ଦଣ୍ଡୁଆଙ୍କ ପନିକି ଚୋଟରେ ମହିଳାଙ୍କ ମୃତ୍ୟୁ

ବାଉଁଶୁଣୀ,୭।୪(ଡି.ଏନ୍‌.ଏ.): ଦଣ୍ଡୁଆଙ୍କ ପନିକି ଚୋଟରେ ମହିଳାଙ୍କ ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା ଘଟିଛି ବୌଦ୍ଧ ଜିଲା ବାଉଁଶୁଣୀ ଥାନା ତାଳେସରଡା ପଞ୍ଚାୟତ ପଲସପାଟ ଗ୍ରାମରେ । ମିଳିଥିବା ସୂଚନା ଅନୁସାରେ, ଶୁକ୍ରବାର ଅପରାହ୍ନରେ ପଲସପାଟ ଗ୍ରାମରେ ଚାରିଶମ୍ଭୁ ଦଣ୍ଡ ଯାତ୍ରା ଚାଲୁଥିବା ସମୟରେ ହଠାତ ଜଣେ ବ୍ୟକ୍ତି ପନିକି ଧରି ଗ୍ରାମର ସୂର୍ଯ୍ୟକାନ୍ତି ପ୍ରଧାନ(୩୫) ନାମକ ଜଣେ ମହିଳାଙ୍କୁ ଆକ୍ରମଣ କରିଥିଲା । ବ୍ୟକ୍ତି ଜଣକ ଚାରିଶମ୍ଭୁ ଦଣ୍ଡରେ ଆସିଥିବା ଜଣେ ଦଣ୍ଡୁଆ ବୋଲି କୁହାଯାଉଛି । ଅଭିଯୁକ୍ତ ଜଣକ ତାଳେସରଡା ପଞ୍ଚାୟତ କମ୍ପାରା ଗ୍ରାମର ଉଗ୍ରସେନ ସେଠୀ ବୋଲି ଜଣାପଡିଛି । ଆକ୍ରମଣରେ ମହିଳାଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ହତ୍ୟା ଅଭିଯୁକ୍ତଙ୍କୁ ଗ୍ରାମବାସୀ କାବୁ କରି ନିସ୍ତୁକ ମାଡମାରିଥିବା ଜଣାପଡିଛି । ଏ ଘଟଣାକୁ ନେଇ ଗ୍ରାମରେ ଚାପାଉତ୍ତେଜନା ଦେଖାଦେଇଛି । ଖବର ପାଇ ବାଉଁଶୁଣୀ ପୋଲିସ ପହଞ୍ଚି ଲୋକଙ୍କୁ ବୁଝାଶୁଝା ଜାରିରଖିଛି । ଅନ୍ୟପଟେ ହତ୍ୟାର କାରଣ ଅସ୍ପଷ୍ଟ ରହିଛି । ଅଭିଯୁକ୍ତଙ୍କୁ ଗିରଫ କରି ପୋଲିସ ବାଉଁଶୁଣୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା କରାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ…

ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରଛାତ୍ରୀ ପୁରସ୍କୃତ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା…

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ…

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri