ପାଣି ଆଣିବାକୁ ଯାଇ କେନାଲରେ ଭାସିଗଲେ ମହିଳା, ଅପସ୍ମାର…

ଅତାବିରା,୧୩।୨(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଚକୁଳିଫାର୍ମର ଏକ କେନାଲରୁ ଭାସୁଥିବା ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ ଶୁକ୍ରବାର ଜବତ କରାଯାଇଛି । ମୃତ ମହିଳାଙ୍କ ନାମ କୋଳପତି ବିରଭଦ୍ରା (୫୮) ବୋଲି ଜଣାପଡିଛି । ତେବେ ମହିଳା ଜଣକ ସେଠାକାର ବାସିନ୍ଦା ବୋଲି ଜଣାପଡିଛି ।

ପରିବାର ଲୋକଙ୍କ କହିବା ଅନୁଯାୟୀ ତାଙ୍କ ଦେହରେ ଅପସ୍ମାର ଅର୍ଥାତ ମୂର୍ଚ୍ଛା ରୋଗ ଥିଲା । ଶୁକ୍ରବାର ସକାଳୁ ଘର ସାମ୍ନାରେ ଝାଡୁ ମାରିବାକୁ ବାହାରିଥିଲେ । ପ୍ରତିଦିନ ଭଳି ଘର ସାମ୍ନାରେ ଯାଇଥିବା କେନାଲରୁ ପାଣି ଆଣିବା ପାଇଁ ଯାଇଥିଲେ । ଏହି ସମୟରେ ସେ ଭାସିଯାଇଥିବା ନେଇ ପରିବାର ଲୋକେ ଅନୁମାନ କରିଛନ୍ତି ।ଖବର ପାଇ ଅତାବିରା ପୋଲିସ ଘଟଣା ସ୍ଥଳକୁ ପହଞ୍ଚି କେନାଲ ପାଣିରୁ ମୃତଦେହ ଉଦ୍ଧାର କରିଛି । ପରେ ଶବ କୁ ଜବତ କରି ଅତାବିରା ପୋଲିସ ଶବ ବ୍ୟବଛେଦ ପାଇଁ ବରଗଡ଼ ଜିଲା ମୁଖ୍ୟାଳୟ ହସ୍ପିଟାଲକୁ ପଠାଇ ଅଧିକ ତଦନ୍ତ ଜାରି ରଖିଛି । ଏନେଇ ଅତାବିରା ଥାନାରେ ଏକ ଅପମୃତ୍ୟୁ ମାମଲା ୩/୨୦୨୬ ରୁଜୁ ହୋଇ ଥିବା ଆଇଆଇସି ପ୍ରକାଶ କର୍ଣ୍ଣ କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri