହାରିଲା ୭ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତରବା ପଞ୍ଚାୟତ ଆଟାପଡ଼ା…

ସୁପ୍ରିମକୋର୍ଟର ମଞ୍ଜୁରୀ ପରେ ‘ମହାପ୍ରଭୁ ଜଗନ୍ନାଥ’ର ରିଲିଜ୍‌ ତାରିଖ ଫାଇନାଲ, ଜାଣନ୍ତୁ କେବେ ଆସିବ ଫିଲ୍ମ

ନୂଆଦିଲ୍ଲୀ, ୧୮।୮: ଆନିମେଟେଡ ଫିଲ୍ମ ‘ମହାପ୍ରଭୁ ଜଗନ୍ନାଥ’ ଜୁଲାଇ ୧୭ ତାରିଖରେ ସିନେମା ହଲ୍‌ରେ ରିଲିଜ ହେବାର ଥିଲା। କିନ୍ତୁ ଆଇନଗତ ବିବାଦରେ ଫସିବା ପରେ ଏହାର…

କଂଗ୍ରେସର ‘ବନ୍ଦେ ମାତରମ’ ଭିଡିଓକୁ ନେଇ ବର୍ଷିଲେ କଙ୍ଗନା, ପାକିସ୍ତାନ ସହ ତୁଳନା କରି କହିଲେ…

ନୂଆଦିଲ୍ଲୀ, ୧୮।୮: ହିମାଚଳ ପ୍ରଦେଶର ମଣ୍ଡିରୁ ଭାରତୀୟ ଜନତା ପାର୍ଟି (BJP) ସାଂସଦ କଙ୍ଗନା ରଣାୱତ କଂଗ୍ରେସ ନେତୃତ୍ୱ ଉପରେ ବଡ଼ ବୟାନ ଦେଇଛନ୍ତି। ଅଗଷ୍ଟ ୧୫…

ବାପାକୁ ଆକ୍ରମଣ କଲେ ପୁଅ, ଗିରଫ କରିବାକୁ ଯାଇ ପୋଲିସ ହଟହଟା

ଗୋପ,୧୮।୮( ଭାରତୀ ଭୂଷଣ ଉପାଧ୍ୟାୟ): ମଙ୍ଗଳବାର ଭୋର ସମୟରେ ଗୋପ ଥାନା ଅନ୍ତର୍ଗତ ଗଣେଶ୍ବରପୁର ଗ୍ରାମରେ ଛୁରାମାଡ଼ ହୋଇଛି । ରାମଚନ୍ଦ୍ର ରଥଙ୍କ ଏକମାତ୍ର ପୁତ୍ର ବିକି…

ଭାରତ-ଶ୍ରୀଲଙ୍କା ପ୍ରଥମ ଟେଷ୍ଟରୁ ଆସିଲା ଭୟଙ୍କର ଖବର; ଅଭିଜ୍ଞ ଖେଳାଳି ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୧୮।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ଏକ ଦୁଃଖଦ ଦୃଶ୍ୟ ଦେଖାଦେଇଛି। ଶ୍ରୀଲଙ୍କା କ୍ରିକେଟର ଦିନେଶ ଚାନ୍ଦିମଲ ଫିଲ୍ଡିଂ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri