ବାଡ଼ିରୁ ଅମୃତଭଣ୍ଡା ତୋଳିବାକୁ ଯାଇଥିଲେ, ୧୧ କେଭି ବିଦ୍ୟୁତ ସଂସ୍ପର୍ଶରେ ଆସି ଚାଲିଗଲା…

ଥୁଆମୂଳ ରାମପୁର, ୧୫।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ସ୍ଥିତ ମାଲିଗାଁ ଗ୍ରାମପଞ୍ଚାୟତରେ ଏକ ଦୁଃଖଦ ଘଟଣା ଘଟିଛି। ନିଜ ବାଡ଼ିରେ ଫଳିଥିବା ଅମୃତ ଭଣ୍ତା ତୋଳିବା ପାଇଁ ଯାଇ ୧୧ କେଭି ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଧୀନ ମାଳିଗାଁ ଗ୍ରାମ ପଞ୍ଚାୟତ ସ୍ଥିତ ଡି.ଚେପଟାଘାଟ ଗ୍ରାମର କୁମ ଝଡିଆଙ୍କ ସ୍ତ୍ରୀ ଗୁରୁବାରୀ ଝଡିଆ (୪୫) ବୁଧବାର ଅପରାହ୍ନ ୨ଟା ସମୟରେ ନିଜ ବାଡ଼ିରେ ଥିବା ଏକ ଅମୃତ ଭଣ୍ତା ଗଛରୁ ବାଡ଼ି ସାହାଯ୍ୟରେ ଭଣ୍ତା ତୋଳିବାକୁ ଯାଇଥିଲେ। ଅଜ୍ଞାତ ବସତଃ ୧୧ କେଭି ବିଦ୍ୟୁତ ତାର ସସ୍ପର୍ଶରେ ଆସି ଅଚେତ ହୋଇ ତଳେ ପଡିଯାଇଥିଲେ। ପରେ ଘର ଲୋକେ ଓ ପଡୋଶୀଙ୍କ ସହାୟତାରେ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା। ହେଲେ ଗୁରୁବାରୀଙ୍କୁ ଡାକ୍ତର ସେଠାରେ ମୃତ ଘୋଷଣା କରିଥିଲେ। ତେବେ ଉକ୍ତ ଘଟଣାକୁ ନେଇ ଥୁଆମୂଳ ରାମପୁର ଥାନାରେ ମୃତ ମହିଳାଙ୍କ ସ୍ବାମୀ କୁମ ଝଡିଆ ଲିଖିତ ଭାବରେ ଜଣାଇଥିବା ବେଳେ ମେଡିକାଲରେ ଏଏସ୍‌ଆଇ ନେତାଇପଡ଼ା ସର୍କାର ପହଞ୍ଚି ମୃତଦେହ ଜବତ କରି ୮/୨୫ରେ ଏକ ମାମଲା ରୁଜ୍ଜୁ କରିଥିଲେ। ସା ହୋଇଯିବା ହେତୁ ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ ତାକୁ ଡାକ୍ତରଖାନାରେ ରଖାଯାଇଛି, ଆସନ୍ତା ଗୁରୁବାର ମୃତଦେହ ବ୍ୟବଚ୍ଛେଦ କରାଯିବା ପରେ ପରିବାରଲୋକଙ୍କୁ ହସ୍ତାନ୍ତର କରାଯିବା ନେଇ ଥୁଆମୂଳ ରାମପୁର ପୋଲିସ ପକ୍ଷରୁ ସୂଚନା ମିଳିଛି l


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

କଲେଜକୁ ଯାଉଥିଲେ ଛାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ବାଇକ, ଘଟଣାସ୍ଥଳରେ…

ବଲାଙ୍ଗୀର, ୭।୩( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭିଆଇପି ରାସ୍ତା ଭାଗିରଥି ଛକରୁ ସର୍କିଟ ହାଉସ ରାସ୍ତାରେ ଏକ ସ୍ପିଡ ବାଇକର ଧକ୍କାରେ ଜଣେ ଆୟୁର୍ବେଦିକ କଲେଜ…

ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା ଘର: ସହାୟତା ଯୋଗାଇ ଦେବାକୁ ସରକାରଙ୍କ ନିକଟରେ ଦାବି

ପରଜଙ୍ଗ, ୭।୩ ( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ପଞ୍ଚାୟତର ଭାଲିଆତଇଲା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟି ଗ୍ରାମର ନମନ ବେହେରାଙ୍କ ୨…

ଏକୁଟିଆ ପାଇ ମହିଳାଙ୍କ ଘରେ ପଶିଥିଲେ ଏନଆରଇଜିଏ ସହାୟକ, ହଠାତ୍‌ ଚାଲିଆସିଲେ ମହିଳାଙ୍କ ସ୍ବାମୀ, ଆଉ ତା’ପରେ…

ଭବାନୀପାଟଣା, ୭। ୩(ଉତ୍ତମ କୁମାର ଦାଶ ): ଚର୍ଚ୍ଚାରେ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଏନଆରଇଜିଏ ସହାୟକ ବିରଞ୍ଚି ଗହୀର। ତାଙ୍କ କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

ମା’ ସମଲେଶ୍ୱରୀଙ୍କ ପୀଠରେ ଅପବିତ୍ର କାର୍ଯ୍ୟ: ଦୀପଘର ପଛପଟେ ଜମୁଥିଲା…

ସମ୍ବଲପୁର,୭ା୩(ପ୍ରମୋଦ ବହିଦାର):ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିର ପରିସର ଅସାମାଜିକ କାର୍ଯ୍ୟର ପେଣ୍ଠସ୍ଥଳୀ ପାଲଟିଥିବା ଅଭିଯୋଗ ହୋଇଛି। ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭକ୍ତି ଓ ବିଶ୍ୱାସର ପ୍ରତୀକ…

ଓଡ଼ିଶାକୁ ନେଇ ଏମିତି କହିଦେଲେ ଅମିତ ଶାହା: ଦେଖୁଦେଖୁ…

ପାରାଦୀପ,୭।୩ (ଶରତ ରାଉତ):୨୦୦୫ରେ ପାରାଦୀପର ଏକ ଘରୋଇ କମ୍ପାନୀଠାରୁ ଇଫ୍‌କୋ ଯେତେବେଳେ ସାର କାରଖାନାକୁ ୨୫୦୦ କୋଟି ଟଙ୍କାରେ କିଣିଥିଲା, ସେତେବେଳେ ବାର୍ଷିକ ଉତ୍ପାଦନ ଥିଲା ମାତ୍ର…

ଜଣ୍ଡିସ୍‌ରେ ୬ ସ୍କୁଲ ପିଲା ଆକ୍ରାନ୍ତ

ଖଇରା,୭।୩(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ୍‌ ଝିଙ୍କିରିଆ ପଞ୍ଚାୟତ ଅଧୀନ ଅରଖପଦା ଗଁାରେ ଜଣ୍ଡିସ ଆତଙ୍କ ଦେଖାଦେଇଛି। ପ୍ରଥମେ ଅରଖପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri