ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ, ମେଡିକାଲରୁ ଡିସ୍‌ଚାର୍ଜ ପରେ…

ଭବାନୀପାଟଣା,୧।୬(ଉତ୍ତମ କୁମାର ଦାଶ): ଚିକିତ୍ସା ଅବହେଳାରୁ ମହିଳା ରୋଗୀଙ୍କ ମୃତ୍ୟୁ ହୋଇଛି। ଏଭଳି ଅଭିଯୋଗ କଳାହାଣ୍ଡି ଜିଲା ମୁଖ୍ୟ ମେଡିକାଲରୁ ଆସିଛି। ଶନିବାର ଜିଲାର ନର୍ଲା ଥାନା ଅନ୍ତର୍ଗତ ସରିଆ ଗାଁର ୫୫ ବର୍ଷୀୟ ସ୍ନେହଲତା ବାହିନୀପତିଙ୍କ ଚିକିତ୍ସା ଅବହେଳାରୁ ମୃତ୍ୟୁ ହୋଇଥିବା ନେଇ ତାଙ୍କ ପୁଅ ଆଶୁତୋଷ ବାହିନୀପତି ଅଭିଯୋଗ ଆଣିଛନ୍ତି। ମୃତ ସ୍ନେହଲତାଙ୍କୁ ଗତ ମେ’ ୨୬ରେ ଭବାନୀପାଟଣା ଠାରେ ଥିବା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ମେ’ ୨୮ରେ ଡିସଚାର୍ଜ କରାଯାଇଥିଲା। ପରିବାରର ଅଭିଯୋଗ ଅନୁଯାୟୀ, ଡିସ୍‌ଚାର୍ଜ ସମୟରେ ବ୍ଲଡ ରିପୋର୍ଟ ଅସ୍ବାଭାବିକ ଥିଲା, କିନ୍ତୁ ଡାକ୍ତର ସ୍ବାସ୍ଥ୍ୟାବସ୍ଥା ସମ୍ବନ୍ଧୀୟ ରିପୋର୍ଟ ସ୍ବଭାବିକ ଥିବା କହି ଡିସଚାର୍ଜ କରିଦେଇଥିଲେ। କିନ୍ତୁ ଘରକୁ ଆଣିବା ପରେ ମେ ୨୯ରେ ତାଙ୍କର ମୃତ୍ୟୁ ହୋଇଥିଲା। ଡାକ୍ତର ଅବହେଳା କାରଣରୁ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକେ କହିଛନ୍ତି। ଏନେଇ ଆଶୁତୋଷ ଜିଲାପାଳ, ସ୍ବାସ୍ଥ୍ୟମନ୍ତ୍ରୀ ଏବଂ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି)ଙ୍କ ନିକଟରେ ଲିଖିତ ଅଭିଯୋଗ କରି ଘଟଣାର ତଦନ୍ତ ସହ ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି। ମୃତ ମହିଳାଙ୍କ ପୁଅ ଆଶୁତୋଷ ବାହିନୀପତି କହିଛନ୍ତି, ‘ଗରମରେ ଅଚେତ ହୋଇପଡିବାରୁ ଗତ ୨୬ ତାରିଖ ରାତିରେ ମା’ଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇକି ଆସିଥିଲୁ । ସାଧାରଣ ଭାବରେ ଚିକିତ୍ସା କରିବା ସହ ମେଡିସିନ ବିଭାଗରେ ଆଡମିଟ କଲେ। ସକାଳେ ଡାକ୍ତର ଆସିଲେ ଓ କିଛି ପରୀକ୍ଷା କରିବା ପାଇଁ କହିବାରୁ ମେଡ଼ିକାଲରେ ହିଁ ପରୀକ୍ଷା କରାଯାଇଥିଲା। ରିପୋର୍ଟ ଆସିବା ପରେ ସାରେ ଡାକ୍ତର ୱାର୍ଡ ରାଉଣ୍ଡରେ ଆସିବା ସମୟରେ ଆମେ ରିପୋର୍ଟ ଦେଖେଇଥିଲୁ। ସବୁ ଠିକ ଅଛି କହି ୨୮ରେ ଡିସଚାର୍ଜ କରିଥିଲେ। ପୁଣି ଥରେ ଦେହ ଖରାପ ହେବାରୁ ହସ୍ପିଟାଲ ଆଣିଥିଲୁ ହେଲେ ଡାକ୍ତର ମା’କୁ ମୃତ ଘୋଷଣା କରିଥିଲେ। ଡାକ୍ତରଙ୍କ ଅବହେଳାରୁ ତାଙ୍କ ମା’ଙ୍କ ମୃତ୍ୟ ହୋଇଛି କହି ନ୍ୟାୟ ମିଳୁ ବୋଲି କହିଛନ୍ତି। ସେପଟେ ଏନେଇ କଳାହାଣ୍ଡି ଜିଲା ଚିକିତ୍ସା ଅଧିକାରୀ ବାଣୀଶ୍ରୀ ପାଢ଼ୀ କହିଛନ୍ତି, ‘ତଦନ୍ତ କଲା ପରେ ପଦକ୍ଷେପ ଗ୍ରହଣ କରିହେବ। ରୋଗୀକୁ ଷ୍ଟେବଲ ଦେଖିକି ହିଁ ସେ ଡିସଚାର୍ଜ କରିଛନ୍ତି। ଚିକିତ୍ସା କରିଥିବା ଡାକ୍ତରଙ୍କ ସହ ଆଲୋଚନା କଲା ପରେ ପଦକ୍ଷେପ ଗ୍ରହଣ କରିବି ବୋଲି କହିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri