କୂଅରେ ପଡ଼ି ଚାଲିଗଲା ଜୀବନ

ବୁଗୁଡା,୨୨ା୬(କାଳୀଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ନଗୁଡୁ ଗ୍ରାମରେ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। କୂଅରେ ପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାସନ୍ତୀ ବେହେରା (୫୫)।

ମିଳିଥିବା ସୂଚନା ମୁତାବକ, ବାସନ୍ତୀ ଘରପାଖ କୂଅରୁ ପାଣି କାଢୁଥିବା ବେଳେ ଅସାବଧାନତା ବଶତଃ ପଡିଯାଇଥିଲେ। ଖବର ପାଇ ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ କୂଅରୁ ଉଦ୍ଧାର କରି ବୁଗୁଡ଼ା ମେଡିକାଲରେ ଭର୍ତ୍ତି କରିଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ବୁଗୁଡା ପୋଲିସ ମେଡିକାଲରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଏକ ଅପମୃତ୍ୟୁ ମାମଲା(ନଂ. ୨୨/୨୬) ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

Share