ବସ୍‌ ପୋଡ଼ିରେ ମହିଳା ମୃତ ଘଟଣା: ୮ ଦିନ ହେଲାଣି ମୃତଦେହ ଫେରିନାହିଁ

ମାର୍ଶାଘାଇ,୧୮ା୧୧ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କୋଲ୍‌କାତାରୁ ପାରାଦୀପ ଆସୁଥିବା ଏକ ଘରୋଇ ଯାତ୍ରୀବାହୀ ବସ୍‌ରେ ଗତ ୧୦ ତାରିଖ ରାତିରେ ନିଆଁ ଲାଗି କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅଞ୍ଚଳର ଜନୈକା ବିବାହିତା ମହିଳାଙ୍କ ମୃତ୍ୟୁ ଘଟିଥିଲା। ମାର୍ଶାଘାଇ ଥାନା ଅଙ୍ଗୁଳାଇ ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମର ରାଜେନ୍ଦ୍ର ଦାସଙ୍କ ପତ୍ନୀ ପୁଷ୍ପାଞ୍ଜଳି (୩୫) ଦୀପାବଳି ଉପଲକ୍ଷେ ନିଜ ଗ୍ରାମକୁ ଆସୁଥିବା ବେଳେ ଖଡ଼ଗପୁର ନିକଟରେ ବସ୍‌ରେ ନିଆଁ ଲାଗିଯିବା ପରେ ସେ ଜୀବନ୍ତ ଦଗ୍ଧ ହୋଇଯାଇଥିଲେ। ଖଡ଼ଗପୁର ଡାକ୍ତରଖାନାରେ ତାଙ୍କ ମୃତଦେହ ସଂରକ୍ଷିତ ହୋଇ ରହିଥିବା ବେଳେ ଚିହ୍ନଟ ପାଇଁ ଡିଏନ୍‌ଏ ଟେଷ୍ଟର ଆବଶ୍ୟକତା ଥିବାରୁ ସେଠାକାର ପ୍ରଶାସନିକ ଉଦାସୀନତା କାରଣରୁ ଏହା ବିଳମ୍ବ ହେଉଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଫଳରେ ଆଜକୁ ୮ ଦିନ ହେବ ମୃତଦେହ ଗଁାକୁ ଆସି ପାରିଲାନାହିଁ। ପରିବାର ଲୋକେ ହିନ୍ଦୁଧର୍ମ ରୀତିନୀତି ଅନୁଯାୟୀ ତାଙ୍କର କ୍ରିୟାକର୍ମ କରୁଛନ୍ତି। ଆହୁରି ମଧ୍ୟ କେନ୍ଦ୍ରାପଡ଼ା ଜିଲା ପ୍ରଶାସନକୁ ପରିବାର ଲୋକ ଏ ସମ୍ପର୍କରେ ଜଣାଇଥିଲେ ମଧ୍ୟ ପ୍ରଶାସନ ଖାଲି ଆଶ୍ୱାସନା ଦେଉଥିବା ସମ୍ପର୍କୀୟ ପ୍ରକାଶ କରିଛନ୍ତି। ଉଭୟ ଜିଲା ପ୍ରଶାସନ ମଧ୍ୟରେ ସମନ୍ବୟ ରହିଥିଲେ ହୁଏତ ମୃତଦେହ ଗାଁକୁ ଆସି ସଂସ୍କାର ହୋଇପାରିଥାନ୍ତା ବୋଲି ଗଁା ଲୋକେ କହିଛନ୍ତି। ସର୍ବଶେଷ ଖବର ଅନୁଯାୟୀ, ଶୁକ୍ରବାର ମୃତା ମହିଳାଙ୍କ ଭାଇ ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ରାଜଗଡ଼ ପଞ୍ଚାୟତର ନଛିପଡ଼ା ଗ୍ରାମର ବିକାଶ କୁମାର ଦାସଙ୍କ ରକ୍ତ ନମୁନା କୋଲ୍‌କାତାସ୍ଥିତ ଫରେନ୍‌ସିକ ସାଇନ୍ସ ଲାବରେଟୋରି ପକ୍ଷରୁ ସଂଗ୍ରହ କରାଯାଇଛି। ଶନିବାର ଓ ରବିବାର ଛୁଟି ଥିବାରୁ ସୋମବାର ଯଦି ରିପୋର୍ଟ ଆସେ ତେବେ ମହିଳାଙ୍କ ଏକାଦଶାହ କାର୍ଯ୍ୟ ସରିଯାଇଥିବ। ତେଣୁ ତାଙ୍କ ମୃତଦେହ ଗ୍ରାମକୁ ଆସିବା ସମ୍ଭାବନା କ୍ଷୀଣ ବୋଲି ନିକଟ ପଡ଼ୋଶୀଙ୍କ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ଗଜପତିରେ ଭାଜପାକୁ ବଡ଼ ଝଟକା: ଶଙ୍ଖ ଭବନରେ ବିଜେଡିରେ ସାମିଲ ହେଲେ ସରପଞ୍ଚଙ୍କ ସମେତ ୬୦ରୁ ଊଦ୍ଧର୍‌ବ କର୍ମୀ, ସ୍ବାଗତ କଲେ…

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ଭାଜପା ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଗୋଷାଣି ବ୍ଲକ ଅନ୍ତର୍ଗତ ରମ୍ପା ପଞ୍ଚାୟତର ଭାଜପା ସମର୍ଥିତ ସରପଞ୍ଚଙ୍କ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri