ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି ପନିପରିବା ବିକ୍ରି ପାଇଁ ନେଉଥିବା ବେଳେ (ଓଡି୦୧ ଏସି ୩୯୫୦) ନମ୍ବର୍ ବିଶିଷ୍ଟ ଅଟୋଟି ଓଲଟି ପଡିବାରୁ ସ୍ତ୍ରୀ ଯୋଗେଶ୍ୱରି ନାୟକ (୨୦)ଙ୍କ ମୃତ୍ୟୁ ହୋଇଛି । ଅଟୋ ଚାଳକ ସ୍ବାମୀ ବାବୁଲି ପଟ୍ଟନାୟକ ସାମାନ୍ୟ ଆହତ ହୋଇଛନ୍ତି ।

ସ୍ଥାନୀୟ ଗ୍ରାମବାସୀଙ୍କ ସହଯୋଗରେ ୧୦୮ ଆମ୍ବୁଲାନ୍ସ ଯୋଗେ ଦୁହିଁଙ୍କୁ ଉଦ୍ଧାର କରି ନନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ। ଉପସ୍ଥିତ ଡାକ୍ତର ଯୋଗେଶ୍ଵରିଙ୍କୁ ମୃତ ଘୋଷଣା କରିଥିଲେ । ନନ୍ଦପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଛି । ପ୍ରାଥମିକ ତଦନ୍ତରୁ ଜଣାପଡିଛି ଯେ, ଦମ୍ପତି ଦୁହେଁ ନିଜ ଗ୍ରାମ ବନମାଳୀପୁଟରୁ ନିଜେ ଓ ଗ୍ରାମବାସୀଙ୍କ ଠାରୁ ଉତ୍ପାଦିତ ପନିପରିବା ସଂଗ୍ରହ କରି ଅଟୋ ଯୋଗେ ନାରଜିପୁଟ ଓ ପଣସପୁଟ ଗ୍ରାମକୁ ବିକ୍ରି ପାଇଁ ଯାଉଥିଲେ । ସ୍ବାମୀ ବାବୁଲି ଅଟୋ ଚାଳନା କରୁଥିବା ବେଳେ ସ୍ତ୍ରୀ ପନିପରିବା ସହ ଅଟୋରେ ବସିଥିଲା। ନାରଜିପୁଟ ନିକଟରେ ଅଟୋଟି ଭାରସ୍ୟାମ ହରାଇ ଓଲଟି ପଡ଼ିବାରେ ଅଟୋ ତଳେ ଯୋଗେଶ୍ଵରି ଚାପି ହୋଇ ଯାଇଥିଲେ । ଦୁଇବର୍ଷ ତଳେ ଦୁହିଁଙ୍କ ବିବାହ କରିଥିବା ବେଳେ ତାଙ୍କର ଏକ ଝିଅ ମଧ୍ୟ ରହିଛି । ନନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶୋକାକୂଳ ପରିବେଷ ସୃଷ୍ଟି ହୋଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ୍‌ ପ୍ରଣାଳୀ ଖୋଲ, ନ ହେଲେ ଧ୍ୱଂସ କରିଦେବୁ: ଇରାନ୍‌କୁ ଟ୍ରମ୍ପଙ୍କ ଖୋଲା ଚେତାବନୀ

ଓ୍ବାଶିଂଟନ୍‌,୨୩ା୩(ରଏଟର୍ସ):ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଆକ୍ରମଣ-ପ୍ରତ୍ୟାକ୍ରମଣ ବେଳକୁ ବେଳ ବଢ଼ି ଚାଲିଥିଲାବେଳେ ହର୍ମୁଜ୍‌ ଷ୍ଟ୍ରେଟ୍‌ ଦେଇ ତୈଳ ପରିବହନ ପ୍ରସଙ୍ଗ ଉଭୟ ପକ୍ଷଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିଛି।…

ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦)…

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri