ବର୍ଷାରେ ପଡ଼ିଗଲା କାନ୍ଥ, ମୁଣ୍ଡରେ କାଠ ବାଡେଇ ହୋଇ ମହିଳା ମୃତ

ବାରିପଦା,୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ଥାନା ଅଧିନ ଭୁଲନ୍‌ପୁରରେ ଅଭାବନୀୟ ଘଟଣା ଘଟିଯାଇଛି । ଚାଳଘର ଭୁଶୁଡ଼ି ଜଣେ ମହିଳାଙ୍କ ମୃତ୍ଯୁ ହୋଇଛି । ମୃତକ ମହିଳା ଜଣକ ହେଲେ ଲକ୍ଷ୍ମୀ ସିଂ(୫୫) । ପରିବାର ଲୋକେ ସଙ୍ଗେ ସଙ୍ଗେ ବାଙ୍ଗରିପୋଷି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ହେଁ ଡାକ୍ତର ମୃତ ଘୋଷଣା କରିଛନ୍ତି । ଏ ସଂକ୍ରାନ୍ତରେ ପୋଲିସ ଏକ ଅପମୃତ୍ଯୁ ମାମଲା ରୁଜୁ କରି ଶବ ବ୍ଯବଚ୍ଚେଦ ନିମନ୍ତେ ବାରିପଦା ମୁଖ୍ଯ ଚିକିତ୍ସାଳୟକୁ ପଠାଇଛି ।

ସୂଚନାଯୋଗ୍ଯ, ସୋମବାର ଜିଲାର ବାଙ୍ଗରିପୋଷି ଅଂଚଳରେ ପ୍ରବଳ ବର୍ଷା ହୋଇଥିଲା । ଏହି ବର୍ଷାରେ ଚାଳ ଘରଟି ଭୁଶୁଡ଼ି ପଡିବାରୁ ଲକ୍ଷ୍ମୀଙ୍କ ମୁଣ୍ଡରେ କାଠ ବାଡେଇ ହୋଇଥିଲା । ଫଳରେ ସେ ଗୁରୁତର ହୋଇପଡିଥିଲେ । ତେବେ ତାଙ୍କ ମୃତ୍ଯୁକୁ ନେଇ ପରିବାର ଲୋକେ ଭାଙ୍ଗି ପଡିଛନ୍ତି । ପୀଡିତ ପରିବାରକୁ ସରକାରୀ ସହାୟତା ଯୋଗାଇବାକୁ ସାଧାରଣରେ ଦାବି ହୋଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖ ପାଲଟିଛି ବସଷ୍ଟାଣ୍ଡ୍‌: ବସ୍‌ ହର୍ନରେ ଅସ୍ତବ୍ୟସ୍ତ ରୋଗୀ

ଦାରିଙ୍ଗବାଡି,୧।୯(ଅରୁଣ ସାହୁ):କନ୍ଧମାଳ ଜିଲାର ବୃହତ ବ୍ଲକ ଭାବେ ଜଣାଶୁଣା ଦାରିଙ୍ଗବାଡିରେ ଏବେ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଯାତ୍ରୀବାହୀ ବସର ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି। ତେବେ…

ମୟୂରଭଞ୍ଜରେ ପ୍ରବଳ ବର୍ଷା, ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ

ବାରିପଦା,୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ଓ ସମ୍ଭାବ୍ୟ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି । ଜିଲାର ବଡ଼ସାହି, ବେତନଟୀ, ବିଶୋଇ…

ଜିଲା ମୁଖ୍ୟାଳୟ ଚାଲ ଅଭିଯାନ: ସାମିଲ ହେଲେ ଶତାଧିକ ଡ୍ରାଇଭର

ଦାରିଙ୍ଗବାଡି, ୧।୯ (ଅରୁଣ ସାହୁ):ଓଡିଶା ଡ୍ରାଇଭର ମହାସଂଘ ପକ୍ଷରୁ ମଙ୍ଗଳବାର ଫୁଲବାଣୀ ଠାରେ ରାଷ୍ଟ୍ରୀୟ ଡ୍ରାଇଭର ଦିବସ ପାଳନ ପାଇଁ ଶତାଧିକ ଡ୍ରାଇଭର ଦାରିଙ୍ଗବାଡିରୁ ଫୁଲବାଣୀକୁ ଗସ୍ତ…

ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ, ପୁଣି ବନ୍ଦ ହେଲା ୪ ସ୍ଲୁଇସ୍ ଗେଟ୍

​ସମ୍ବଲପୁର,୧।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ଫଳରେ ମଙ୍ଗଳବାର ସକାଳେ ପୁଣି ୪ଟି ସ୍ଲୁଇସ୍ ଗେଟ୍ କୁ…

ମୁଖ୍ୟ ରାସ୍ତା ପାଲଟିଛି ମଇଁଷି ଗୋଠ: ଗାଡ଼ି ଚଳାଚଳ ପ୍ରଭାବିତ

ମହାକାଳପଡ଼ା,୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):ମହାକାଳପଡ଼ା ବ୍ଲକ ଭୋପାଳ-ଜଗରି ଜୋର୍‌ ହାଟକୁ ସଂଯୋଗ କରିଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ରାସ୍ତା ପାଲଟିଛି ମଇଁଷି ଗୋଠ। ନାଞ୍ଜୁରା ପଞ୍ଚାୟତ ପାଣିଖିଆ…

ଚଣ୍ଡାଳମୁଣ୍ଡାର ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ପୂର୍ବତନ ସରପଞ୍ଚଙ୍କ ସମେତ ୧୩ ଗିରଫ

ନନ୍ଦପୁର,୧।୯(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ଓ ନନ୍ଦପୁର ଥାନା ପୋଲିସର ମିଳିତ ଦଳ କୁମାରଗନ୍ଧନା ପଞ୍ଚାୟତ ଚଣ୍ଡାଳମୁଣ୍ଡା ଗ୍ରାମର ନୀଳଗିରି ବାଡ଼ରେ ଚାଲିଥିବା ଜୁଆ ଆଡ୍ଡା…

ଘରେ ପଶି ସାତ ବର୍ଷର ନାବାଳିକାଙ୍କୁ ବଳାତ୍କାର; ଚିତ୍କାର ଶୁଣି ଭାଇ ଆସିବା ପରେ….

ଦେବଗଡ଼,୧।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ସୋମବାର ଗିରଫ କରି କୋର୍ଟ ଚାଲାଣ…

ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିବେ ଗଞ୍ଜାମ ଜିଲା କଳାକାର, ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲା ସାଂସ୍କୃତିକ କଳା

ଛତ୍ରପୁର,୧।୯(ଦିଲ୍ଲୀପ ସାମଲ) : ଜିଲା ଏବଂ ସମଗ୍ର ରାଜ୍ୟର ଗୌରବମୟ ଇତିହାସର ଆଦିବାସୀ ଏବଂ ଲୋକନୃତ୍ୟ ଉପସ୍ଥାପନାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲେ ଗଞ୍ଜାମ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri