ଭୁଲ ଇଞ୍ଜେକ୍‌ସନରୁ ମହିଳାଙ୍କ ମୃତ୍ୟୁ: ଅଭିଯୋଗ ଆଣିଲେ ପରିବାର

ସୋନପୁର,୧୫।୨(ମୃତ୍ୟୁଞ୍ଜୟ ଶତପଥୀ): ଡାକ୍ତରଙ୍କ ଭୁଲ ଇଞ୍ଜେକସନ ଯୋଗୁ ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳାଙ୍କ ପରିବାର ଲୋକେ ଏହି ଅଭିଯୋଗ କରିବା ସହ ଚିକିତ୍ସାଳୟ ପରିସରରେ ହୋହଲ୍ଲା କରିଥିଲେ। ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ସୋନପୁର ଆଇଆଇସି ରଞ୍ଜିତ କୁମାର ସାହୁଙ୍କ ନେତୃତ୍ୱରେ ପୋଲିସ ଟିମ୍‌ ଚିକିତ୍ସାଳୟ ପରିସରରେ ମୁତୟନ କରାଯାଇଥିଲା। ବୁଝାଶୁଝା କରିବା ପରେ ପରିବାର ଲୋକେ ମହିଳାଙ୍କ ମୃତଦେହ ସତ୍କାର ପାଇଁ ଘରକୁ ନେଇଥିଲେ। ତେବେ ଚିକିତ୍ସାରେ ଅବହେଳା କିମ୍ବା ଭୁଲ ଇଞ୍ଜେକସନ ଯୋଗୁ ମହିଳାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗକୁ ଚିକିତ୍ସାଳୟ ପକ୍ଷରୁ ଖଣ୍ଡନ କରାଯାଇଛି।

ବୌଦ୍ଧ ଜିଲା ଜହ୍ନାପଙ୍କ ଅଞ୍ଚଳର ହରିହର ପଟେଲଙ୍କ ସ୍ତ୍ରୀ ଅନୁପମା(୨୭) ଅସୁସ୍ଥ ଅନୁଭବ କରିବାରୁ ପରିବାର ଲୋକେ ତାଙ୍କୁ ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଆଣିଥିଲେ। ସ୍ତ୍ରୀ ଓ ପ୍ରସୂତି ବିଭାଗ ଡାକ୍ତର ତାଙ୍କୁ ଚିକିତ୍ସା କରିଥିଲେ। ଡାକ୍ତରଙ୍କ ପରାମର୍ଶ କ୍ରମେ ଶନିବାର ସକାଳେ ଘରକୁ ଯିବେ ବୋଲି ଅନୁପମା କୁଆଡେ କହିଥିଲେ।

ହରିହରଙ୍କ କହିବା ଅନୁଯାୟୀ ହଠାତ୍‌ କୁହାଗଲା ଯେ, ଅନୁପମାଙ୍କ ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ଅଛି। ତାଙ୍କ ଶରୀରର ରଙ୍ଗ ବଦଳି ଗଲାଣି, ସେ ଚେତାଶୂନ୍ୟ ଅବସ୍ଥାରେ ଅଛନ୍ତି। ସେ ଓ ତାଙ୍କ ସମ୍ପର୍କୀୟମାନେ ଯାଇ ଦେଖିବା ବେଳକୁ ଡାକ୍ତରମାନେ ଅନୁପମାଙ୍କ ଚେଷ୍ଟକୁ ପମ୍ପିଂ କରୁଛନ୍ତି। ଦୀର୍ଘ ୨ ଘଣ୍ଟା ପର୍ଯ୍ୟନ୍ତ ରୋଗୀଙ୍କ ବିଷୟରେ କିଛି ସୂଚନା ଦିଆଗଲା ନାହିଁ। ପରେ କୁହାଗଲା ତାଙ୍କର ମୃତ୍ୟୁ ହୋଇଛି।

ଡାକ୍ତର, ନର୍ସଙ୍କ ଚିକିତ୍ସାରେ ଅବହେଳା ଓ ଟେଷ୍ଟ ନ କରି ଭୁଲ ଇଞ୍ଜେକସନ ଦେବା କାରଣରୁ ଅନୁପମାଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଘଟଣାର ତଦନ୍ତ ଦାବି କରି ମୃତ ମହିଳାଙ୍କ ସମ୍ପର୍କୀୟମାନେ ଚିକିତ୍ସାଳୟ ପରିସରରେ ହୋହଲ୍ଲା କରିଥିଲେ। ଏହି ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ପ୍ରଦୀପ କୁମାର ଗୁରୁ କହିଛନ୍ତି, ମହିଳାଙ୍କ ଗର୍ଭପାତ କରାଇବା ପାଇଁ ପୂର୍ବରୁ ବଟିକା ଖାଇବାକୁ ଦିଆଯାଇଥିଲା। ଏଥିଯୋଗୁ ତାଙ୍କର ରକ୍ତସ୍ରାବ ବନ୍ଦ ହୋଇ ନ ଥିଲା। ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ଚିକିତ୍ସାଳୟ ଅଣାଯାଇଥିଲା। ସ୍ତ୍ରୀ ଓ ପ୍ରସୂତି ବିଭାଗ ଡାକ୍ତର ତାଙ୍କୁ ଆବଶ୍ୟକ ଚିକିତ୍ସା କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ହୃଦ୍‌ଘାତଜନିତ ମୃତ୍ୟୁ ଘଟିଥିଲା ବୋଲି ଡାକ୍ତର ଗୁରୁ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?