ଚିକିତ୍ସିତ ହୋଇ ଫେରିବା ବେଳେ ବାଟରେ ଡାକିନେଲା ଯମ, ବୋଲେରୋ-ଆମ୍ବୁଲାନ୍ସ ଧକ୍କାରେ ମହିଳା ମୃତ

ଦିଗପହଣ୍ଡି,୧୩|୧(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ  ୩୨୬ ନଂ ଜାତୀୟ ରାଜପଥ କପାମଣ୍ଡି ନିକଟରେ ବୋଲେରୋ ସହ ଆମ୍ବୁଲାନ୍ସ (ନଂ.ଓଡ଼ି୩୩ ଏଏମ – ୪୭୬୧) ମୁହାଁମୁହିଁ ଧକ୍କା ହୋଇଛି । ଏହି ଛାତିଥରା ଦୁର୍ଘଟଣାରେ ଜଣେ ମହିଳାଙ୍କ ଜୀବନ ଯାଇଥିବା ସୂଚନା ରହିଛି । ଅନ୍ୟ ଦୁଇଜଣ ଗୁରୁତର ଆହାତ ହୋଇଛନ୍ତି । ମୃତକ ଜଣକ ହେଲେ ରାୟଗଡ଼ା କାଶୀପୁର ଅଞ୍ଚଳର ଲଳିତା ନାୟକ(୪୫)। ଏବଂ ଆହାତ ଦ୍ୱୟ ହେଲେ ଭଉଣୀ କୁମାରୀ ନାୟକ(୩୦), ଭଣଜା ବୁନା ନାୟକ(୨୦)।

ଖବର ଅନୁସାରେ, ସୋମବାର ରାତି ପ୍ରାୟ ସାଢ଼େ ୨ ଟାରେ ଏହି ଦୁର୍ଘଟଣା ଘଟିଛି । କଟକ ବଡ଼ ଡ଼ାକ୍ତରଖାନାରେ ଲଳିତାଙ୍କୁ ଚିକିତ୍ସା କରାଇ ପରିବାର ଲୋକେ କାଶୀପୁର ଫେରୁଥିବା ବେଳେ ବିପରୀତ ଦିଗରୁ ଆମ୍ବୁଲାନ୍ସଟି ଦୃତଗତିରେ ଆସି ଧକ୍କା ଦେଇଥିଲା। ଖବର ପାଇ ଦିଗପହଣ୍ଡି ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ପୋଲିସ କର୍ମଚାରୀମାନଙ୍କ ସହାୟତାରେ ସମସ୍ତ ଆହାତମାନଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ ।

ସେଠାରେ ଡାକ୍ତର ଲଳିତାଙ୍କୁ ମୃତ ଘୋଷଣା କରିଥିଲେ। ଆହାତ କୁମାରୀ ଏବଂ ବୁନାଙ୍କୁ ପ୍ରାଥମିକ ଚିକିତ୍ସା କରାଯିବା ପରେ ଅବସ୍ଥା ଗୁରୁତର ଥିବାରୁ ଉଭୟଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ପୋଲିସ ମକଦ୍ଦମା ରୁଜୁ କରି ଲଳିତାଙ୍କ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଛନ୍ତି । ଦୁର୍ଘଟଣାଗସ୍ତ ଦୁଇଟି ଗାଡ଼ିକୁ ଜବତ କରାଯାଇ ତଦନ୍ତ ଚାଲିଥିବା ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri