ଲିଫ୍ଟରେ ଚାପି ହୋଇ ଚାଲିଗଲା ମହିଳାଙ୍କ ଜୀବନ, ମେଡିକାଲରେ ଉତ୍ତେଜନା, ପୋଲିସ ମୁତୟନ

ଭଦ୍ରକ,୨୪।୪(ସନାତନ ରାଉତ)- ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟ ଲିଫ୍ଟରେ ଚାପି ହୋଇ ଜଣେ ମହିଳା ରୋଗୀଙ୍କ ମୃତ୍ୟୁ ଘଟିଛି l ଘଟଣାକୁ ନେଇ ମେଡିକାଲ ପରିସରରେ ଉତ୍ତେଜନା ସୃଷ୍ଟି ହୋଇଛି l ଘଟଣାସ୍ଥଳରେ ଟାଉନ ପୋଲିସ ମୁତୟନ ରହିଛନ୍ତି।

ସୂଚନା ମୁତାବକ, ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ରାନ୍ଦିଆ ପଞ୍ଚାୟତ ନରସିଂହପୁର ଗ୍ରାମର ମିନତୀ ପରିଡାଙ୍କ ଥଣ୍ଡା ଜ୍ୱର ହୋଇଥିବାରୁ ପରିବାରଲୋକେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆମ୍ବୁଲାନ୍ସରେ ଆଣିଥିଲେ l ମେଡିଶିନ ବିଭାଗର ୨ ମହଲାରେ ଥିବା ମହିଳା ୱାର୍ଡରେ ସେ ଆଡମିଶନ ହୋଇଥିଲେ l ଡାକ୍ତର ଦେଖିବା ପରେ କଟକ ସ୍ଥାନାନ୍ତର ପାଇଁ କହିଥିଲେ l ଲିଫ୍ଟରେ ଆସିବା ପାଇଁ ଲିଫ୍ଟକୁ ଯାଉଥିବା ବେଳେ ହଠାତ ଲିଫ୍ଟ ଉପରକୁ ଉଠିଥିଲା l ଫଳରେ ମିନତୀ ଚାପି ହୋଇ ଯାଇଥିଲେ l ସାଙ୍ଗରେ ଥିବା ତାଙ୍କ ବୋହୁ ଅଳ୍ପକେ ବର୍ତ୍ତିଯାଇଥିଲେ l ଲିଫ୍ଟରେ କୌଣସି ଷ୍ଟାଫ ନ ଥିବାରୁ ଏପରି ଆଘଟଣ ଘଟିଥିଲା l ଏହାକୁ ନେଇ ମେଡିକାଲରେ ଉତ୍ତେଜନା ପ୍ରକାଶ ପାଇଛି l ତାଙ୍କ ପରିବାର ପକ୍ଷରୁ ଲିଫ୍ଟ ଷ୍ଟାଫଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ସହ କ୍ଷତିପୂରଣ ଦାବି କରାଯାଇଛି l ଟାଉନ ଥାନାଧିକାରୀ ପ୍ରଭାଂଶୁ ମିଶ୍ରଙ୍କ ନେତୃତ୍ୱରେ ପୋଲିସ ମୁତୟନ ରହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri