ନିଆଁରେ ପୋଡ଼ି ସ୍ତ୍ରୀ ମୃତ: ବାପ, ପୁଅ ଗୁରୁତର

ଝାରସୁଗୁଡ଼ା ଅଫିସ/ବ୍ରଜରାଜନଗର,୨ା୨(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ଇଟାଭଟା ଝରନ୍‌ପଡାରେ ଏକ ଅଭାବନୀୟ ଘଟଣା ଘଟିଛି। ପଡ଼ାର ଟିକେଶ୍ୱର ଦେବାଙ୍ଗନ(୪୫)ଙ୍କ ପରିବାର ଲୋକେ ଶୋଇଥିବାବେଳେ ଘରେ ନିଆଁ ଲାଗିଯାଇଥିଲା। ଅଗ୍ନିକାଣ୍ଡରେ ଟିକେଶ୍ୱରଙ୍କ ଶରୀରର ୩୦ ପ୍ରତିଶତ, ପୋଡି ଯାଇଥିବା ବେଳେ ସ୍ତ୍ରୀ ସୁଶିଳା ଦେବଙ୍ଗନ(୩୨)ଙ୍କ ୯୦ ପ୍ରତିଶତ ଓ ପୁଅ ବୀର ଦେବାଙ୍ଗନ(୧୨)ଙ୍କ ୬୦ ପ୍ରତିଶତ ପୋଡିଯାଇଥିଲା। ଗୁରୁତର ଅବସ୍ଥାରେ ସମସ୍ତଙ୍କୁ ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ବୁର୍ଲା ବଡମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ସୁଶିଳାଙ୍କ ମୃତ୍ୟୁ ଘଟିଛି। ଆହତ ବାପପୁଅଙ୍କୁ ଚିକିତ୍ସା ପାଇଁ ଛତିଶଗଡ଼ର କୋର୍ବାକୁ ପଠାଯାଇଛି। ଏ ନେଇ ଟିକେଶ୍ୱରଙ୍କ ପଡୋଶୀ ବଂଶୀ ମହରାଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ୍‌ ବ୍ରଜରାଜନଗର ଥାନାରେ ଏକ ମାମଲା(ନଂ.୩୭/୨୩) ରୁଜୁ ହୋଇଛି।

ଅଭିଯୋଗ ମୁତାବକ, ଟିକେଶ୍ୱର ପରିବାର ଲୋକଙ୍କ ସହିତ ଘରେ ରାତିରେ ଶୋଇଥିବା ବେଳେ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିବା ସନ୍ଦେହ କରାଯାଉଛି। ହେଲେ କିଏ ଓ କାହିଁକି ଏଭଳି କାଣ୍ଡ କରିଛି ତାହା ଜଣାପଡି ନାହିଁ। ଏନେଇ ତଦନ୍ତ ଜାରି ରହିଛି ବୋଲି ଥାନା ଆଇଆଇସି ଧବଳେଶ୍ୱର ସାହୁ କହିଛନ୍ତି। ସୂଚନାଯୋଗ୍ୟ, ଟିକେଶ୍ୱରଙ୍କ ପ୍ରକୃତ ଘର ଛତିଶଗଡ଼ ହୋଇଥିବା ବେଳେ ବହୁବର୍ଷ ହେଲା ଏଠାରେ ପରିବାର ସହ ରହିଆସୁଛନ୍ତି। ବୁଧବାର ରାତି ପ୍ରାୟ ୩ଟାରେ ଘର ଭିତରେ ନିଆଁ ଲାଗିବାରୁ ଜୀବନ ବିକଳରେ ଟିକେଶ୍ୱର ଅର୍ଦ୍ଧଦଗ୍ଧ ଅବସ୍ଥାରେ ଘରର କବାଟ ଖୋଲି ବାହାରକୁ ଆସି ଚିତ୍କାର କରିଥିଲେ। ପାଖପଡୋଶୀ ଉଠି ପରିବାର ଲୋକଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri