ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ, ମେଡିକାଲରୁ ଡିସ୍‌ଚାର୍ଜ ପରେ…

ଭବାନୀପାଟଣା,୧।୬(ଉତ୍ତମ କୁମାର ଦାଶ): ଚିକିତ୍ସା ଅବହେଳାରୁ ମହିଳା ରୋଗୀଙ୍କ ମୃତ୍ୟୁ ହୋଇଛି। ଏଭଳି ଅଭିଯୋଗ କଳାହାଣ୍ଡି ଜିଲା ମୁଖ୍ୟ ମେଡିକାଲରୁ ଆସିଛି। ଶନିବାର ଜିଲାର ନର୍ଲା ଥାନା ଅନ୍ତର୍ଗତ ସରିଆ ଗାଁର ୫୫ ବର୍ଷୀୟ ସ୍ନେହଲତା ବାହିନୀପତିଙ୍କ ଚିକିତ୍ସା ଅବହେଳାରୁ ମୃତ୍ୟୁ ହୋଇଥିବା ନେଇ ତାଙ୍କ ପୁଅ ଆଶୁତୋଷ ବାହିନୀପତି ଅଭିଯୋଗ ଆଣିଛନ୍ତି। ମୃତ ସ୍ନେହଲତାଙ୍କୁ ଗତ ମେ’ ୨୬ରେ ଭବାନୀପାଟଣା ଠାରେ ଥିବା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ମେ’ ୨୮ରେ ଡିସଚାର୍ଜ କରାଯାଇଥିଲା। ପରିବାରର ଅଭିଯୋଗ ଅନୁଯାୟୀ, ଡିସ୍‌ଚାର୍ଜ ସମୟରେ ବ୍ଲଡ ରିପୋର୍ଟ ଅସ୍ବାଭାବିକ ଥିଲା, କିନ୍ତୁ ଡାକ୍ତର ସ୍ବାସ୍ଥ୍ୟାବସ୍ଥା ସମ୍ବନ୍ଧୀୟ ରିପୋର୍ଟ ସ୍ବଭାବିକ ଥିବା କହି ଡିସଚାର୍ଜ କରିଦେଇଥିଲେ। କିନ୍ତୁ ଘରକୁ ଆଣିବା ପରେ ମେ ୨୯ରେ ତାଙ୍କର ମୃତ୍ୟୁ ହୋଇଥିଲା। ଡାକ୍ତର ଅବହେଳା କାରଣରୁ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକେ କହିଛନ୍ତି। ଏନେଇ ଆଶୁତୋଷ ଜିଲାପାଳ, ସ୍ବାସ୍ଥ୍ୟମନ୍ତ୍ରୀ ଏବଂ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି)ଙ୍କ ନିକଟରେ ଲିଖିତ ଅଭିଯୋଗ କରି ଘଟଣାର ତଦନ୍ତ ସହ ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି। ମୃତ ମହିଳାଙ୍କ ପୁଅ ଆଶୁତୋଷ ବାହିନୀପତି କହିଛନ୍ତି, ‘ଗରମରେ ଅଚେତ ହୋଇପଡିବାରୁ ଗତ ୨୬ ତାରିଖ ରାତିରେ ମା’ଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇକି ଆସିଥିଲୁ । ସାଧାରଣ ଭାବରେ ଚିକିତ୍ସା କରିବା ସହ ମେଡିସିନ ବିଭାଗରେ ଆଡମିଟ କଲେ। ସକାଳେ ଡାକ୍ତର ଆସିଲେ ଓ କିଛି ପରୀକ୍ଷା କରିବା ପାଇଁ କହିବାରୁ ମେଡ଼ିକାଲରେ ହିଁ ପରୀକ୍ଷା କରାଯାଇଥିଲା। ରିପୋର୍ଟ ଆସିବା ପରେ ସାରେ ଡାକ୍ତର ୱାର୍ଡ ରାଉଣ୍ଡରେ ଆସିବା ସମୟରେ ଆମେ ରିପୋର୍ଟ ଦେଖେଇଥିଲୁ। ସବୁ ଠିକ ଅଛି କହି ୨୮ରେ ଡିସଚାର୍ଜ କରିଥିଲେ। ପୁଣି ଥରେ ଦେହ ଖରାପ ହେବାରୁ ହସ୍ପିଟାଲ ଆଣିଥିଲୁ ହେଲେ ଡାକ୍ତର ମା’କୁ ମୃତ ଘୋଷଣା କରିଥିଲେ। ଡାକ୍ତରଙ୍କ ଅବହେଳାରୁ ତାଙ୍କ ମା’ଙ୍କ ମୃତ୍ୟ ହୋଇଛି କହି ନ୍ୟାୟ ମିଳୁ ବୋଲି କହିଛନ୍ତି। ସେପଟେ ଏନେଇ କଳାହାଣ୍ଡି ଜିଲା ଚିକିତ୍ସା ଅଧିକାରୀ ବାଣୀଶ୍ରୀ ପାଢ଼ୀ କହିଛନ୍ତି, ‘ତଦନ୍ତ କଲା ପରେ ପଦକ୍ଷେପ ଗ୍ରହଣ କରିହେବ। ରୋଗୀକୁ ଷ୍ଟେବଲ ଦେଖିକି ହିଁ ସେ ଡିସଚାର୍ଜ କରିଛନ୍ତି। ଚିକିତ୍ସା କରିଥିବା ଡାକ୍ତରଙ୍କ ସହ ଆଲୋଚନା କଲା ପରେ ପଦକ୍ଷେପ ଗ୍ରହଣ କରିବି ବୋଲି କହିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚଳଚ୍ଚିତ୍ର ନିର୍ଦ୍ଦେଶକ ସଞ୍ଜୟ ଗୁପ୍ତାଙ୍କ ପରଲୋକ

ନୂଆଦିଲ୍ଲୀ, ୧।୧୧: ‘କାଣ୍ଟେ’, ‘ସୁଟ୍‌ଆଉଟ ଆଟ୍‌ ଲୋଖଣ୍ଡୱାଲା’ ଏବଂ ‘କାବିଲ’ ଭଳି ଚଳଚ୍ଚିତ୍ରର ନିର୍ଦ୍ଦେଶନା ପାଇଁ ଜଣାଶୁଣା ଚଳଚ୍ଚିତ୍ର ନିର୍ମାତା ସଞ୍ଜୟ ଗୁପ୍ତାଙ୍କର ୫୯ ବର୍ଷ ବୟସରେ…

ଆର୍ଥିକ, ସାମୁଦ୍ରିକ ରଣନୀତିକୁ ସୁଦୃଢ଼ କରିଛି କ୍ୱାଡ୍‌

ନୂଆଦିଲ୍ଲୀ, ୧।୧୧: ଭାରତ, ଅଷ୍ଟ୍ରେଲିଆ, ଜାପାନ ଏବଂ ଆମେରିକାର ବୈଦେଶିକ ମନ୍ତ୍ରୀମାନେ ଶନିବାର ଆଟଲାଣ୍ଟାଠାରେ ଇଣ୍ଡୋ-ପାସିଫିକ୍‌ ଅଞ୍ଚଳ ପାଇଁ ପାରସ୍ପରିକ ପ୍ରାଥମିକତାଗୁଡ଼ିକୁ ବାସ୍ତବତାରେ ପରିଣତ କରିବା ଦିଗରେ…

ରିପବ୍ଲିକାନ୍‌-ସମର୍ଥିତ ଗୋଷ୍ଠୀଗୁଡ଼ିକୁ ଏଲନ୍‌ ମସ୍କଙ୍କ ୪୪୫.୭୭ ମିଲିୟନ ଡଲାର ସହାୟତା

ଓ୍ବାଶିଂଟନ, ୧।୧୧: ୨୯ ଅକ୍ଟୋବର ୨୦୨୬ ସୁଦ୍ଧା ଉପଲବ୍ଧ ଫେଡେରାଲ ଇଲେକ୍ସନ କମିଶନ ତଥ୍ୟ ଅନୁଯାୟୀ କୋଟିପତି ଶିଳ୍ପୋଦ୍ୟୋଗୀ ଏଲନ୍‌ ମସ୍କ ୨୦୨୫ରୁ ରିପବ୍ଲିକାନ-ସମର୍ଥିତ ରାଜନୈତିକ ଆକ୍ସନ…

ବାତ୍ୟାଞ୍ଚଳ ବୁଲି ଲୋକଙ୍କ ସମସ୍ୟା ବୁଝିଲେ ବ୍ରହ୍ମପୁର ଏମ୍‌ପି

ଦିଗପହଣ୍ଡି,୩୧।୧୦(ଅଶେଷ ନାଥ ମିଶ୍ର): ବ୍ରହ୍ମପୁର ଏମ୍‌ପି ଡ.ପ୍ରଦୀପ ପାଣିଗ୍ରାହୀ ଶନିବାର ଦିଗପହଣ୍ଡି ବ୍ଳକ ଗସ୍ତରେ ଆସି ବାତ୍ୟା ଅର୍ଣ୍ଣବର କରାଳ ରୂପରେ କ୍ଷତିଗ୍ରସ୍ତ ହୋଇଥିବା ବିଭିନ୍ନ ଗ୍ରାମ…

ଜିଲାପାଳଙ୍କ ସହ ଆଲୋଚନା କଲା ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌

ଛତ୍ରପୁର, ୩୧ା୧୦(ଦିଲୀପ ସାମଲ): ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ବିଜେଡି ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ନେତୃତ୍ୱରେ ଏକ ଫ୍ୟାକ୍ଟ…

ଧୋଇଗଲା ବିଜୁ ସେତୁ ରାସ୍ତା, ତିନି ଖଣ୍ଡ ଗାଁ ଲୋକେ ହନ୍ତସନ୍ତ

ମୋହନା,୩୧ା୧୦(ମନ୍ମଥ ମିଶ୍ର): ତିନି ଖଣ୍ଡ ଗାଁକୁ ସଂଯୋଗ କରୁଥିବା ବିଜୁ ସେତୁ ଏବେ ବିପଦସଙ୍କୁଳ ଅବସ୍ଥାରେ। ଅର୍ଣ୍ଣବ ବାତ୍ୟାର ପ୍ରଭାବରେ ବ୍ରିଜ୍‌ ରାସ୍ତା ସହ ପ୍ରୋଟେକ୍ସନ ଗାଡ଼ୱାଲ…

ଗଞ୍ଜାମରେ ରବିବାର ଛୁଟି ବାତିଲ

ଛତ୍ରପୁର,୩୧ା୧୦(ଦିଲୀପ ସାମଲ): ଗଞ୍ଜାମ ଜିଲାରେ ବର୍ଷା ଆଶଙ୍କା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ୨ଟି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି ହୋଇଛି। ଛାତ୍ରୀଛାତ୍ରଙ୍କ…

କନ୍ଧମାଳରେ ସରକାରୀ ଛୁଟି ବାତିଲ, ରବିବାର ଖୋଲା ରହିବ କାର୍ଯ୍ୟାଳୟ

ଫୁଲବାଣୀ,୩୧ା୧୦(ରାକେଶ କୁମାର ରାଉତ): ବାତ୍ୟା ଜନିତ କ୍ଷୟକ୍ଷତି ଓ ଉଦ୍ଧାର କାର୍ଯ୍ୟ ତଥା ଆଗକୁ ଆସୁଥିବା ଅନ୍ୟ ଏକ ସମ୍ଭାବ୍ୟ ବାତ୍ୟା ପରିପ୍ରେକ୍ଷୀରେ କନ୍ଧମାଳ ଜିଲାପାଳ ୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?