ବିବାହ କାର୍ଯ୍ୟରେ ଯୋଗଦେବାକୁ ବାଇକ୍‌ରେ ଯାଉଥିଲେ: ଧକ୍କାଦେଲା ଅଟୋ, ଆଉ ତା’ପରେ…

କୋକସରା,୨ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣିରୁ ଧର୍ମଗଡ଼କୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେର ଆମପାଣି ଥାନା ଭୁର୍ଷାଗୁଡାରୁ କୁଳେରଗୁଡା ରାସ୍ତା ମଝିରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସ୍ବାମୀ ଓ ପୁଅ ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।

ମୃତକ ହେଲେ ସ୍ଥାନୀୟ ଡୁଡୁକାଠେଙ୍ଗା ପଞ୍ଚାୟତ ଧୋବେନ ଚଞ୍ଚରା ଗ୍ରାମର ଗୋମତି ଦୁର୍ଗା(୩୫)। ଦୁର୍ଘଟଣାରେ ତାଙ୍କ ସ୍ବାମୀ ଶଶୀଧର ଦୁର୍ଗା(୪୫) ଏବଂ ୮ବର୍ଷର ପୁଅ କିରଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ କୋକସରା ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ଜିଲା ମୁଖ୍ୟ ହସ୍ପିଟାଲ ସ୍ଥାନାନ୍ତରିତ କରାଯାଇଛି ।

ମଳିଥିବା ସୂଚନା ମୁତାବକ, ଶଶୀଧର ତାଙ୍କ ସ୍ତ୍ରୀ ଏବଂ ପୁଅଙ୍କୁ ଧରି ଏକ ବିବାହ କାର୍ଯ୍ୟକ୍ରମରେ ଯୋଗଦେବାକୁ ଏକ ବାଇକ୍‌(ନଂ.ଓଡି ୦୮ ଏଚ ୯୬୭୮)ରେ ଯାଉଥିଳେ। ହେଲେ କୁଳେରଗୁଡା-ଘଣ୍ଟିଗୁଡା ରାସ୍ତା ମଝିରେ ଏକ ଅଟୋ ଭାରସାମ୍ୟ ହରାଇ ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ସେମାନେ ଭାରସାମ୍ୟ ହରାଇ ରାସ୍ତାରେ ଛିଟିକି ପଡିଥିଲେ। ଦୁର୍ଘଟଣାରେ ଗୋମତିଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ଘଟାଇବା ପରେ ଅଟୋକୁ ନେଇ ଡ୍ରାଇଭର ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ।

ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ଆମପାଣି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଥିଲା। ଅନ୍ୟପକ୍ଷେ ଦୁର୍ଘଟଣାସ୍ଥଳରେ ମୃତକଙ୍କ ପରିଜନ ଓ ସ୍ଥାନୀୟ ଲୋକେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ଗାଡିକୁ ଠାବ କରିବା ସହ କ୍ଷତିପୂରଣ ଦାବି କରି ରାସ୍ତା ଅବରୋଧ କରିଥିଲେ। ଖବର ପାଇ କୋକସରା ତହସିଲଦାର କ୍ଷୀରୋଧ ବିହାରୀ ଭାରତ ନାଗ, ଅତିରିକ୍ତ ତହସିଲଦାର ମୋହନ ଚରଣ ଜେନା ଘଟଣାସ୍ଥଳରେ ପହଞ୍ଚି ମୃତକଙ୍କ ପରିଜନଙ୍କ ସହ ଆଲୋଚନା କରିଥିଲେ।

ସରକାରୀ ନିୟମ ଅନୁଯାୟୀ କ୍ଷତିପୂରଣ ଦେବାକୁ ଅଧିକାରୀମାନେ ପ୍ରତିଶ୍ରୁତି ଦେବା ସହ ରେଡ଼କ୍ରସରୁ ୧୦ ହଜାର ଟଙ୍କା ପ୍ରଦାନ କରିବା ପରେ ମୃତଦେହ ଉଠିବା ସହ ରାସ୍ତା ଅବରୋଧ ହଟିଥିଲା।

ପୋଲିସ କୋକସରା ଡାକ୍ତରଖାନାରେ ମୃତଦେହ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ ଆମପାଣି ଥାନାରେ ଏକ ମାମଲା(ନଂ.୧୨/୨୫)ରୁଜୁ ହୋଇଥିବା ତଦନ୍ତକାରୀ ପୋଲିସ ସବ୍‌ଇନ୍ସପେକ୍ଟର ଈଶ୍ୱର ଚନ୍ଦ୍ର ସିର୍କା ସୂଚନା ଦେଇଛନ୍ତି। ମୃତକ ପରିବାରକୁ ପଞ୍ଚାୟତ ପକ୍ଷରୁ ହରିଶ୍ଚନ୍ଦ୍ର ଯୋଜନାରେ ୩ ହଜାର ଟଙ୍କା ଦିଆଯିବ ବୋଲି ସ୍ଥାନୀୟ ସରପଞ୍ଚ ହରିପ୍ରିୟା ନାଗ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri